ସମ୍ଭାବ୍ୟ ବାତ୍ୟା ପାଇଁ ୧୪ ଜିଲାରେ ଅକ୍ଟୋବର ୨୩ରୁ ୨୫ ତାରିଖ ପର୍ଯ୍ୟନ୍ତ ସ୍କୁଲ ଛୁଟି ଘୋଷଣା କଲେ ଏସଆରସି

ଭୁବନେଶ୍ବର: ସମ୍ଭାବ୍ୟ ବାତ୍ୟା ପାଇଁ ୧୪ ଜିଲାରେ ସ୍କୁଲ ଛୁଟି ଘୋଷଣା କରାଯାଇଛି। ଅକ୍ଟୋବର ୨୩ରୁ ୨୫ ତାରିଖ ପର୍ଯ୍ୟନ୍ତ ସ୍କୁଲ ଛୁଟି ଘୋଷଣା କଲେ ଏସଆରସି। ୧୪ ଜିଲା-ଗଞ୍ଜାମ, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ବର, ମୟୁରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, ଯାଜପୁର, ଅନୁଗୁଳ, ଖୋର୍ଦ୍ଧା, ନୟାଗଡ଼ ଓ କଟକରେ ସ୍କୁଲ ଛୁଟି ଘୋଷଣା କରାଯାଇଛି। ସମ୍ଭାବ୍ୟ ବାତ୍ୟା ‘ଦାନା’କୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ୧୪ଟି ଜିଲ୍ଲାରେ ୩ ଦିନିଆ ସ୍କୁଲ ଛୁଟି ଘୋଷଣା କରିଛନ୍ତି […]

ସମ୍ଭାବ୍ୟ ବାତ୍ୟା ପାଇଁ ୧୪ ଜିଲାରେ  ଅକ୍ଟୋବର ୨୩ରୁ ୨୫ ତାରିଖ ପର୍ଯ୍ୟନ୍ତ ସ୍କୁଲ ଛୁଟି ଘୋଷଣା କଲେ ଏସଆରସି

ଭୁବନେଶ୍ବର: ସମ୍ଭାବ୍ୟ ବାତ୍ୟା ପାଇଁ ୧୪ ଜିଲାରେ ସ୍କୁଲ ଛୁଟି ଘୋଷଣା କରାଯାଇଛି। ଅକ୍ଟୋବର ୨୩ରୁ ୨୫ ତାରିଖ ପର୍ଯ୍ୟନ୍ତ ସ୍କୁଲ ଛୁଟି ଘୋଷଣା କଲେ ଏସଆରସି। ୧୪ ଜିଲା-ଗଞ୍ଜାମ, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ବର, ମୟୁରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, ଯାଜପୁର, ଅନୁଗୁଳ, ଖୋର୍ଦ୍ଧା, ନୟାଗଡ଼ ଓ କଟକରେ ସ୍କୁଲ ଛୁଟି ଘୋଷଣା କରାଯାଇଛି।

ସମ୍ଭାବ୍ୟ ବାତ୍ୟା ‘ଦାନା’କୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ୧୪ଟି ଜିଲ୍ଲାରେ ୩ ଦିନିଆ ସ୍କୁଲ ଛୁଟି ଘୋଷଣା କରିଛନ୍ତି । ଆସନ୍ତା ଅକ୍ଟୋବର ୨୩ରୁ ୨୫ ତାରିଖ ପର୍ଯ୍ୟନ୍ତ ସ୍କୁଲଗୁଡ଼ିକୁ ଛୁଟି ଘୋଷଣା କରାଯାଇଛି। ଏହି ୧୪ଟି ଜିଲ୍ଲା ହେଉଛି- ଗଞ୍ଜାମ, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, ଯାଜପୁର, ଅନୁଗୋଳ, ଖୋର୍ଦ୍ଧା, ନୟାଗଡ଼ ଓ କଟକ।

ସମ୍ଭାବ୍ୟ ବାତ୍ୟା ‘ଦାନା’ ୨୪ ତାରିଖ ରାତିରୁ ୨୫ ତାରିଖ ସକାଳ ମଧ୍ୟରେ ଓଡ଼ିଶାର ପୁରୀ ଓ ପଶ୍ଚିମବଙ୍ଗର ସାଗର ଦୀପପୁଞ୍ଜ ମଧ୍ୟରେ ଉପକୂଳକୁ ଅତିକ୍ରମ କରିବାର ସମ୍ଭାବନା ରହିଥିବା ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାର ପ୍ରଭାବରେ ଉପରୋକ୍ତ ୧୪ଟି ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ।  ସମ୍ଭାବ୍ୟ ବାତ୍ୟା ‘ଦାନା’ ସ୍ଥଳ ଭାଗ ଛୁଇଁବାବେଳେ ପବନର ବେଗ ଘଣ୍ଟା ପ୍ରତି ୧୦୦ରୁ ୧୨୦ କିମି ରହିପାରେ ବୋଲି କୁହାଯାଇଛି। ତେଣୁ ପ୍ରତିଷେଧକମୂଳକ ପଦକ୍ଷେପ ସ୍ୱରୂପ ୧୪ଟି ଜିଲାର ସ୍କୁଲଗୁଡ଼ିକ ଛୁଟି ଘୋଷଣା କରାଯାଇଛି ବୋଲି ଏସଆରସି ଦେଓରଞ୍ଜନ କୁମାର ସିଂହ ରାଜ୍ୟ ସ୍କୁଲ ଓ ଗଣଶିକ୍ଷା ବିଭାଗକୁ ଲେଖିଥିବା ଚିଠିରେ ଉଲ୍ଲେଖ କରିଥିବା ସୂଚନା ମିଳିଛି।