ସାଧାରଣତନ୍ତ୍ର ଦିବସରେ ଦିଲ୍ଲୀ ପରେଡରେ ଗଡିବ ଓଡ଼ିଶାର ପ୍ରଜ୍ଞାପନ ମେଢ଼

ଭୁବନେଶ୍ୱର: ସାରା ବିଶ୍ୱ ଦେଖିବ ଓଡ଼ିଶା କଳା-ସଂସ୍କୃତିର ଝଲକ ଓ ମହାନ ପରମ୍ପରା, ଐତିହ୍ୟ। ଦିଲ୍ଲୀରେ ଝଲସିବ ଓଡ଼ିଶାର ପ୍ରଜ୍ଞାପନ ମେଢ଼। ଆସନ୍ତା ସାଧାରଣତନ୍ତ୍ର ଦିବସ ଅବସରରେ ଦିଲ୍ଲୀର କର୍ତ୍ତବ୍ୟ ପଥରେ ଅନୁଷ୍ଠିତ ହେବାକୁ ଥିବା ପରେଡ୍‌ରେ ଓଡ଼ିଶାର ପ୍ରଜ୍ଞାପନ ମେଢ଼ ସ୍ଥାନ ପାଇଛି। ନୂଆଦିଲ୍ଲୀ ଗଣତନ୍ତ୍ର ଦିବସରେ ଓଡ଼ିଶା ପ୍ରଜ୍ଞାପନ ମେଢ଼ ମଡେଲ ମନୋନୀତ ହୋଇଥିବା ସୂଚନା ଦିଆଯାଇଛି। ଏନେଇ ଗୁରୁବାର ରାଜ୍ୟ ମୁଖ୍ୟ ଶାସନ ସଚିବଙ୍କୁ ପ୍ରତିରକ୍ଷା ମନ୍ତ୍ରାଳୟ ପକ୍ଷରୁ ଚିଠି ଲେଖାଯାଇଛି। ୧୬ଟି […] The post ସାଧାରଣତନ୍ତ୍ର ଦିବସରେ ଦିଲ୍ଲୀ ପରେଡରେ ଗଡିବ ଓଡ଼ିଶାର ପ୍ରଜ୍ଞାପନ ମେଢ଼ appeared first on Odisha.News.

ସାଧାରଣତନ୍ତ୍ର ଦିବସରେ ଦିଲ୍ଲୀ ପରେଡରେ ଗଡିବ ଓଡ଼ିଶାର ପ୍ରଜ୍ଞାପନ ମେଢ଼

ଭୁବନେଶ୍ୱର: ସାରା ବିଶ୍ୱ ଦେଖିବ ଓଡ଼ିଶା କଳା-ସଂସ୍କୃତିର ଝଲକ ଓ ମହାନ ପରମ୍ପରା, ଐତିହ୍ୟ। ଦିଲ୍ଲୀରେ ଝଲସିବ ଓଡ଼ିଶାର ପ୍ରଜ୍ଞାପନ ମେଢ଼। ଆସନ୍ତା ସାଧାରଣତନ୍ତ୍ର ଦିବସ ଅବସରରେ ଦିଲ୍ଲୀର କର୍ତ୍ତବ୍ୟ ପଥରେ ଅନୁଷ୍ଠିତ ହେବାକୁ ଥିବା ପରେଡ୍‌ରେ ଓଡ଼ିଶାର ପ୍ରଜ୍ଞାପନ ମେଢ଼ ସ୍ଥାନ ପାଇଛି। ନୂଆଦିଲ୍ଲୀ ଗଣତନ୍ତ୍ର ଦିବସରେ ଓଡ଼ିଶା ପ୍ରଜ୍ଞାପନ ମେଢ଼ ମଡେଲ ମନୋନୀତ ହୋଇଥିବା ସୂଚନା ଦିଆଯାଇଛି। ଏନେଇ ଗୁରୁବାର ରାଜ୍ୟ ମୁଖ୍ୟ ଶାସନ ସଚିବଙ୍କୁ ପ୍ରତିରକ୍ଷା ମନ୍ତ୍ରାଳୟ ପକ୍ଷରୁ ଚିଠି ଲେଖାଯାଇଛି।

