ସରିଲା ବାହାର ଚନ୍ଦନ ଯାତ୍ରା : ଆଜିଠୁ ଆରମ୍ଭ ହେବ ଭିତର ଚନ୍ଦନ ଯାତ୍ରା

ନନ୍ଦିଘୋଷ ବ୍ୟୁରେ: ସରିଛି ମହାପ୍ରଭୁଙ୍କ ବାହାର ଚନ୍ଦନ ଯାତ୍ରା। ଆଜିଠାରୁ ଆରମ୍ଭ ହେବ ଭିତର ଚନ୍ଦନ ଯାତ୍ରା। ୨୧ ଦିନ... The post ସରିଲା ବାହାର ଚନ୍ଦନ ଯାତ୍ରା : ଆଜିଠୁ ଆରମ୍ଭ ହେବ ଭିତର ଚନ୍ଦନ ଯାତ୍ରା appeared first on .

ସରିଲା ବାହାର ଚନ୍ଦନ ଯାତ୍ରା : ଆଜିଠୁ ଆରମ୍ଭ ହେବ ଭିତର ଚନ୍ଦନ ଯାତ୍ରା

ନନ୍ଦିଘୋଷ ବ୍ୟୁରେ: ସରିଛି ମହାପ୍ରଭୁଙ୍କ ବାହାର ଚନ୍ଦନ ଯାତ୍ରା। ଆଜିଠାରୁ ଆରମ୍ଭ ହେବ ଭିତର ଚନ୍ଦନ ଯାତ୍ରା। ୨୧ ଦିନ ଧରି ମହାପ୍ରଭୁଙ୍କୁ ଚନ୍ଦନ ଓ ଆଲଟ ଲାଗି କରାଯିବ। ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଯାତଭୋଗ ସରିବା ପରେ ଭିତର ଚନ୍ଦନ ଯାତ୍ରା ନୀତି କରାଯିବ। ଜ୍ୟେଷ୍ଠ କୃଷ୍ଣ ଏକାଦଶୀ, ସାବିତ୍ରୀ ଅମାବାସ୍ୟା, ଶୀତଳ ଷଷ୍ଠୀ ଓ ରୁକ୍ମିଣୀ ହରଣ ଏକାଦଶୀରେ ଶ୍ରୀମନ୍ଦିର ଭିତରେ ଥିବା ଜଳକ୍ରୀଡ଼ା ମଣ୍ଡପରେ ଠାକୁରଙ୍କ ଜଳକ୍ରୀଡ଼ା ନୀତି ଅନୁଷ୍ଠିତ ହେବ। ବୈଶାଖ ଶୁକ୍ଳ ତୃତୀୟା ବା ଅକ୍ଷୟ ତୃତୀୟାରୁ ଜ୍ୟେଷ୍ଠ ଶୁକ୍ଳ ଚତୁର୍ଦ୍ଦଶୀ ଅର୍ଥାତ ସ୍ନାନପୂର୍ଣ୍ଣିମା ପୂର୍ବଦିନ ପର୍ଯ୍ୟନ୍ତ ମୋଟ ୪୨ ଦିନ ଧରି ଚନ୍ଦନଯାତ୍ରା ଅନୁଷ୍ଠିତ ହୋଇଥାଏ । ପ୍ରଥମ ୨୧ ଦିନ ମହାପ୍ରଭୁଙ୍କ ଚଳନ୍ତି ପ୍ରତିମା ଓ ପଞ୍ଚପାଣ୍ଡଵ ନରେନ୍ଦ୍ର ପୁଷ୍କରିଣୀରେ ଜଳକ୍ରୀଡା କରିବା ପରେ ପରବର୍ତ୍ତୀ ୨୧ ଦିନ ଜ୍ୟେଷ୍ଠ ଶୁକ୍ଳ ଚତୁର୍ଦ୍ଦଶୀ ପର୍ଯ୍ୟନ୍ତ ଶ୍ରୀମନ୍ଦିରରେ ଭିତର ଚନ୍ଦନ ଯାତ୍ରା ଅନୁଷ୍ଠିତ ହୋଇଥାଏ।

The post ସରିଲା ବାହାର ଚନ୍ଦନ ଯାତ୍ରା : ଆଜିଠୁ ଆରମ୍ଭ ହେବ ଭିତର ଚନ୍ଦନ ଯାତ୍ରା appeared first on .