ସାଙ୍ଗ ହୋଇ ବ୍ରାହ୍ମଣୀ ଗାଁ ବାହାରିଥିଲେ, ଦୁର୍ଘଟଣାରେ ଚାଲିଗଲା ଜଣଙ୍କର ଜୀବନ; ଅନ୍ୟ ଜଣେ…

ବ୍ରାହ୍ମଣୀଗାଁ,୧୭।୫( ମନୋରଞ୍ଜନ ରଣା ): ଗଜପତି – କନ୍ଧମାଳ ଜିଲା ସୀମାନ୍ତ ତିଆରି ଗାଁ ନିକଟରେ ଶୁକ୍ରବାର ଏକ ବାଇକ ଦୁର୍ଘଟଣା ଘଟିଛି l ଏହି ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ଗୁରୁତର ହୋଇଛନ୍ତି l ମୃତକ ହେଲେ ସେହି ଗ୍ରାମର ଦିବାନି ପାତ୍ର (୨୦) l ଗୁରୁତରଜଣଙ୍କ ହେଲେ ଶକ୍ତି ପାତ୍ର (୧୯) l ଶକ୍ତିଙ୍କୁ ଚିକିତ୍ସା ପାଇଁ ମୋହନା ମେଡିକାଲରେ ଭର୍ତ୍ତି କରଯାଇଥିଲା। ସେଠାରେ ତାଙ୍କ ଅବସ୍ଥା ଗୁରୁତର […] The post ସାଙ୍ଗ ହୋଇ ବ୍ରାହ୍ମଣୀ ଗାଁ ବାହାରିଥିଲେ, ଦୁର୍ଘଟଣାରେ ଚାଲିଗଲା ଜଣଙ୍କର ଜୀବନ; ଅନ୍ୟ ଜଣେ… appeared first on Dharitri Odia News.

ସାଙ୍ଗ ହୋଇ ବ୍ରାହ୍ମଣୀ ଗାଁ ବାହାରିଥିଲେ, ଦୁର୍ଘଟଣାରେ ଚାଲିଗଲା ଜଣଙ୍କର ଜୀବନ; ଅନ୍ୟ ଜଣେ…

ବ୍ରାହ୍ମଣୀଗାଁ,୧୭।୫( ମନୋରଞ୍ଜନ ରଣା ): ଗଜପତି – କନ୍ଧମାଳ ଜିଲା ସୀମାନ୍ତ ତିଆରି ଗାଁ ନିକଟରେ ଶୁକ୍ରବାର ଏକ ବାଇକ ଦୁର୍ଘଟଣା ଘଟିଛି l ଏହି ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ଗୁରୁତର ହୋଇଛନ୍ତି l ମୃତକ ହେଲେ ସେହି ଗ୍ରାମର ଦିବାନି ପାତ୍ର (୨୦) l ଗୁରୁତରଜଣଙ୍କ ହେଲେ ଶକ୍ତି ପାତ୍ର (୧୯) l ଶକ୍ତିଙ୍କୁ ଚିକିତ୍ସା ପାଇଁ ମୋହନା ମେଡିକାଲରେ ଭର୍ତ୍ତି କରଯାଇଥିଲା। ସେଠାରେ ତାଙ୍କ ଅବସ୍ଥା ଗୁରୁତର ହେବାରୁ ଅଧିକା ଚିକିତ୍ସା ପାଇଁ ଅନ୍ୟତ୍ର ପଠାଯାଇଥିବା ପୋଲିସ ସୂତ୍ରରୁ ଜଣାପଡିଛି। ଦୁର୍ଘଟଣା ନେଇ ଖବର ପାଇବା ପରେ ପୋଲିସ ପହଞ୍ଚି ମୃତଦେହ ଜବତ କରିବା ସହ ତଦନ୍ତ କରୁଛି l

ପୋଲିସ ସୁତ୍ରରୁ ମିଳିଥିବା ସୂଚନା ପ୍ରକାରେ, ଶୁକ୍ରବାର ଅପରାହ୍ନ ସମୟରେ ତିଆରିଗାଁର ଦିବାନି ଓ ଶକ୍ତି ଏକ ବାଇକରେ ବ୍ରାହ୍ମଣୀଗାଁ ଅଭିମୁଖେ ଯାଉଥିଲେ l ଏହି ସମୟରେ ଭାରସାମ୍ୟ ହରାଇ ବାଇକ ସହ ରାସ୍ତା ଉପରେ ପଡ଼ିଯାଇଥିଲେ l ସ୍ଥାନୀୟ ଲୋକେ ଗୁରୁତର ଅବସ୍ଥାରେ ଦୁଇ ଜଣକୁ ଉଦ୍ଧାର କରି ବ୍ରାହ୍ମଣୀଗାଁ ମେଡିକାଲ ରେ ଭର୍ତ୍ତି କରିଥିଲେ l ତେବେ ଦିବାନିଙ୍କୁ ଡାକ୍ତର ମୃତ ଘୋଷଣା କରିଥିଲେ l

The post ସାଙ୍ଗ ହୋଇ ବ୍ରାହ୍ମଣୀ ଗାଁ ବାହାରିଥିଲେ, ଦୁର୍ଘଟଣାରେ ଚାଲିଗଲା ଜଣଙ୍କର ଜୀବନ; ଅନ୍ୟ ଜଣେ… appeared first on Dharitri Odia News.