ସାଙ୍ଗର ଜନ୍ମଦିନ କହି ଘରକୁ ଫେରି ନ ଥିଲେ, ୬ଷ୍ଠ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ କରି ଜେଲ ଗଲେ ଦୀପକ
ଦିଗପହଣ୍ଡି,୧୦ା୬(ଅଶେଷ ନାଥ ମିଶ୍ର)-ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଜଣେ ନାବାଳିକା ଛାତ୍ରୀଙ୍କୁ ଅପହରଣ ଘଟଣାରେ ମଙ୍ଗଳବାର ଦୀପକ ନାୟକଙ୍କୁ ତଦନ୍ତକାରୀ ଅଧିକାରୀ ଏସ୍ଆଇ ଜ୍ୟୋତି ରଞ୍ଜନ ବେହେରା ଗିରଫ କରି ବ୍ରହ୍ମପୁର ସ୍ବତନ୍ତ୍ର ପୋକ୍ସ କୋର୍ଟକୁ ଚାଲାଣ କରିଛନ୍ତି। ମାମଲା ନଂ.୨୦୧/୨୫ ଅନୁଯାୟୀ ଜାମିନ ଆବେଦନ ନାମଞ୍ଜୁର ହେବାରୁ ଅଭିଯୁକ୍ତଙ୍କୁ ବ୍ରହ୍ମପୁର ଜେଲ ହାଜତକୁ ପଠାଯାଇଛି। ଗତ ଶନିବାର ସନ୍ଧ୍ୟାରେ ଛାତ୍ରୀ ଜଣକ ତାଙ୍କ ସାଙ୍ଗର ଜନ୍ମଦିନ କାର୍ଯ୍ୟକ୍ରମରେ ଯୋଗଦେବାକୁ କହି ଘରୁ ଯାଇଥିଲେ। ରାତି ୮ […] The post ସାଙ୍ଗର ଜନ୍ମଦିନ କହି ଘରକୁ ଫେରି ନ ଥିଲେ, ୬ଷ୍ଠ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ କରି ଜେଲ ଗଲେ ଦୀପକ appeared first on Dharitri Odia News.
ଦିଗପହଣ୍ଡି,୧୦ା୬(ଅଶେଷ ନାଥ ମିଶ୍ର)-ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଜଣେ ନାବାଳିକା ଛାତ୍ରୀଙ୍କୁ ଅପହରଣ ଘଟଣାରେ ମଙ୍ଗଳବାର ଦୀପକ ନାୟକଙ୍କୁ ତଦନ୍ତକାରୀ ଅଧିକାରୀ ଏସ୍ଆଇ ଜ୍ୟୋତି ରଞ୍ଜନ ବେହେରା ଗିରଫ କରି ବ୍ରହ୍ମପୁର ସ୍ବତନ୍ତ୍ର ପୋକ୍ସ କୋର୍ଟକୁ ଚାଲାଣ କରିଛନ୍ତି। ମାମଲା ନଂ.୨୦୧/୨୫ ଅନୁଯାୟୀ ଜାମିନ ଆବେଦନ ନାମଞ୍ଜୁର ହେବାରୁ ଅଭିଯୁକ୍ତଙ୍କୁ ବ୍ରହ୍ମପୁର ଜେଲ ହାଜତକୁ ପଠାଯାଇଛି।
ଗତ ଶନିବାର ସନ୍ଧ୍ୟାରେ ଛାତ୍ରୀ ଜଣକ ତାଙ୍କ ସାଙ୍ଗର ଜନ୍ମଦିନ କାର୍ଯ୍ୟକ୍ରମରେ ଯୋଗଦେବାକୁ କହି ଘରୁ ଯାଇଥିଲେ। ରାତି ୮ ସୁଦ୍ଧା ସେ ଘରକୁ ନ ଫେରିବାରୁ ପରିବାର ଲୋକେ ତାଙ୍କୁ ଖୋଜାଖୋଜି କରିଥିଲେ ମଧ୍ୟ ତାଙ୍କ ସନ୍ଧାନ ପାଇ ନ ଥିଲେ। ଅଭିଯୁକ୍ତ ଦୀପକ ପୂର୍ବରୁ ତାଙ୍କ ଝିଅ ମୋବାଇଲ ଫୋନକୁ ବାରମ୍ବାର ଫୋନ କରିଥିବାରୁ ସେ ହିଁ ତାଙ୍କ ଝିଅକୁ ଅପହରଣ କରିଥିବା ନେଇ ଛାତ୍ରୀଙ୍କ ମା’ ସନ୍ଦେହ କରି ଦିଗପହଣ୍ଡି ଥାନାରେ ଏତଲା ଦେଇଥିଲେ। ଏହାକୁ ଭିତ୍ତିକରି ଭାରପ୍ରାପ୍ତ ଆଇଆଇସି ତଥା ଡିଏସ୍ପି ପ୍ରଶାନ୍ତ ପାତ୍ର ମକଦ୍ଦମା ରୁଜୁ କରି ଏସ୍ଆଇ ବେହେରାଙ୍କୁ ତଦନ୍ତ ଦାୟିତ୍ୱ ଦେଇଥିଲେ। ଅଭିଯୁକ୍ତଙ୍କ ମୋବାଇଲ ଟ୍ରାକିଂ କରି ତଦନ୍ତକାରୀ ଅଧିକାରୀ ବିଭିନ୍ନ ଅଞ୍ଚଳରେ ଚଢାଉ କରି ଅପହୃତା ଛାତ୍ରୀଙ୍କୁ ସୋମବାର ସନ୍ଧ୍ୟାରେ ଉଦ୍ଧାର କରିଥିଲେ। ଏହି ସମୟରେ ଅଭିଯୁକ୍ତ ଦୀପକଙ୍କୁ ଥାନାକୁ ଉଠାଇ ଆଣିଥିଲେ। ମଙ୍ଗଳବାର ସକାଳେ ବ୍ରହ୍ମପୁର ବଡ଼ ଡାକ୍ତରଖାନାରେ ଉଭୟ ପୀଡ଼ିତା ଏବଂ ଅଭିଯୁକ୍ତଙ୍କ ଡାକ୍ତରୀ ମାଇନା ପରେ ମାଜିଷ୍ଟ୍ରେଟଙ୍କ ସମ୍ମୁଖରେ ପୀଡ଼ିତାଙ୍କ ବୟାନ ରେକର୍ଡ କରାଯାଇଥିଲା। ପରେ ଅଭିଯୁକ୍ତ ଦୀପକଙ୍କୁ କୋର୍ଟଚାଲାଣ କରାଯାଇଥିବା ତଦନ୍ତକାରୀ ଅଧିକାରୀ ବେହେରା କହିଛନ୍ତି।
The post ସାଙ୍ଗର ଜନ୍ମଦିନ କହି ଘରକୁ ଫେରି ନ ଥିଲେ, ୬ଷ୍ଠ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ କରି ଜେଲ ଗଲେ ଦୀପକ appeared first on Dharitri Odia News.