ସମ୍ବଲପୁରରେ ମୁଖ୍ୟମନ୍ତ୍ରୀଙ୍କ ଜନଶୁଣାଣି
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆସନ୍ତାକାଲି ସମ୍ବଲପୁରରେ ଜନସାଧାରଣଙ୍କର ବିଭିନ୍ନ ଅଭିଯୋଗର ଶୁଣାଣି କରିବେ। ସମ୍ବଲପୁର ମହାନଗର ନିଗମ କାର୍ଯ୍ୟାଳୟ, ଦୁର୍ଗାପାଲିଠାରେ ଏହି ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହେବ। ଏଥିପାଇଁ ସର୍ବାଧିକ ୧୦୦୦ ଜଣ ପଞ୍ଜୀକରଣ କରି ସାରିଛନ୍ତି !