ସମ୍ବଲପୁରରେ ମୁଖ୍ୟମନ୍ତ୍ରୀଙ୍କ ଜନ ଶୁଣାଣି
ସମ୍ବଲପୁର: ସମ୍ବଲପୁର ଦୁର୍ଗାପାଲିସ୍ଥିତ ମହାନଗର ନିଗମ କାର୍ଯ୍ୟାଳୟରେ ଆରମ୍ଭ ହୋଇଛି ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି। ମୁଖ୍ୟମନ୍ତ୍ରୀ ପହଞ୍ଚିବା କ୍ଷଣି ପ୍ରଥମେ ଦିବ୍ୟାଙ୍ଗମାନଙ୍କୁ ଭେଟିଥିଲେ। ତାଙ୍କର ସମସ୍ୟା ଶୁଣିଥିଲେ। ଜଣ ଜଣ କରି ତାଙ୍କ ସମସ୍ୟା ମୁଖ୍ୟମନ୍ତ୍ରୀଙ୍କୁ ଜଣାଇଥିଲେ। ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରି ବେଶ୍ ଖୁସି ହୋଇଛନ୍ତି ଦିବ୍ୟାଙ୍ଗ ଅଭିଯୋଗକାରୀମାନେ। ଏହାପରେ ମୁଖ୍ୟମନ୍ତ୍ରୀ ତାଙ୍କର ଅଭିଯୋଗ ପ୍ରକୋଷ୍ଠକୁ ଯାଇଥିଲେ। ସେଠାରେ ବର୍ତ୍ତମାନ ଲୋକଙ୍କ ଅଭିଯୋଗ ଶୁଣିବା ଆରମ୍ଭ କରିଛନ୍ତି।