ସରିଲା ରଥଯାତ୍ରା, ଗୋଟି ପହଣ୍ଡିରେ ଜନ୍ମବେଦୀରେ ବିରାଜିଲେ ଚତୁର୍ଦ୍ଧାମୂରତୀ
ପୁରୀ: ଘୋଷଯାତ୍ରାର ଆଜି ତୃତୀୟ ଦିବସ। ଗୋଟିଏ ଦିନର ବିଳମ୍ବ ପରେ ବବିବାର ଜନ୍ମବେଦୀ ଗୁଣ୍ଡିଚା ମନ୍ଦିର ଆଡ଼ପ ମଣ୍ଡପରେ ବିରାଜିଲେ ଚତୁର୍ଦ୍ଧା ମୂରତି । ଗୁଣ୍ଡିଚା ମନ୍ଦିର ସମ୍ମୁଖରେ ରଥ ଉପରେ ଶ୍ରୀବିଗ୍ରହଙ୍କ ସମସ୍ତ ନୀତିକାନ୍ତି ଅନୁଷ୍ଠିତ ହୋଇଥିଲା। ସନ୍ଧ୍ୟାଧୂପ ପରେ ଗୋଟି ପହଣ୍ଡିରେ ପ୍ରଭୁ ବଳଭଦ୍ର, ଦେବୀ ସୁଭଦ୍ରା ଏବଂ ବଡ ଠାକୁର ଜଗନ୍ନାଥ ଜନ୍ମବେଦୀକୁ ଯାଇଛନ୍ତି। ମହାପ୍ରଭୁଙ୍କ ଦର୍ଶନ ପାଇଁ ଶରଧାବାଲିରେ ଭକ୍ତଙ୍କ ପ୍ରବଳ ଗହଳି ଲାଗି ରହିଛି।ରତ୍ନବେଦୀରୁ ଜନ୍ମବେଦୀରେ ପହଞ୍ଚିଛନ୍ତି ଚତୁର୍ଦ୍ଧା ମୂରତୀ । ଏଥିସହ ରଥଯାତ୍ରା ଶାନ୍ତି ଶୃଙ୍ଖଳାର ସହ ସଂପନ୍ନ ହୋଇଛି। ଗୁଣ୍ଡିଚା ମନ୍ଦିର ସିଂହଦ୍ଵାର ସମ୍ମୁଖରେ ଦଣ୍ଡାୟମାନ ତିନି ରଥ। ବବିବାର ରଥ ଉପରେ ହିଁ ମହାପ୍ରଭୁଙ୍କ ଦୈନନ୍ଦିନ ନୀତିକାନ୍ତି ଅନୁଷ୍ଠିତ ହୋଇଥିଲା। ମଙ୍ଗଳଆଳତୀ, ମଇଲମ, ତଡ଼ପ ଲାଗି, ଅବକାଶ, ଗୋପାଳ ବଲ୍ଲଭ ଭୋଗ ପରେ ସକାଳଧୂପ, ଭୋଗମଣ୍ଡପ ଓ ମଧ୍ୟାହ୍ନ ଧୂପ ସଂପନ୍ନ ହୋଇଥିଲା। ସନ୍ଧ୍ୟାଆଳତୀ, ପୁଷ୍ପାଞ୍ଜଳି ଓ ଡୋରଲାଗି ପରେ ଚାରମାଳ ବନ୍ଧାଯାଇ ଅପରାହ୍ନରେ ପହଣ୍ଡି ଆରମ୍ଭ ହୋଇଥିଲା।ପ୍ରଥମେ ବଳଭଦ୍ର ପହଣ୍ଡି ବିଜେ ଆରମ୍ଭ ହୋଇ ଆଡପ ମଣ୍ଡପରେ ବିଜେ କରିଥିଲେ। ଏହା ପରେ ଭଉଣୀ ସୁଭଦ୍ରା ଜନ୍ମବେଦୀକୁ ଫେରିଥିଲେ। ଶେଷରେ ଜଗନ୍ନାଥଙ୍କ ପହଣ୍ଡି ଆରମ୍ଭ ହୋଇଥିଲା। ଟାହିଆ ହଲାଇ ପହଣ୍ଡି ବିଜେ କରିଥିଲେ ମହାବାହୁ। ଜଗନ୍ନାଥ ଧ୍ଵନୀ, ଘଣ୍ଟ ହୁଳହୁଳିରେ
ପୁରୀ: ଘୋଷଯାତ୍ରାର ଆଜି ତୃତୀୟ ଦିବସ। ଗୋଟିଏ ଦିନର ବିଳମ୍ବ ପରେ ବବିବାର ଜନ୍ମବେଦୀ ଗୁଣ୍ଡିଚା ମନ୍ଦିର ଆଡ଼ପ ମଣ୍ଡପରେ ବିରାଜିଲେ ଚତୁର୍ଦ୍ଧା ମୂରତି । ଗୁଣ୍ଡିଚା ମନ୍ଦିର ସମ୍ମୁଖରେ ରଥ ଉପରେ ଶ୍ରୀବିଗ୍ରହଙ୍କ ସମସ୍ତ ନୀତିକାନ୍ତି ଅନୁଷ୍ଠିତ ହୋଇଥିଲା। ସନ୍ଧ୍ୟାଧୂପ ପରେ ଗୋଟି ପହଣ୍ଡିରେ ପ୍ରଭୁ ବଳଭଦ୍ର, ଦେବୀ ସୁଭଦ୍ରା ଏବଂ ବଡ ଠାକୁର ଜଗନ୍ନାଥ ଜନ୍ମବେଦୀକୁ ଯାଇଛନ୍ତି। ମହାପ୍ରଭୁଙ୍କ ଦର୍ଶନ ପାଇଁ ଶରଧାବାଲିରେ ଭକ୍ତଙ୍କ ପ୍ରବଳ ଗହଳି ଲାଗି ରହିଛି।