୧୬ଟି ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ମଡ଼େଲ ଚୂଡ଼ାନ୍ତ ନେଇ କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରାଳୟ ପକ୍ଷରୁ ମୁଖ୍ୟ ଶାସନ ସଚିବମାନଙ୍କୁ ଚିଠି ଲେଖାଯାଇଛି। ଆଉ ଏଥିରେ ସ୍ଥାନ ପାଇଛି ଓଡିଶାର ପ୍ରଜ୍ଞାପନ ମେଢ । ମଡେଲ ମନୋନୀତ ସହ ଏ ସମ୍ପର୍କୀତ ମାର୍ଗଦର୍ଶିକା ଚିଠିରେ ଉଲ୍ଲେଖ କରାଯାଇଛି। ଚଳିତ ବର୍ଷ ଓଡ଼ିଶା ପକ୍ଷରୁ ରଘୁରାଜପୁର ଶିଳ୍ପୀଗ୍ରାମ ଓ ମହିଳା ସଶକ୍ତୀକରଣ ମଡେଲ ପଠାଯାଇଥିଲା । ଆଉ ଏହାର ଡିଜାଇନକୁ କେନ୍ଦ୍ର ମୋହର ମାରିଥିବା ବେଳେ ଏହି ଅବସରରେ ସମ୍ବଲପୁରୀ ନୃତ୍ୟ ପରିବେଷଣ ପାଇଁ ଅନୁମତି ମିଳିଛି। ଶିଳ୍ପୀଗ୍ରାମ ରଘୁରାଜପୁରରେ କିପରି ଅନାବଶ୍ୟକ ସାମଗ୍ରୀରୁ ବିଭିନ୍ନ କଳାକୃତି ପ୍ରସ୍ତୁତ କରି ଶିଳ୍ପୀ ପରିଚିତ ହୋଇଛନ୍ତି ଏବଂ ରଘୁରାଜପୁର କିଭଳି ବିକଶିତ ହୋଇଛି ଏବଂ ସାରା ବିଶ୍ୱରେ ଏହାର କଳାକୃତି କିଭଳି ଆଦୃତ ହୋଇପାରିଛି ତାହା ଏଥିରେ ଦର୍ଶାଯାଇଛି।

ବିଶିଷ୍ଟ ଶିଳ୍ପୀ ଗଜେନ୍ଦ୍ର ସାହୁଙ୍କ ପ୍ରତ୍ୟକ୍ଷ ତତ୍ତ୍ବାବଧାନରେ ଏହାକୁ ପ୍ରସ୍ତୁତ କରିବେ ଶିଳ୍ପୀ କୀର୍ତ୍ତିକିଶୋର ମହାରଣା। ଓଡ଼ିଶା ସୂଚନା ଓ ଲୋକସମ୍ପର୍କ ବିଭାଗ ତତ୍ତ୍ବାବଧାନରେ ପ୍ରଜ୍ଞାପନ ମେଢ କାର୍ଯ୍ୟ ତ୍ବରାନ୍ବିତ ହେଉଛିା ମେଢ଼ର ସମ୍ମୁଖ ଭାଗରେ କନ୍ଦର୍ପ ହାତୀର ପ୍ରତିକୃତି ରହିବା ସହିତ ପଛଭାଗରେ ରଘୁରାଜପୁର ଗାଁରେ କିଭଳି ନାରୀଶକ୍ତି କଳା ସାମଗ୍ରୀ ପ୍ରସ୍ତୁତ କରୁଛନ୍ତି ତାହା ସ୍ଥାନ ପାଇବ।

The post ସାଧାରଣତନ୍ତ୍ର ଦିବସରେ ଦିଲ୍ଲୀ ପରେଡରେ ଗଡିବ ଓଡ଼ିଶାର ପ୍ରଜ୍ଞାପନ ମେଢ଼ appeared first on Odisha.News.