ସାଧାରଣ ନିର୍ବାଚନ ପୂର୍ବରୁ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ଗୁରୁତ୍ବପୂର୍ଣ୍ଣ ସମୀକ୍ଷା

ସାଧାରଣ ନିର୍ବାଚନ ପୂର୍ବରୁ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ଗୁରୁତ୍ବପୂର୍ଣ୍ଣ ସମୀକ୍ଷା। ସମସ୍ତ ଜିଲ୍ଲାର ଜିଲ୍ଲାପାଳ ଓ ଏସପିଙ୍କ ସହ ଭିଡିଓ କନଫରେନ୍ ସିଂ ମାଧ୍ୟମରେ ସମୀକ୍ଷା କରିଛନ୍ତି ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳ। ସମୀକ୍ଷା ବୈଠକରେ ଜିଲ୍ଲାସ୍ତରରେ ନିର୍ବାଚନ ପ୍ରସ୍ତୁତିର ବିଭିନ୍ନ ଦିଗ ଉପରେ ପୁଙ୍ଖାନୁପୁଙ୍ଖ ଆଲୋଚନା ହୋଇଛି। ସାଧାରଣ ପ୍ରଶାସନ ଓ ପୋଲିସ ପ୍ରଶାସନ କିଭଳି ମିଳିତ ଭାବେ ସାଧାରଣ ନିର୍ବାଚନକୁ ମୁକ୍ତ, ଅବାଧ ଓ ନିରପେକ୍ଷ ଭାବେ ପରିଚାଳନା କରିବେ ସେ […] The post ସାଧାରଣ ନିର୍ବାଚନ ପୂର୍ବରୁ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ଗୁରୁତ୍ବପୂର୍ଣ୍ଣ ସମୀକ୍ଷା appeared first on KNews Odisha.

ସାଧାରଣ ନିର୍ବାଚନ ପୂର୍ବରୁ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ଗୁରୁତ୍ବପୂର୍ଣ୍ଣ ସମୀକ୍ଷା
sec

ସାଧାରଣ ନିର୍ବାଚନ ପୂର୍ବରୁ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ଗୁରୁତ୍ବପୂର୍ଣ୍ଣ ସମୀକ୍ଷା। ସମସ୍ତ ଜିଲ୍ଲାର ଜିଲ୍ଲାପାଳ ଓ ଏସପିଙ୍କ ସହ ଭିଡିଓ କନଫରେନ୍ ସିଂ ମାଧ୍ୟମରେ ସମୀକ୍ଷା କରିଛନ୍ତି ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳ। ସମୀକ୍ଷା ବୈଠକରେ ଜିଲ୍ଲାସ୍ତରରେ ନିର୍ବାଚନ ପ୍ରସ୍ତୁତିର ବିଭିନ୍ନ ଦିଗ ଉପରେ ପୁଙ୍ଖାନୁପୁଙ୍ଖ ଆଲୋଚନା ହୋଇଛି। ସାଧାରଣ ପ୍ରଶାସନ ଓ ପୋଲିସ ପ୍ରଶାସନ କିଭଳି ମିଳିତ ଭାବେ ସାଧାରଣ ନିର୍ବାଚନକୁ ମୁକ୍ତ, ଅବାଧ ଓ ନିରପେକ୍ଷ ଭାବେ ପରିଚାଳନା କରିବେ ସେ ନେଇ ଆଲୋଚନା ହୋଇଥିଲା।

ମତଦାତାଙ୍କ ସୁବିଧା ପାଇଁ ରାଜ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ମତଦାତା ମାର୍ଗଦର୍ଶିକା ରାଜ୍ୟର ସମସ୍ତ ପରିବାରକୁ ଯୋଗାଇ ଦିଆଯିବ। ରାଜ୍ୟ ନିର୍ବାଚନ ଅଧିକାରୀଙ୍କ ପକ୍ଷରୁ କରାଯାଉଥିବା ବହୁ ଅଭିନବ ପ୍ରୟାସକୁ କିଭଳି ତୃଣମୂଳ ସ୍ତରରେ କାର୍ଯ୍ୟକାରୀ କରାଯିବ ସେନେଇ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ନିର୍ବାଚନକୁ ସଂପୂର୍ଣ୍ଣ ହିଂସାମୁକ୍ତ କରିବାକୁ ସମସ୍ତ ଜିଲ୍ଲାର ଏସପିମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟ ନିର୍ବାଚନ ଅଧିକାରୀ।

The post ସାଧାରଣ ନିର୍ବାଚନ ପୂର୍ବରୁ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ଗୁରୁତ୍ବପୂର୍ଣ୍ଣ ସମୀକ୍ଷା appeared first on KNews Odisha.