ସମ୍ବିଧାନ ଦିବସରେ ବାହାରିଲା ପଦଯାତ୍ରା: ସାମିଲ ହେଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୬।୧୧: ଆଜି ହେଉଛି ସମ୍ବିଧାନ ଦିବସ । ପ୍ରତି ବର୍ଷ ନଭେମ୍ବର ୨୬ ତାରିଖରେ ଏହି ଦିବସ ପାଳନ କରାଯାଏ । ଏହି ପରିପ୍ରେକ୍ଷୀରେ ରାଜଧାନୀ ଭୁବନେଶ୍ୱରରେ ରାଜ୍ୟ ସରକାରଙ୍କ ପକ୍ଷରୁ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମ କରାଯାଇଛି। ଅନୁଷ୍ଠିତ ପଦଯାତ୍ରାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗ ଦେଇଛନ୍ତି। ପଦଯାତ୍ରା ଭୁବନେଶ୍ବର ଏଜି ଛକରୁ ବହାରି କ୍ୟାପିଟାଲ ହସ୍ପିଟାଲ ଛକ ଯାଏ ଯାଇଥିଲା। ଏଥିରେ ବିଭିନ୍ନ ବର୍ଗର ଲୋକେ ସାମିଲ ହୋଇଥିଲେ। କାର୍ଯ୍ୟକ୍ରମରେ କ୍ରୀଡ଼ାମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜଙ୍କ […] The post ସମ୍ବିଧାନ ଦିବସରେ ବାହାରିଲା ପଦଯାତ୍ରା: ସାମିଲ ହେଲେ ମୁଖ୍ୟମନ୍ତ୍ରୀ appeared first on Dharitri Odia News.
ଭୁବନେଶ୍ୱର,୨୬।୧୧: ଆଜି ହେଉଛି ସମ୍ବିଧାନ ଦିବସ । ପ୍ରତି ବର୍ଷ ନଭେମ୍ବର ୨୬ ତାରିଖରେ ଏହି ଦିବସ ପାଳନ କରାଯାଏ । ଏହି ପରିପ୍ରେକ୍ଷୀରେ ରାଜଧାନୀ ଭୁବନେଶ୍ୱରରେ ରାଜ୍ୟ ସରକାରଙ୍କ ପକ୍ଷରୁ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମ କରାଯାଇଛି। ଅନୁଷ୍ଠିତ ପଦଯାତ୍ରାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗ ଦେଇଛନ୍ତି। ପଦଯାତ୍ରା ଭୁବନେଶ୍ବର ଏଜି ଛକରୁ ବହାରି କ୍ୟାପିଟାଲ ହସ୍ପିଟାଲ ଛକ ଯାଏ ଯାଇଥିଲା। ଏଥିରେ ବିଭିନ୍ନ ବର୍ଗର ଲୋକେ ସାମିଲ ହୋଇଥିଲେ। କାର୍ଯ୍ୟକ୍ରମରେ କ୍ରୀଡ଼ାମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜଙ୍କ ସହ ବିଭିନ୍ନ ବିଭାଗର ଅଧିକାରୀ ସାମିଲ ହୋଇଥିଲେ।
ସୂଚନା ଯୋଗ୍ୟ, ୧୯୪୯ ନଭେମ୍ବର ୨୬ରେ ଭାରତ ସମ୍ବିଧାନକୁ ଗ୍ରହଣ କରିଥିଲା। ୧୯୫୦ ଜାନୁଆରୀ ୨୬ରେ ଏହାକୁ ଭାରତରେ ଲାଗୁ କରାଯାଇଥିଲା । ୨୦୧୫ରେ ନାଗରିକଙ୍କ ମଧ୍ୟରେ ସମ୍ବିଧାନର ମୂଲ୍ୟବୋଧକୁ ପ୍ରୋତ୍ସାହିତ କରିବା ପାଇଁ କେନ୍ଦ୍ର ସାମାଜିକ ନ୍ୟାୟ ମନ୍ତ୍ରଣାଳୟ ପ୍ରତି ବର୍ଷ ନଭେମ୍ବର ୨୬କୁ ସମ୍ବିଧାନ ଦିବସ ଭାବରେ ପାଳନ କରିବାକୁ ନିଷ୍ପତି ନେଇଛି। ଚଳିତ ବର୍ଷ ସମ୍ବିଧାନ ଦିବସର ବିଷୟବସ୍ତୁ ରହିଛି ‘ମୋର ସମ୍ବିଧାନ ମୋର ସ୍ବାଭିମାନ’।
The post ସମ୍ବିଧାନ ଦିବସରେ ବାହାରିଲା ପଦଯାତ୍ରା: ସାମିଲ ହେଲେ ମୁଖ୍ୟମନ୍ତ୍ରୀ appeared first on Dharitri Odia News.