ସର୍ଭେ ରିପୋର୍ଟ: ଓଡ଼ିଶାରେ ଆୟୁଷ ହାର ପୂର୍ବ ତୁଳନାରେ ବଢ଼ିଛି ୧୦ ବର୍ଷ…

ଭୁବନେଶ୍ବର: ବଜେଟ ପୂର୍ବରୁ ଉପସ୍ଥାପନ ହୋଇଛି ଅର୍ଥନୈତିକ ସର୍ଭେ ରିପୋର୍ଟ । ରିପୋର୍ଟ ଅନୁସାରେ ଓଡ଼ିଶାରେ ମୁଣ୍ଡପିଛା ଆୟ ୧, ୬୪, ୪୩୭ ଟଙ୍କାରେ ପହଞ୍ଚିଛି। ୨୦୧୫-୧୬ ପରଠାରୁ ଓଡ଼ିଶାର ମୁଣ୍ଡପିଚ୍ଛା ଆୟ ୧୨.୧ ପ୍ରତିଶତ ସିଏଜିଆରରେ ବୃଦ୍ଧି ପାଇଥିବାବେଳେ ୧୭ଟି ପ୍ରମୁଖ ରାଜ୍ୟ ତାଲିକାରେ ଓଡ଼ିଶା ୨୦୨୨-୨୩ରେ ୧୧ତମ ସ୍ଥାନରେ ରହିଛି। ୨୦୨୩-୨୪ରେ ଓଡ଼ିଶାର ଅଭିବୃଦ୍ଧି ହାର ୮.୫% ରହିବା ଆକଳନ କରାଯାଇଛି। ୨୦୨୨-୨୩ରେ ରାଜ୍ୟର ଅଭିବୃଦ୍ଧି ହାର ଥିଲା ୭.୯ ପ୍ରତିଶତ ଥିଲା। ସେହିପରି […]

ସର୍ଭେ ରିପୋର୍ଟ: ଓଡ଼ିଶାରେ ଆୟୁଷ ହାର ପୂର୍ବ ତୁଳନାରେ ବଢ଼ିଛି ୧୦ ବର୍ଷ…
odisha-2

ଭୁବନେଶ୍ବର: ବଜେଟ ପୂର୍ବରୁ ଉପସ୍ଥାପନ ହୋଇଛି ଅର୍ଥନୈତିକ ସର୍ଭେ ରିପୋର୍ଟ । ରିପୋର୍ଟ ଅନୁସାରେ ଓଡ଼ିଶାରେ ମୁଣ୍ଡପିଛା ଆୟ ୧, ୬୪, ୪୩୭ ଟଙ୍କାରେ ପହଞ୍ଚିଛି। ୨୦୧୫-୧୬ ପରଠାରୁ ଓଡ଼ିଶାର ମୁଣ୍ଡପିଚ୍ଛା ଆୟ ୧୨.୧ ପ୍ରତିଶତ ସିଏଜିଆରରେ ବୃଦ୍ଧି ପାଇଥିବାବେଳେ ୧୭ଟି ପ୍ରମୁଖ ରାଜ୍ୟ ତାଲିକାରେ ଓଡ଼ିଶା ୨୦୨୨-୨୩ରେ ୧୧ତମ ସ୍ଥାନରେ ରହିଛି। ୨୦୨୩-୨୪ରେ ଓଡ଼ିଶାର ଅଭିବୃଦ୍ଧି ହାର ୮.୫% ରହିବା ଆକଳନ କରାଯାଇଛି। ୨୦୨୨-୨୩ରେ ରାଜ୍ୟର ଅଭିବୃଦ୍ଧି ହାର ଥିଲା ୭.୯ ପ୍ରତିଶତ ଥିଲା।

ସେହିପରି ଏହି ସର୍ଭେ ରିପୋର୍ଟରେ ଆୟୁଷହାର ମଧ୍ୟ ପ୍ରକାଶ ପାଇଛି।  ଓଡ଼ିଶାରେ ଆୟୁଷ ହାର ପୂର୍ବ ତୁଳନାରେ ବଢ଼ିଛି ୧୦ ବର୍ଷ। ଆୟୁଷ ବୃଦ୍ଧି ନେଇ ଅର୍ଥନୈତିକ ସର୍ଭେ ରିପୋର୍ଟରେ ତଥ୍ୟ ପ୍ରକାଶ ପାଇଛି। ୨୦୦୦-୨୦୦୪ରେ ଓଡ଼ିଶାରେ ହାରାହାରି ଆୟୁଷ ଥିଲା ୬୦.୪ ବର୍ଷ । ୨୦୧୬-୨୦୨୦ରେ ହାରାହାରି ଆୟୁଷ ବୃଦ୍ଧି ପାଇ ୭୦.୩ ବର୍ଷ ରହିଛି । ତେବେ ୧୭ ପ୍ରମୁଖ ରାଜ୍ୟ ମଧ୍ୟରେ ଓଡ଼ିଶା ଉପରେ ରହିଛନ୍ତି ୭ ରାଜ୍ୟ ।