ସମ୍ବଲପୁରରେ ଯୁବକଙ୍କୁ ହତ୍ୟା

ସମ୍ବଲପୁର: ସମ୍ବଲପୁର ଟାଉନ ଥାନା ଠେଲ୍‌କୋପଡ଼ାରେ ଶନିବାର ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ୪ରୁ ୫ଜଣ ଯୁବକ ସଂଘବଦ୍ଧ ଭାବେ ଜଣେ ଯୁବକଙ୍କୁ ମାରଣାସ୍ତ୍ରରେ ହାଣି ଅତି ନିର୍ମମ ଭାବେ ହତ୍ୟା କରିଛନ୍ତି। ଝଗଡ଼ାକୁ କେନ୍ଦ୍ର କରି ଏହି ହତ୍ୟା କାଣ୍ଡ ଘଟିଥିବା ଜଣାପଡିଛି। ମିଳିଥିବା ସୂଚନା ମୁତାବକ, ୪ରୁ ୫ଜଣ ଯୁବକଙ୍କ ସହ ଜଣେ ଯୁବକଙ୍କ ମଧ୍ୟରେ କୌଣସି କାରଣକୁ ନେଇ ପ୍ରଥମେ ବଚସା ହୋଇଥିଲା। ଏହା କ୍ରମେ ଉଗ୍ର ରୁପ ନେଇଥିଲା। ୪ରୁ ୫ଜଣ […] The post ସମ୍ବଲପୁରରେ ଯୁବକଙ୍କୁ ହତ୍ୟା appeared first on Dharitri Odia News.

ସମ୍ବଲପୁରରେ ଯୁବକଙ୍କୁ ହତ୍ୟା

ସମ୍ବଲପୁର: ସମ୍ବଲପୁର ଟାଉନ ଥାନା ଠେଲ୍‌କୋପଡ଼ାରେ ଶନିବାର ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ୪ରୁ ୫ଜଣ ଯୁବକ ସଂଘବଦ୍ଧ ଭାବେ ଜଣେ ଯୁବକଙ୍କୁ ମାରଣାସ୍ତ୍ରରେ ହାଣି ଅତି ନିର୍ମମ ଭାବେ ହତ୍ୟା କରିଛନ୍ତି। ଝଗଡ଼ାକୁ କେନ୍ଦ୍ର କରି ଏହି ହତ୍ୟା କାଣ୍ଡ ଘଟିଥିବା ଜଣାପଡିଛି।

ମିଳିଥିବା ସୂଚନା ମୁତାବକ, ୪ରୁ ୫ଜଣ ଯୁବକଙ୍କ ସହ ଜଣେ ଯୁବକଙ୍କ ମଧ୍ୟରେ କୌଣସି କାରଣକୁ ନେଇ ପ୍ରଥମେ ବଚସା ହୋଇଥିଲା। ଏହା କ୍ରମେ ଉଗ୍ର ରୁପ ନେଇଥିଲା। ୪ରୁ ୫ଜଣ ଯୁବକ ଏଥିରେ ଉତ୍‌କ୍ଷିପ୍ତ ହୋଇ ସଂଘବଦ୍ଧ ଭାବେ ଜଣେ ଯୁବକଙ୍କୁ ମାରଣାସ୍ତ୍ରରେ ଆକ୍ରମଣ କରିଥିଲେ। ଫଳରେ ଯୁବକ ଜଣକ ଗୁରୁତର ଆହତ ହୋଇଥିଲେ। ଖବର ପାଇ ଟାଉନ ଥାନା ପୋଲିସ ଘଟଣା ସ୍ଥଳରେ ହପଞ୍ଚି ଯୁବକଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ହସ୍ପିଟାଲ ନେଇଥିଲା। ସେଠାରେ ଡାକ୍ତର ଯୁବକଙ୍କୁ ମୃତ ଘୋଷଣା କରିଥିବା ଜଣାପଡିଛି। ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି।

The post ସମ୍ବଲପୁରରେ ଯୁବକଙ୍କୁ ହତ୍ୟା appeared first on Dharitri Odia News.