ସରକାରଙ୍କ ଘୋଷଣା: ୨୦୩୬ ପର୍ଯ୍ୟନ୍ତ ହକି ଇଣ୍ଡିଆର ପ୍ରାୟୋଜକ ରହିବ ଓଡ଼ିଶା

ଭୁବନେଶ୍ୱର,୨୧।୬: ୨୦୩୬ ଯାଏ ଓଡ଼ିଶା ଭାରତୀୟ ହକି ଦଳର ପ୍ରାୟୋଜକ ରହିବ। ଏନେଇ ସରକାର ଶୁକ୍ରବାର ବଡ଼ ଘୋଷଣା କରିଛନ୍ତି। ୨୦୩୩ରୁ ୨୦୩୬ ପର୍ଯ୍ୟନ୍ତ ପ୍ରାୟୋଜକ ଅବଧି ବୃଦ୍ଧି ନେଇ ସୂଚନା ମିଳିଛି। ଓଡ଼ିଶା ୨୦୧୮ରୁ ହକି ଇଣ୍ଡିଆର ପ୍ରାୟୋଜକ ରହିଛି । ଆଜି ରାଜ୍ୟ ଅତିଥି ଭବନଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କ ସହ ହକି ଇଣ୍ଡିଆର ସଭାପତି ପଦ୍ମଶ୍ରୀ ଦିଲ୍ଲୀପ ତିର୍କୀ ଓ ମହାସଚିବ ଭୋଳାନାଥ ସିଂ ସୌଜନ୍ୟମୂଳକ ସାକ୍ଷାତ କରି ଆଲୋଚନା କରିଛନ୍ତି। […] The post ସରକାରଙ୍କ ଘୋଷଣା: ୨୦୩୬ ପର୍ଯ୍ୟନ୍ତ ହକି ଇଣ୍ଡିଆର ପ୍ରାୟୋଜକ ରହିବ ଓଡ଼ିଶା appeared first on Dharitri Odia News.

ସରକାରଙ୍କ ଘୋଷଣା: ୨୦୩୬ ପର୍ଯ୍ୟନ୍ତ ହକି ଇଣ୍ଡିଆର ପ୍ରାୟୋଜକ ରହିବ ଓଡ଼ିଶା

ଭୁବନେଶ୍ୱର,୨୧।୬: ୨୦୩୬ ଯାଏ ଓଡ଼ିଶା ଭାରତୀୟ ହକି ଦଳର ପ୍ରାୟୋଜକ ରହିବ। ଏନେଇ ସରକାର ଶୁକ୍ରବାର ବଡ଼ ଘୋଷଣା କରିଛନ୍ତି। ୨୦୩୩ରୁ ୨୦୩୬ ପର୍ଯ୍ୟନ୍ତ ପ୍ରାୟୋଜକ ଅବଧି ବୃଦ୍ଧି ନେଇ ସୂଚନା ମିଳିଛି। ଓଡ଼ିଶା ୨୦୧୮ରୁ ହକି ଇଣ୍ଡିଆର ପ୍ରାୟୋଜକ ରହିଛି ।

ଆଜି ରାଜ୍ୟ ଅତିଥି ଭବନଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କ ସହ ହକି ଇଣ୍ଡିଆର ସଭାପତି ପଦ୍ମଶ୍ରୀ ଦିଲ୍ଲୀପ ତିର୍କୀ ଓ ମହାସଚିବ ଭୋଳାନାଥ ସିଂ ସୌଜନ୍ୟମୂଳକ ସାକ୍ଷାତ କରି ଆଲୋଚନା କରିଛନ୍ତି।

ହକି ପାଇଁ ଓଡ଼ିଶାକୁ ବିଶ୍ୱରେ ଗୋଟିଏ ଅଲଗା ପରିଚୟ ମିଳିଛି। ଭାରତୀୟ ହକି ଦଳର ବିକାଶରେ ଓଡ଼ିଶାର ପ୍ରଶଂସନୀୟ ଅବଦାନ ରହିଛି। ଭବିଷ୍ୟତରେ ଓଡ଼ିଶା ସରକାରଙ୍କ ସହ ମିଶି ହକିକୁ ପରବର୍ତ୍ତୀ ପର୍ଯ୍ୟାୟକୁ ନେବା ପାଇଁ ମିଳିମିଶି କାମ କରିବା ପାଇଁ ଆଲୋଚନା ବେଳେ ପ୍ରତିଶ୍ରୁତି ଦିଆଯାଇଛି। ଏଥିସହ ହକିର ଉନ୍ନତି ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ସମସ୍ତ ସହଯୋଗ ଯୋଗାଇ ଦିଆଯିବ ବୋଲି ମୋହନ ମାଝି କହିଛନ୍ତି।

ସୂଚନାଯୋଗ୍ୟ, ଓଡ଼ିଶା ସରକାର ୨୦୧୮ରୁ ଭାରତୀୟ ହକି ଦଳର ପ୍ରାୟୋଜକ ଦାୟିତ୍ୱ ନେଇଛନ୍ତି। ୨୦୨୩ ରୁ ୧୦ ବର୍ଷ ଓଡ଼ିଶା ପ୍ରାୟୋଜକ ରହିବ ପାଇଁ ପୂର୍ବ ସରକାର ଘୋଷଣା କରିଥିଲେ।

The post ସରକାରଙ୍କ ଘୋଷଣା: ୨୦୩୬ ପର୍ଯ୍ୟନ୍ତ ହକି ଇଣ୍ଡିଆର ପ୍ରାୟୋଜକ ରହିବ ଓଡ଼ିଶା appeared first on Dharitri Odia News.