ସମ୍ବଲପୁର ଲୋକସଭା ଆସନ ପାଇଁ ପ୍ରାର୍ଥୀପତ୍ର ଦାଖଲ କଲେ ବବି ଦାସ
ସମ୍ବଲପୁର : ଆଜି ସାଂସଦ ପ୍ରାର୍ଥୀ ଭାବେ ବିଜେଡି ସାଂଗଠନିକ ସଂପାଦକ ପ୍ରଣବ ପ୍ରକାଶ ଦାସ ଭରିଲେ ନାମାଙ୍କନ ପତ୍ର I ଆଜି ୯ ଟା ବେଳୁ ବିରାଟ ରାଲି କରି ବାଲିବନ୍ଧାରୁ ଉପାଜିଲାପାଳଙ୍କ କାର୍ଯ୍ୟାଳୟରେ ଆସି ନାମାଙ୍କନ ପତ୍ର ଦାଖଲ କରିଛନ୍ତି ପ୍ରଣବ I ସମ୍ବଲପୁର ବିଧାୟକ ପ୍ରାର୍ଥୀ ରୋହିତ ପୂଜାରୀଙ୍କ ସହିତ ଦଳୀୟ କର୍ମୀ ଓ ହଜାର ହଜାର ସମର୍ଥକଙ୍କ ସହ ଏକ ବିଶାଳ ଶୋଭାଯାତ୍ରାରେ ଆସି ନାମାଙ୍କନପତ୍ର ଦାଖଲ କରିଛନ୍ତି ପ୍ରଣବ । […]

ସମ୍ବଲପୁର : ଆଜି ସାଂସଦ ପ୍ରାର୍ଥୀ ଭାବେ ବିଜେଡି ସାଂଗଠନିକ ସଂପାଦକ ପ୍ରଣବ ପ୍ରକାଶ ଦାସ ଭରିଲେ ନାମାଙ୍କନ ପତ୍ର I ଆଜି ୯ ଟା ବେଳୁ ବିରାଟ ରାଲି କରି ବାଲିବନ୍ଧାରୁ ଉପାଜିଲାପାଳଙ୍କ କାର୍ଯ୍ୟାଳୟରେ ଆସି ନାମାଙ୍କନ ପତ୍ର ଦାଖଲ କରିଛନ୍ତି ପ୍ରଣବ I ସମ୍ବଲପୁର ବିଧାୟକ ପ୍ରାର୍ଥୀ ରୋହିତ ପୂଜାରୀଙ୍କ ସହିତ ଦଳୀୟ କର୍ମୀ ଓ ହଜାର ହଜାର ସମର୍ଥକଙ୍କ ସହ ଏକ ବିଶାଳ ଶୋଭାଯାତ୍ରାରେ ଆସି ନାମାଙ୍କନପତ୍ର ଦାଖଲ କରିଛନ୍ତି ପ୍ରଣବ ।
ବାଲିବନ୍ଧରୁ ବାହାଥିବା ଶୋଭାଯାତ୍ରା ପରେ କୁଞ୍ଜେଲପଡ଼ା, ଝାଡୁଆପଦା, ନନ୍ଦପଡ଼ା, ଅଲତାପଡ଼ା, ଦଳେଇପଡ଼ା, ମ୍ୟୁନିସିପାଲିଟି ଛକ ଦେଇ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚିଥିଲା । ପ୍ରଣବ ପ୍ରକାଶ ନାମାଙ୍କନପତ୍ର ଦାଖଲ କରିଥିବା ବେଳେ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀ କହିଛନ୍ତି, ମୁଁ ନିଶ୍ଚିତ ଯେ ତୁମେ ବିଜୟ ହାସଲ କରିବ ।
ସୂଚନାନୁସାରେ, ପୂର୍ବତନ ବିରୋଧୀ ଦଳ ନେତା ସ୍ବର୍ଗତ ଅଶୋକ ଦାସଙ୍କର ପୁଅ ହେଉଛନ୍ତି ପ୍ରଣବ । ୨୦୦୯ ମସିହାରୁ ଲଗାତାର ତିନି ଥର ଯାଜପୁର ବିଧାନସଭାରୁ ବିପୁଳ ଭୋଟରେ ସେ ବିଜୟୀ ହୋଇଛନ୍ତି ।