ସରକାରୀ କର୍ମଚାରୀଙ୍କୁ ଦଶହରା ଭେଟି: ଏତିକି ପ୍ରତିଶତ ବଢ଼ିଲା ମହଙ୍ଗା ଭତ୍ତା…
ଭୁବନେଶ୍ୱର,୯ା୧୦: ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର। ରାଜ୍ୟ ସରକାରଙ୍କ ବିଭିନ୍ନ ଉଦ୍ୟୋଗ(ପିଏସୟୁ)ରେ କାର୍ଯ୍ୟରତ କର୍ମଚାରୀଙ୍କ ମହଙ୍ଗା ଭତ୍ତା ବଢ଼ିଛି। ଏହି ଭତ୍ତା ୪ ପ୍ରତିଶତ ବୃଦ୍ଧି ହୋଇଛି। । ଫଳରେ ୪୬%ରୁ ବଢ଼ି ଏହି ମହଙ୍ଗା ଭତ୍ତା ୫୦%ରେ ପହଞ୍ଚିଛି। ବର୍ଦ୍ଧିତ ମହଙ୍ଗା ଭତ୍ତା ଜାନୁଆରୀ ପହିଲାରୁ ପିଛିଲା ଭାବେ ଲାଗୁ ହେବ। ବୁଧବାର ସାଧାରଣ ଉଦ୍ୟୋଗ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, ରାଜ୍ୟ ସରକାରୀ ଉଦ୍ୟୋଗୀ କର୍ମଚାରୀମାନଙ୍କୁ ୨୦୧୭ ଦରମା ହାର ଆଧାରରେ […] The post ସରକାରୀ କର୍ମଚାରୀଙ୍କୁ ଦଶହରା ଭେଟି: ଏତିକି ପ୍ରତିଶତ ବଢ଼ିଲା ମହଙ୍ଗା ଭତ୍ତା… appeared first on Dharitri Odia News.
ଭୁବନେଶ୍ୱର,୯ା୧୦: ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର। ରାଜ୍ୟ ସରକାରଙ୍କ ବିଭିନ୍ନ ଉଦ୍ୟୋଗ(ପିଏସୟୁ)ରେ କାର୍ଯ୍ୟରତ କର୍ମଚାରୀଙ୍କ ମହଙ୍ଗା ଭତ୍ତା ବଢ଼ିଛି। ଏହି ଭତ୍ତା ୪ ପ୍ରତିଶତ ବୃଦ୍ଧି ହୋଇଛି। । ଫଳରେ ୪୬%ରୁ ବଢ଼ି ଏହି ମହଙ୍ଗା ଭତ୍ତା ୫୦%ରେ ପହଞ୍ଚିଛି। ବର୍ଦ୍ଧିତ ମହଙ୍ଗା ଭତ୍ତା ଜାନୁଆରୀ ପହିଲାରୁ ପିଛିଲା ଭାବେ ଲାଗୁ ହେବ।
ବୁଧବାର ସାଧାରଣ ଉଦ୍ୟୋଗ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, ରାଜ୍ୟ ସରକାରୀ ଉଦ୍ୟୋଗୀ କର୍ମଚାରୀମାନଙ୍କୁ ୨୦୧୭ ଦରମା ହାର ଆଧାରରେ ମହଙ୍ଗା ଭତ୍ତା ପରିମାଣକୁ ୪୬%ରୁ ୫୦%କୁ ବୃଦ୍ଧି କରାଗଲା । ଯାହାକି ୨୦୨୪ ଜାନୁୟାରୀ ୧ରୁ ପିଛିଲା ଭାବେ ଲାଗୁ ହେବ। ତେବେ ଏହି ବର୍ଦ୍ଧିତ ମହଙ୍ଗା ଭତ୍ତା ରାଜ୍ୟ ଉଦ୍ୟୋଗରେ କାର୍ଯ୍ୟରତ ଯୋଗ୍ୟ କର୍ମଚାରୀଙ୍କୁ ହିଁ ମିଳିପାରିବ। ସେଥିପାଇଁ ସାଧାରଣ ଉଦ୍ୟୋଗ ବିଭାଗ ମୋଟ ୯ଟି ସର୍ତ୍ତ ରଖିଛି । ଏହି ସର୍ତ୍ତସବୁ ପୂରଣ କରୁଥିବା ରାଜ୍ୟ ସରକାରଙ୍କ ଉଦ୍ୟୋଗଗଡ଼ିକୁ ନିଜର କର୍ମଚାରୀମାନଙ୍କୁ ବର୍ଦ୍ଧିତ ମହଙ୍ଗା ଭତ୍ତା ନିଜ ପାଣ୍ଠିରୁ ହିଁ ଦେଇପାରିବେ। ଏଥିପାଇଁ ରାଜ୍ୟ ସରକାର କୌଣସି ଆର୍ଥିକ ସହାୟତା ଦେବେ ନାହିଁ।
ସେହିପରି ରାଜ୍ୟର ସରକାରୀ କର୍ମଚାରୀଙ୍କ ପାଇଁ ଗ୍ରାଚ୍ୟୁଇଟି ସୀମା ୧୫ ଲକ୍ଷ ଟଙ୍କାରୁ ୨୦ ଲକ୍ଷ ଟଙ୍କାକୁ ବୃଦ୍ଧି କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଷ୍ପତ୍ତି ଗ୍ରହଣ କରିଛନ୍ତି।
ଏହି ନିଷ୍ପତ୍ତି ଅନୁଯାୟୀ, ରାଜ୍ୟର ସରକାରୀ କର୍ମଚାରୀମାନଙ୍କ ମୃତ୍ୟୁ ତଥା ଅବସରକାଳୀନ ଗ୍ରାଚ୍ୟୁଇଟି (ଡିସିଆର୍ଜି)କୁ ୧୫ ଲକ୍ଷରୁ ୨୦ ଲକ୍ଷ ଟଙ୍କାକୁ ପିଛିଲା ଭାବରେ ୨୦୨୪ ଜାନୁଆରୀ ୧ ତାରିଖରୁ ଲାଗୁ କରାଯାଇଛି। ରାଜ୍ୟର ବିଭିନ୍ନ ସେବା ସଙ୍ଗଠନ ଏଥିପାଇଁ ରାଜ୍ୟ ସରକାରଙ୍କ ନିକଟରେ ଦାବି କରିଥିଲେ।
ସୂଚନାଯୋଗ୍ୟ, କେନ୍ଦ୍ର ସରକାର ୦୧ା୦୧ା୨୦୨୪ରୁ ସମସ୍ତ ସରକାରୀ କର୍ମଚାରୀଙ୍କ ପାଇଁ କେନ୍ଦ୍ରୀୟ ସିଭିଲ ସର୍ଭିସେସ୍ (ପେନ୍ସନ୍) ନିୟମ ଅନୁଯାୟୀ ମୃତ୍ୟୁ ତଥା ଅବସରକାଳୀନ ଗ୍ରାଚ୍ୟୁଇଟିକୁ ବୃଦ୍ଧି କରିଛନ୍ତି।
The post ସରକାରୀ କର୍ମଚାରୀଙ୍କୁ ଦଶହରା ଭେଟି: ଏତିକି ପ୍ରତିଶତ ବଢ଼ିଲା ମହଙ୍ଗା ଭତ୍ତା… appeared first on Dharitri Odia News.