ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ପୂର୍ବଛାତ୍ର ରଜତଙ୍କୁ ସମ୍ବର୍ଦ୍ଧନା

କେନ୍ଦୁଝରଗଡ଼: କେନ୍ଦୁଝରଗଡ଼଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରର ପୂର୍ବଛାତ୍ର ରଜତ କୁମାର ପଢ଼ିଆରୀ ଓଡ଼ିଶା ପ୍ରଶାସନିକ ସେବା ପରୀକ୍ଷାରେ ସଫଳତା ପାଇଥିବାରୁ ବିଦ୍ୟାଳୟ ତରଫରୁ ମଙ୍ଗଳବାର ଉତ୍ତରୀୟ ଓ ପୁଷ୍ପଗୁଚ୍ଛ ପ୍ରଦାନ ପୂର୍ବକ ସମ୍ବର୍ଦ୍ଧନା କରାଯାଇଛି। ଏହି ଉପଲକ୍ଷେ ଆୟୋଜିତ ଏକ ସଭାରେ ବିଦ୍ୟାଳୟ ପରିଚାଳନା ସମିତି ସମ୍ପାଦକ ସୁଧାଂଶୁ ଶେଖର ପଣ୍ଡା ଓ କୋଷାଧ୍ୟକ୍ଷ ବିଜୟ କୁମାର ଦୀକ୍ଷିତ ଉପସ୍ଥିତ ରହି ରଜତଙ୍କ ଉଜ୍ଜ୍ୱଳ ଭବିଷ୍ୟତ କାମନା କରିଥିଲେ। ଶ୍ରୀ ପଢ଼ିଆରୀ ବିଦ୍ୟାଳୟର ଶିଶୁମାନଙ୍କ ଉଦ୍ଦେଶ୍ୟରେ […]

ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ପୂର୍ବଛାତ୍ର ରଜତଙ୍କୁ ସମ୍ବର୍ଦ୍ଧନା

କେନ୍ଦୁଝରଗଡ଼: କେନ୍ଦୁଝରଗଡ଼଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରର ପୂର୍ବଛାତ୍ର ରଜତ କୁମାର ପଢ଼ିଆରୀ ଓଡ଼ିଶା ପ୍ରଶାସନିକ ସେବା ପରୀକ୍ଷାରେ ସଫଳତା ପାଇଥିବାରୁ ବିଦ୍ୟାଳୟ ତରଫରୁ ମଙ୍ଗଳବାର ଉତ୍ତରୀୟ ଓ ପୁଷ୍ପଗୁଚ୍ଛ ପ୍ରଦାନ ପୂର୍ବକ ସମ୍ବର୍ଦ୍ଧନା କରାଯାଇଛି। ଏହି ଉପଲକ୍ଷେ ଆୟୋଜିତ ଏକ ସଭାରେ ବିଦ୍ୟାଳୟ ପରିଚାଳନା ସମିତି ସମ୍ପାଦକ ସୁଧାଂଶୁ ଶେଖର ପଣ୍ଡା ଓ କୋଷାଧ୍ୟକ୍ଷ ବିଜୟ କୁମାର ଦୀକ୍ଷିତ ଉପସ୍ଥିତ ରହି ରଜତଙ୍କ ଉଜ୍ଜ୍ୱଳ ଭବିଷ୍ୟତ କାମନା କରିଥିଲେ। ଶ୍ରୀ ପଢ଼ିଆରୀ ବିଦ୍ୟାଳୟର ଶିଶୁମାନଙ୍କ ଉଦ୍ଦେଶ୍ୟରେ ନିଜର ପ୍ରେରଣାଦାୟୀ ବକ୍ତବ୍ୟ ପ୍ରଦାନ କରିଥିଲେ। ବିଦ୍ୟାଳୟର ପ୍ରଧାନାଚାର୍ଯ୍ୟ ଅଲେଖ ମହାନ୍ତ ପ୍ରାରମ୍ଭରେ ସ୍ୱାଗତ ଜଣାଇଥିବା ବେଳେ ବିଦ୍ୟାମନ୍ଦିର ପର୍ଯ୍ୟାୟ ପ୍ରମୁଖ ଦେବାଶିଷ ସାମଲ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। ଲମ୍ବୋଦର ମହାନ୍ତ ଓ ଦୟାନିଧି ମହାନ୍ତ ସହଯୋଗ କରିଥିଲେ। ସଭାରେ ସମସ୍ତ ଆଚାର୍ଯ୍ୟ, ଆଚାର୍ଯ୍ୟା ଓ ଛାତ୍ରଛାତ୍ରୀ ଉପସ୍ଥିତ ଥିଲେ।