ରତ୍ନବେଦୀରୁ ଜନ୍ମବେଦୀରେ ପହଞ୍ଚିଛନ୍ତି ଚତୁର୍ଦ୍ଧା ମୂରତୀ । ଏଥିସହ ରଥଯାତ୍ରା ଶାନ୍ତି ଶୃଙ୍ଖଳାର ସହ ସଂପନ୍ନ ହୋଇଛି। ଗୁଣ୍ଡିଚା ମନ୍ଦିର ସିଂହଦ୍ଵାର ସମ୍ମୁଖରେ ଦଣ୍ଡାୟମାନ ତିନି ରଥ। ବବିବାର ରଥ ଉପରେ ହିଁ ମହାପ୍ରଭୁଙ୍କ ଦୈନନ୍ଦିନ ନୀତିକାନ୍ତି ଅନୁଷ୍ଠିତ ହୋଇଥିଲା। ମଙ୍ଗଳଆଳତୀ, ମଇଲମ, ତଡ଼ପ ଲାଗି, ଅବକାଶ, ଗୋପାଳ ବଲ୍ଲଭ ଭୋଗ ପରେ ସକାଳଧୂପ, ଭୋଗମଣ୍ଡପ ଓ ମଧ୍ୟାହ୍ନ ଧୂପ ସଂପନ୍ନ ହୋଇଥିଲା। ସନ୍ଧ୍ୟାଆଳତୀ, ପୁଷ୍ପାଞ୍ଜଳି ଓ ଡୋରଲାଗି ପରେ ଚାରମାଳ ବନ୍ଧାଯାଇ ଅପରାହ୍ନରେ ପହଣ୍ଡି ଆରମ୍ଭ ହୋଇଥିଲା।
ପ୍ରଥମେ ବଳଭଦ୍ର ପହଣ୍ଡି ବିଜେ ଆରମ୍ଭ ହୋଇ ଆଡପ ମଣ୍ଡପରେ ବିଜେ କରିଥିଲେ। ଏହା ପରେ ଭଉଣୀ ସୁଭଦ୍ରା ଜନ୍ମବେଦୀକୁ ଫେରିଥିଲେ। ଶେଷରେ ଜଗନ୍ନାଥଙ୍କ ପହଣ୍ଡି ଆରମ୍ଭ ହୋଇଥିଲା। ଟାହିଆ ହଲାଇ ପହଣ୍ଡି ବିଜେ କରିଥିଲେ ମହାବାହୁ। ଜଗନ୍ନାଥ ଧ୍ଵନୀ, ଘଣ୍ଟ ହୁଳହୁଳିରେ ଉଚ୍ଛୁଳି ଉଠିଥିଲା ଶରଧାବାଲି ଓ ମାଉସୀ ମା ମନ୍ଦିର।
ମହାପ୍ରଭୁ ଆଡପ ମଣ୍ଡପରେ ଥିଲେ ବି ଭକ୍ତ ଦର୍ଶନ କରିପାରିବେ ନାହିଁ। ଆଡ଼ପ ମଣ୍ଡପରେ ଶ୍ରୀଜିଉ ପହଞ୍ଚିବା ପରେ ଦହି ପଖାଳ ଭୋଗ, ବଡ଼ସିଂହାର ବେଶ ଓ ରାତ୍ର ପହୁଡ ହେବ। ଆସନ୍ତାକାଲି ଠାରୁ ଆଡ଼ପ ଅଭଡ଼ା ବାହାରିବ। ଗୁଣ୍ଡିଚା ମନ୍ଦିର ଆଡ଼ପ ଅଭଡ଼ା ପାଇଁ ସ୍ଵତନ୍ତ୍ର ବ୍ୟବସ୍ଥା କରାଯାଉଛି। ଗତକାଲି ତିନି ରଥ ଗୁଣ୍ଡିଚା ମନ୍ଦିର ଠାରେ ଲାଗିବା ପରେ ରଥ ଉପରେ ମହାପ୍ରଭୁଙ୍କ ସମସ୍ତ ନୀତି କରାଯାଇଥିଲା।

ଆଜି ସକାଳେ ତିନି ରଥରେ ମହାପ୍ରଭୁଙ୍କ ମଙ୍ଗଳ ଆଳତୀ ଅନୁଷ୍ଠିତ ହେବା ପରେ ମଇଲମ, ତଡପଲାଗି, ଅବକାଶ, ବେଶ ଶେଷ, ଗୋପାଳବଲ୍ଲଭ, ସକାଳଧୂପ, ମଧ୍ୟାହ୍ନଧୂପ ଶେଷ ହୋଇଥିଲା। ଅପରାହ୍ନରେ ମହାପ୍ରଭୁଙ୍କ ସଂଧ୍ୟାଧୂପ ଓ ସଂଧ୍ୟା ଆଳତୀ ବଢିବା ପରେ ପହଣ୍ଡି ଆରମ୍ଭ ହୋଇଥିଲା।