ସରକାରଙ୍କ ଦଶହରା ଭେଟି; ଆଜି ଖାତାକୁ ଆସିବ ‘ସୁଭଦ୍ରା’ ଟଙ୍କା

ଆଜି ଖାତାକୁ ଆସିବ ସୁଭଦ୍ରା ଟଙ୍କା। ମିଳିବ ଦଶହରା ଭେଟି, ଉତ୍ସାହିତ ମହିଳା। ବାରିପଦାର ଐତିହାସିକ ଛଉ ପଡିଆ ସଭାରୁ ସୁଭଦ୍ରା ଯୋଜନାର ପ୍ରଥମ କିସ୍ତିର ଦ୍ବିତୀୟ ପର୍ଯ୍ୟାୟ ଟଙ୍କା ପଠାଇବେ ମୁଖ୍ୟମନ୍ତ୍ରୀ ।

ସରକାରଙ୍କ ଦଶହରା ଭେଟି; ଆଜି ଖାତାକୁ ଆସିବ ‘ସୁଭଦ୍ରା’ ଟଙ୍କା

ଆଜି ଖାତାକୁ ଆସିବ ସୁଭଦ୍ରା ଟଙ୍କା। ମିଳିବ ଦଶହରା ଭେଟି, ଉତ୍ସାହିତ ମହିଳା। ଆଉ ଏପଟେ ବାରିପଦାରେ ଭବ୍ୟ ଆୟୋଜନ। ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଆଜି ବାରିପଦାର ଐତିହାସିକ ଛଉ ପଡିଆ ସଭାରୁ ସୁଭଦ୍ରା ଯୋଜନାର ପ୍ରଥମ କିସ୍ତିର ଦ୍ବିତୀୟ ପର୍ଯ୍ୟାୟ ଟଙ୍କା ପଠାଇବେ। ଉତ୍ସବରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ ସମେତ ଆଉ କିଛି ମନ୍ତ୍ରୀ ବି ଉପସ୍ଥିତ ରହିବେ। ଏହି ଅବସରରେ ସୁଭଦ୍ରା ଯୋଜନାରେ ପଞ୍ଜୀକରଣ କରିଥିବା ପ୍ରଥମ ଓ ଏକ କୋଟିତମ ହିତାଧିକାରୀଙ୍କୁ ସମ୍ବର୍ଦ୍ଧିତ କରାଯିବ।

ଦ୍ବିତୀୟ ପର୍ଯ୍ୟାୟରେ ୩୫ଲକ୍ଷରୁ ଅଧିକ ହିତାଧିକାରୀ ପାଇବେ ଟଙ୍କା। ଦିନ ୧୨ଟା ସୁଦ୍ଧା ହିତାଧିକାରୀଙ୍କ ଆକାଉଣ୍ଟକୁ ଯିବ ଟଙ୍କା। ପାର୍ବଣରେ ମହିଳାଙ୍କ ଆକାଉଣ୍ଟକୁ ୫ ହଜାର ଟଙ୍କା ଯିବାକୁ ଥିବାରୁ ହିତାଧିକାରୀଙ୍କ ଘରେ ଏବେ ବେଶ୍ ଉତ୍ସାହ । ଆଉ କିଛି ମହିଳା ସୁଭଦ୍ରା ଟଙ୍କା ଆସିଲେ ବ୍ୟବସାୟରେ ବିନିଯୋଗ କରିବେ ବୋଲି କହିଛନ୍ତି । ମାସକ ଭିତରେ କୌଣସି ସରକାରୀ ଯୋଜନାରେ ଏକ କୋଟି ମହିଳା ପଞ୍ଜୀକରଣ କରିବା ରେକର୍ଡ ବୋଲି କହିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା।

ପ୍ରଥମ ପର୍ଯ୍ୟାୟରେ ପ୍ରାୟ ୨୫ ଲକ୍ଷ ମହିଳାଙ୍କ ଖାତାକୁ ଟଙ୍କା ଯାଇଥିଲା । ଆଜି ଆଉ ୩୫ ଲକ୍ଷ ହିତାଧିକାରୀଙ୍କ ଖାତାକୁ ଯିବ ପ୍ରଥମ କିସ୍ତିର ଦ୍ୱିତୀୟ ପର୍ଯ୍ୟାୟ ଟଙ୍କା । ଅନ୍ୟପକ୍ଷରେ ତୃତୀୟ ପର୍ଯ୍ୟାୟରେ ଆସନ୍ତା ଡିସେମ୍ବର ସୁଦ୍ଧା ସମସ୍ତ ଯୋଗ୍ୟ ହିତାଧିକାରୀଙ୍କ ଆକାଉଣ୍ଟଙ୍କୁ ଟଙ୍କା ଯିବ ବୋଲି ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ । ଏହାପରେ ମାର୍ଚ୍ଚ ୮ ଅନ୍ତର୍ଜାତୀୟ ମହିଳା ଦିବସରେ ମିଳିବ ଦ୍ୱିତୀୟ କିସ୍ତି ଟଙ୍କା ।