ସମ୍ପୂର୍ଣ୍ଣ ସେନା ପ୍ରତ୍ୟାହାର ଲାଗି ଭାରତ-ଚାଇନା ମଧ୍ୟରେ ଜୋର୍ଦାର ଆଲୋଚନା
ନୂଆଦିଲ୍ଲୀ,୨୮।୩: ପୂର୍ବ ଲଦାଖରେ ଦୀର୍ଘଦିନର ସୀମା ବିବାଦ ପରେ ଭାରତ ଏବଂ ଚାଇନାର ଶୀର୍ଷ କୂଟନୀତିଜ୍ଞମାନଙ୍କ ମଧ୍ୟରେ ସାନି ଆଲୋଚନା ଆରମ୍ଭ ହୋଇଛି। ପ୍ରକୃତ ନିୟନ୍ତ୍ରଣ ରେଖା (ଏଲ୍ଏସି)ର ବିବାଦୀୟ ଅଞ୍ଚଳରୁ ସମ୍ପୂର୍ଣ୍ଣ ସେନା ପ୍ରତ୍ୟାହାର ଏବଂ ସୀମା ସମ୍ପର୍କିତ ଅନ୍ୟାନ୍ୟ ପ୍ରସଙ୍ଗର ସମାଧାନ ପାଇଁ ଉଭୟ ପକ୍ଷ ମଧ୍ୟରେ ମତ ବିନିମୟ ହୋଇଥିଲା। କୂଟନୈତିକ ଏବଂ ସାମରିକ ଚ୍ୟାନେଲ ଜରିଆରେ ଉଭୟ ପକ୍ଷ ନିୟମିତ ଯୋଗାଯୋଗ ଜାରି ରଖିବାକୁ ରାଜି ହୋଇଥିଲେ ମଧ୍ୟ କୌଣସି ନିଷ୍କର୍ଷର […] The post ସମ୍ପୂର୍ଣ୍ଣ ସେନା ପ୍ରତ୍ୟାହାର ଲାଗି ଭାରତ-ଚାଇନା ମଧ୍ୟରେ ଜୋର୍ଦାର ଆଲୋଚନା appeared first on Dharitri Odia News.
ନୂଆଦିଲ୍ଲୀ,୨୮।୩: ପୂର୍ବ ଲଦାଖରେ ଦୀର୍ଘଦିନର ସୀମା ବିବାଦ ପରେ ଭାରତ ଏବଂ ଚାଇନାର ଶୀର୍ଷ କୂଟନୀତିଜ୍ଞମାନଙ୍କ ମଧ୍ୟରେ ସାନି ଆଲୋଚନା ଆରମ୍ଭ ହୋଇଛି। ପ୍ରକୃତ ନିୟନ୍ତ୍ରଣ ରେଖା (ଏଲ୍ଏସି)ର ବିବାଦୀୟ ଅଞ୍ଚଳରୁ ସମ୍ପୂର୍ଣ୍ଣ ସେନା ପ୍ରତ୍ୟାହାର ଏବଂ ସୀମା ସମ୍ପର୍କିତ ଅନ୍ୟାନ୍ୟ ପ୍ରସଙ୍ଗର ସମାଧାନ ପାଇଁ ଉଭୟ ପକ୍ଷ ମଧ୍ୟରେ ମତ ବିନିମୟ ହୋଇଥିଲା।
କୂଟନୈତିକ ଏବଂ ସାମରିକ ଚ୍ୟାନେଲ ଜରିଆରେ ଉଭୟ ପକ୍ଷ ନିୟମିତ ଯୋଗାଯୋଗ ଜାରି ରଖିବାକୁ ରାଜି ହୋଇଥିଲେ ମଧ୍ୟ କୌଣସି ନିଷ୍କର୍ଷର ସୂଚନା ମିଳିନାହିଁ। ବେଜିଂରେ ଭାରତ-ଚାଇନା ସୀମା ବ୍ୟାପାର ଉପରେ ପରାମର୍ଶ ଓ ସମନ୍ବୟ ପାଇଁ କାର୍ଯ୍ୟକାରୀ ବ୍ୟବସ୍ଥା (ଡବ୍ଲ୍ୟୁଏମ୍ସିସି)ର ୨୯ତମ ବୈଠକରେ ସମ୍ପୂର୍ଣ୍ଣ ସେନା ପ୍ରତ୍ୟାହାର ନେଇ ଜୋର୍ଦାର ଆଲୋଚନା ହୋଇଥିଲା ବୋଲି ବହିର୍ବ୍ୟାପାର ମନ୍ତ୍ରଣାଳୟ କହିଛି।
ବହିର୍ବ୍ୟାପାର ମନ୍ତ୍ରଣାଳୟର ପୂର୍ବ ଏସିଆ ଦୟିତ୍ୱରେ ଥିବା ଯୁଗ୍ମ ସଚିବ ଭାରତୀୟ ପ୍ରତିନିଧି ଦଳର ନେତୃତ୍ୱ ନେଇଥିବାବେଳେ ଚାଇନା ବହିର୍ବ୍ୟାପାର ମନ୍ତ୍ରଣାଳୟ ସୀମା ଓ ମହାସାଗର ବିଭାଗର ମହାନିର୍ଦ୍ଦେଶକଙ୍କ ନେତୃତ୍ୱରେ ଚାଇନା ପ୍ରତିନିଧି ଦଳ ଯୋଗଦେଇଥିଲେ। ସୀମାରେ ଶାନ୍ତି ଓ ସ୍ଥିରତା ବଜାୟ ରଖିବା ପାଇଁ କୂଟନୈତିକ ଓ ସାମରିକ ଚ୍ୟାନେଲ ଜରିଆରେ ନିୟମିତ ଯୋଗଯୋଗ ଜାରି ରଖିବା ଲାଗି ଉଭୟ ଅନ୍ତରୀଣ ଭାବେ ରାଜି ହୋଇଥିବା ବହିର୍ବ୍ୟାପାର ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି।
The post ସମ୍ପୂର୍ଣ୍ଣ ସେନା ପ୍ରତ୍ୟାହାର ଲାଗି ଭାରତ-ଚାଇନା ମଧ୍ୟରେ ଜୋର୍ଦାର ଆଲୋଚନା appeared first on Dharitri Odia News.