ସହରାଞ୍ଚଳ ଗରିବଙ୍କ ପାଇଁ ଆରମ୍ଭ ହେଲା ‘ସହଯୋଗ’

ଭୁବନେଶ୍ୱର,୧ା୫: ସହରାଞ୍ଚଳ ଗରିବଙ୍କ ପାଇଁ ଆରମ୍ଭ ହୋଇଛି ସ୍ବତନ୍ତ୍ର ପ୍ରୟାସ ‘ସହଯୋଗ’। ଏନେଇ ସୂଚନା ଦେଇଛନ୍ତି ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର। ହାତ ପାହାନ୍ତାରେ ବିଭିନ୍ନ ଯୋଜନାର ଫାଇଦା ପହଞ୍ଚାଇବ ‘ସହଯୋଗ’। ପ୍ରାରମ୍ଭିକ ଭାବେ ୮ଟି ବିଭାଗର ୧୩ଟି ଯୋଜନା ସାମିଲ କରାଯାଇଛି। ଆବାସ, ରାଶନ କାର୍ଡ, ଆୟୁଷ୍ମାନ ଭଳି ୧୩ ଯୋଜନା ସାମିଲ ହୋଇଛି। ଆଜିଠୁ ୨ ମାସ ଡୋର୍‌ ଟୁ ଡୋର୍‌ ବୁଲି ସର୍ଭେ କରିବେ ଫ୍ରଣ୍ଟଲାଇନ ଓ୍ବାର୍କର। ତେବେ […] The post ସହରାଞ୍ଚଳ ଗରିବଙ୍କ ପାଇଁ ଆରମ୍ଭ ହେଲା ‘ସହଯୋଗ’ appeared first on Dharitri Odia News.

ସହରାଞ୍ଚଳ ଗରିବଙ୍କ ପାଇଁ ଆରମ୍ଭ ହେଲା ‘ସହଯୋଗ’

ଭୁବନେଶ୍ୱର,୧ା୫: ସହରାଞ୍ଚଳ ଗରିବଙ୍କ ପାଇଁ ଆରମ୍ଭ ହୋଇଛି ସ୍ବତନ୍ତ୍ର ପ୍ରୟାସ ‘ସହଯୋଗ’। ଏନେଇ ସୂଚନା ଦେଇଛନ୍ତି ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର। ହାତ ପାହାନ୍ତାରେ ବିଭିନ୍ନ ଯୋଜନାର ଫାଇଦା ପହଞ୍ଚାଇବ ‘ସହଯୋଗ’।

ପ୍ରାରମ୍ଭିକ ଭାବେ ୮ଟି ବିଭାଗର ୧୩ଟି ଯୋଜନା ସାମିଲ କରାଯାଇଛି। ଆବାସ, ରାଶନ କାର୍ଡ, ଆୟୁଷ୍ମାନ ଭଳି ୧୩ ଯୋଜନା ସାମିଲ ହୋଇଛି। ଆଜିଠୁ ୨ ମାସ ଡୋର୍‌ ଟୁ ଡୋର୍‌ ବୁଲି ସର୍ଭେ କରିବେ ଫ୍ରଣ୍ଟଲାଇନ ଓ୍ବାର୍କର। ତେବେ ପ୍ରଥମ ପର୍ଯ୍ୟାୟରେ ୮ ଜିଲାର ୪୪ ପୌରାଞ୍ଚଳରେ କାର୍ଯ୍ୟକାରୀ ହେବ। ଖୋର୍ଦ୍ଧା, କଟକ, ଭଦ୍ରକ, ଗଞ୍ଜାମ, ସୁନ୍ଦରଗଡ଼, ସମ୍ବଲପୁର, କେନ୍ଦୁଝର, ମୟୂରଭଞ୍ଜରେ ଏହି ଯୋଜନା କାର୍ଯ୍ୟକାରୀ ହେବ।

The post ସହରାଞ୍ଚଳ ଗରିବଙ୍କ ପାଇଁ ଆରମ୍ଭ ହେଲା ‘ସହଯୋଗ’ appeared first on Dharitri Odia News.