ସମ୍ବଲପୁରକୁ ନୂଆ ରୂପ ଦେବା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଧର୍ମେନ୍ଦ୍ର

ମୋହମ ମାଝୀଙ୍କୁ ଚିଠି ଲେଖିଲେ ଧର୍ମେନ୍ଦ୍ର ପ୍ରଧାନ । ସମ୍ବଲପୁରକୁ ନୂଆ ରୂପ ଦେବା ପାଇଁ ଚିଠି ଲେଖିଲେ । ସମ୍ବଲପୁରର ପୁରୁଣା ଅଯୋଧ୍ୟା ସାଗରକୁ ବିକଶିତ କରାଯାଇ ପାରିବ । ସମ୍ବଲପୁରର ପୁରୁଣା ଅଯୋଧ୍ୟା ସାଗର ବନ୍ଧକୁ ‘ରିଭରଫ୍ରଣ୍ଟ ଡେଭଲପମେଣ୍ଟ ପ୍ରୋଜେକ୍ଟ’ ଅଧୀନରେ ବିକଶିତ କରାଯାଇପାରିବ ।  ମୋଦୀ ସରକାର ‘ବିକାଶ ବି, ବିରସାତ୍ ବି’ ଅଧୀନରେ ପରମ୍ପରା ଏବଂ ଆଧୁନିକତା ମଧ୍ୟରେ ଥିବା ସମାନତା ଗୁଡ଼ିକ ଉପରେ ଗୁରୁତ୍ୱାରୋପ କରିଛନ୍ତି । ଅନେକ ନଦୀ […] The post ସମ୍ବଲପୁରକୁ ନୂଆ ରୂପ ଦେବା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଧର୍ମେନ୍ଦ୍ର appeared first on KNews Odisha.

ସମ୍ବଲପୁରକୁ ନୂଆ ରୂପ ଦେବା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଧର୍ମେନ୍ଦ୍ର
pradhan

ମୋହମ ମାଝୀଙ୍କୁ ଚିଠି ଲେଖିଲେ ଧର୍ମେନ୍ଦ୍ର ପ୍ରଧାନ । ସମ୍ବଲପୁରକୁ ନୂଆ ରୂପ ଦେବା ପାଇଁ ଚିଠି ଲେଖିଲେ । ସମ୍ବଲପୁରର ପୁରୁଣା ଅଯୋଧ୍ୟା ସାଗରକୁ ବିକଶିତ କରାଯାଇ ପାରିବ । ସମ୍ବଲପୁରର ପୁରୁଣା ଅଯୋଧ୍ୟା ସାଗର ବନ୍ଧକୁ ‘ରିଭରଫ୍ରଣ୍ଟ ଡେଭଲପମେଣ୍ଟ ପ୍ରୋଜେକ୍ଟ’ ଅଧୀନରେ ବିକଶିତ କରାଯାଇପାରିବ ।  ମୋଦୀ ସରକାର ‘ବିକାଶ ବି, ବିରସାତ୍ ବି’ ଅଧୀନରେ ପରମ୍ପରା ଏବଂ ଆଧୁନିକତା ମଧ୍ୟରେ ଥିବା ସମାନତା ଗୁଡ଼ିକ ଉପରେ ଗୁରୁତ୍ୱାରୋପ କରିଛନ୍ତି । ଅନେକ ନଦୀ ଓ ଐତିହାସିକ ସ୍ଥଳୀରେ ପୂର୍ଣ୍ଣ ଓଡ଼ିଶା ‘ରିଭରଫ୍ରଣ୍ଟ ଡେଭଲପମେଣ୍ଟ ପ୍ରୋଜେକ୍ଟ’ ବିକଶିତ କରିବାର ଅନନ୍ୟ ସୁଯୋଗ ପ୍ରଦାନ କରୁଛି ।

ମହାନଦୀ ପାର୍ଶ୍ୱବର୍ତ୍ତୀ ଅଞ୍ଚଳକୁ ବିଶ୍ୱସ୍ତରୀୟ ରିଭରଫ୍ରଣ୍ଟ ପ୍ରକଳ୍ପରେ ପରିଣତ କରିବା ପାଇଁ ସମ୍ବଲପୁର ଏକ ସୁବର୍ଣ୍ଣ ସୁଯୋଗ ପ୍ରଦାନ କରୁଛିସମ୍ବଲପୁରରେ ମହାନଦୀ କୂଳରେ ଉପରୋକ୍ତ ରିଭରଫ୍ରଣ୍ଟ ଉନ୍ନୟନ ପ୍ରକଳ୍ପ ଏକ ରୋମାଞ୍ଚକର ଦୃଶ୍ୟ ସୃଷ୍ଟି କରିଛି । ଏଠାରେ ପାର୍କ, ୱାକ୍ ୱେ, ଜିମ୍, ଆମ୍ଫିଥିଏଟର, ଆରତୀ ଘାଟ ଏବଂ ନଦୀ କୂଳରେ ଗାଧୋଇବା ଭଳି ସୁବିଧା ସୁଯୋଗ ସୃଷ୍ଟି କରିପାରିବ । ଏହା କେବଳ ଏହି ଅଞ୍ଚଳର ସାଂସ୍କୃତିକ ଢାଞ୍ଚାକୁ ସମୃଦ୍ଧ କରିବ ନାହିଁ ବରଂ ଏହାର ଆଧ୍ୟାତ୍ମିକ ଏବଂ ମନୋରଞ୍ଜନ ଆକର୍ଷଣକୁ ବଢାଇବାରେ ଯୋଗଦାନ ରଖିବ । ମହାନଦୀ ସାଂସ୍କୃତିକ, ମନୋରଞ୍ଜନ ଓ ଅର୍ଥନୈତିକ କାର୍ୟ୍ୟର କେନ୍ଦ୍ରବିନ୍ଦୁ ପାଲଟିପାରିବ । ଏହା ଦ୍ୱାରା ସ୍ଥାନୀୟ ଲୋକମାନେ ଉପକୃତ ହେବା ସହ ଏହି ସ୍ଥାନ ଦୂରଦୂରାନ୍ତରୁ ପର୍ୟ୍ୟଟକଙ୍କୁ ଆକୃଷ୍ଟ କରିପାରିବ ।

The post ସମ୍ବଲପୁରକୁ ନୂଆ ରୂପ ଦେବା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଧର୍ମେନ୍ଦ୍ର appeared first on KNews Odisha.