ସରିଲା ଶ୍ରୀବିଗ୍ରହଙ୍କ ଅଧରପଣା ନୀତି: ନୀଳାଦ୍ରିିବିଜେକୁ ଭକ୍ତଙ୍କ ଅପେକ୍ଷା

ପୁରୀ,୭ା୭(ଅଜିତ୍‌ ମହାନ୍ତି)- ନବଦିନାତ୍ମକ ଯାତ୍ରା ସାରି ଜନ୍ମବେଦିରୁ ବାହୁଡ଼ି ଆସିଛନ୍ତି ଦାରୁଦିଅଁ। ଭଉଣୀ ଭାଇଙ୍କ ସହ ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖସ୍ଥ ତିନିରଥ ଉପରେ ଏବେ ଅବସ୍ଥାନ କରୁଛନ୍ତି ମହାପ୍ରଭୁ। ସୋମବାର ରଥ ଉପରେ ଶ୍ରୀବିଗ୍ରହମାନଙ୍କ ଅଧରପଣା ନୀତି ସମ୍ପନ୍ନ ହୋଇଛି। ଏବେ ଚତୁର୍ଦ୍ଧାମୂର୍ତ୍ତିଙ୍କ ନୀଳାଦ୍ରିିବିଜେକୁ ଅପେକ୍ଷା କରିଛନ୍ତି ଭକ୍ତ। ମଙ୍ଗଳବାର ନୀଳାଦ୍ରିବିଜେ ନୀତି ଅନୁଷ୍ଠିତ ହେବ। ଶ୍ରୀମନ୍ଦିର ରତ୍ନବେଦିକୁ ବିଜେ କରିବେ ଦାରୁବିଗ୍ରହ। ଏଥିସହ ଚଳିତବର୍ଷର ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା ଶେଷ ହେବ। ସେହିପରି ନୀଳାଦ୍ରିବିଜେ ପରେ ବୁଧବାରଠାରୁ […] The post ସରିଲା ଶ୍ରୀବିଗ୍ରହଙ୍କ ଅଧରପଣା ନୀତି: ନୀଳାଦ୍ରିିବିଜେକୁ ଭକ୍ତଙ୍କ ଅପେକ୍ଷା appeared first on Dharitri Odia News.

ସରିଲା ଶ୍ରୀବିଗ୍ରହଙ୍କ ଅଧରପଣା ନୀତି: ନୀଳାଦ୍ରିିବିଜେକୁ ଭକ୍ତଙ୍କ ଅପେକ୍ଷା
ପୁରୀ,୭ା୭(ଅଜିତ୍‌ ମହାନ୍ତି)- ନବଦିନାତ୍ମକ ଯାତ୍ରା ସାରି ଜନ୍ମବେଦିରୁ ବାହୁଡ଼ି ଆସିଛନ୍ତି ଦାରୁଦିଅଁ। ଭଉଣୀ ଭାଇଙ୍କ ସହ ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖସ୍ଥ ତିନିରଥ ଉପରେ ଏବେ ଅବସ୍ଥାନ କରୁଛନ୍ତି ମହାପ୍ରଭୁ। ସୋମବାର ରଥ ଉପରେ ଶ୍ରୀବିଗ୍ରହମାନଙ୍କ ଅଧରପଣା ନୀତି ସମ୍ପନ୍ନ ହୋଇଛି। ଏବେ ଚତୁର୍ଦ୍ଧାମୂର୍ତ୍ତିଙ୍କ ନୀଳାଦ୍ରିିବିଜେକୁ ଅପେକ୍ଷା କରିଛନ୍ତି ଭକ୍ତ। ମଙ୍ଗଳବାର ନୀଳାଦ୍ରିବିଜେ ନୀତି ଅନୁଷ୍ଠିତ ହେବ। ଶ୍ରୀମନ୍ଦିର ରତ୍ନବେଦିକୁ ବିଜେ କରିବେ ଦାରୁବିଗ୍ରହ। ଏଥିସହ ଚଳିତବର୍ଷର ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା ଶେଷ ହେବ। ସେହିପରି ନୀଳାଦ୍ରିବିଜେ ପରେ ବୁଧବାରଠାରୁ ପୁଣି ଶ୍ରୀମନ୍ଦିର ଚଳଚଞ୍ଚଳ ହୋଇଉଠିବ ଓ ଭକ୍ତମାନେ ନୀଳାଚଳ ଅବଢ଼ା ପାଇପାରିବେ।
ପରମ୍ପରା ଅନୁଯାୟୀ, ସୋମବାର ତିନିବାଡ଼ରେ ତିନି ରଥ ଉପରେ ୩ଟି ଲେଖାଏ ହିସାବରେ ମୋଟ ୯ଟି ହାଣ୍ଡିରେ ପଣାଭୋଗ କରାଯାଇଥିଲା। ଏଥିପାଇଁ ରାଘବଦାସ ମଠ, ବଡ଼ଓଡ଼ିଆ ମଠ ଏବଂ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ୩ଟି ଲେଖାଏ ଅଧରହାଣ୍ଡି ଓ ପଣା ସାମଗ୍ରୀ ଯୋଗାଇ ଦିଆଯାଇଥିଲା। ଭୋଗ ପରେ ଅଧରପଣା ହାଣ୍ଡିଗୁଡ଼ିକୁ ରଥ ଉପରେ ଭାଙ୍ଗିଦିଆଯାଇଥିଲା। ଦେବଦାନବ, ଚଣ୍ଡୀ ଚାମୁଣ୍ଡା ଆଦି ଏହି ପଣା ପାଇ ତୃପ୍ତ ହୋଇ ସ୍ବସ୍ଥାନକୁ ଫେରିଯାଇଥାନ୍ତି ବୋଲି ବିଶ୍ୱାସ ରହିଛି। ଅନ୍ୟପକ୍ଷରେ ମହାପ୍ରଭୁଙ୍କ ନୀଳାଦ୍ରିବିଜେ ନିମନ୍ତେ ଶ୍ରୀମନ୍ଦିର ପ୍ରଶାସନ ଏବଂ ପୁରୀ ଜିଲା ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ସରିଛି।

The post ସରିଲା ଶ୍ରୀବିଗ୍ରହଙ୍କ ଅଧରପଣା ନୀତି: ନୀଳାଦ୍ରିିବିଜେକୁ ଭକ୍ତଙ୍କ ଅପେକ୍ଷା appeared first on Dharitri Odia News.