ସାମାନ୍ୟ ବିବାଦରୁ ଗୋଷ୍ଠୀ ସଂଘର୍ଷ, ଉଭୟ ପକ୍ଷର ୮ ଆହତ

ଆଠଗଡ଼ ୧୪।୦୭ : ଆଠଗଡ଼ ତିଗିରିଆ ଥାନା ବାଲିପୁଟ ପଞ୍ଚାୟତ ଗୋଦରାବନ୍ଧରେ ଦୁଇ ସାହି ମଧ୍ୟରେ ଗୋଷ୍ଠୀ ସଂଘର୍ଷ । ଯେଉଁଥିରେ ୮ଜଣ ପୁରୁଷ ଏବଂ ମହିଳା ଆହତ ହୋଇଛନ୍ତି । ସମସ୍ତ ଆହତଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । ଖବର ଅନୁଯାୟୀ, ଶନିବାର ବିଳମ୍ବିତ ରାତିରେ ଦୁଇ ଗୋଷ୍ଠୀ ମଧ୍ୟରେ କୌଣସି କାରଣକୁ ନେଇ ଗୋଷ୍ଠୀ ସଂଘର୍ଷ ହୋଇଥିଲା । ପ୍ରଥମେ ହାତାହାତ ଏବଂ ପରେ ଢେଲା ପଥର ମାଡ଼ ହୋଇଥିଲା । ସାମାନ୍ୟ ବଚସାରୁ ଗୋଷ୍ଠୀ ସଂଘର୍ଷ ହୋଇଥିବା ବେଳେ ଉଭୟ ପକ୍ଷରୁ ୮ ଜଣ ପୁରୁଷ ଏବଂ ମହିଳା ଆହତ ହୋଇଛି । ସମସ୍ତ ଆହତଙ୍କୁ ଉଦ୍ଧାର କରି ତିଗିରିଆ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଛି । ହେଲେ ସେମାନଙ୍କ ମଧ୍ୟରୁ ୩ ଜଣ ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ କଟକ ସ୍ଥାନାନ୍ତରିତ କରାଯାଇଛି । ଏବେବି ଗାଁରେ ଚାପା ଉତ୍ତେଜନା ଲାଗି ରହିଥିବା ବେଳେ ପୋଲିସ ପହଞ୍ଚି ସ୍ଥିତିକୁ ନିୟନ୍ତ୍ରଣରେ ରଖିଛି । ଘଟଣାସ୍ଥଳରେ ଆଠଗଡ଼ ଉପଖଣ୍ଡ ଆରକ୍ଷୀ ଅଧିକ୍ଷକ ରବିନ୍ଦ୍ର କୁମାର ମଲ୍ଲିକଙ୍କ ସମେତ ଆଠଗଡ଼ ଓ ତିଗିରିଆ ଥାନା ଅଧିକାରୀ ଙ୍କ ସହିତ ଏକ ପ୍ଲାଟୁନ ଫୋର୍ସ ମୁତୟନ ହୋଇଛନ୍ତି । ସ୍ଥିତି ନିୟନ୍ତ୍ରଣ ଥିବା ଆଠଗଡ଼ ଉପଖଣ୍ଡ ଆରକ୍ଷୀ ଅଧିକ୍ଷକ ରବିନ୍ଦ୍ର କୁମାର ମଲ୍ଲିକଙ୍କ ସୂଚନା ।

ସାମାନ୍ୟ ବିବାଦରୁ ଗୋଷ୍ଠୀ ସଂଘର୍ଷ, ଉଭୟ ପକ୍ଷର ୮ ଆହତ

ଆଠଗଡ଼ ୧୪।୦୭ : ଆଠଗଡ଼ ତିଗିରିଆ ଥାନା ବାଲିପୁଟ ପଞ୍ଚାୟତ ଗୋଦରାବନ୍ଧରେ ଦୁଇ ସାହି ମଧ୍ୟରେ ଗୋଷ୍ଠୀ ସଂଘର୍ଷ । ଯେଉଁଥିରେ ୮ଜଣ ପୁରୁଷ ଏବଂ ମହିଳା ଆହତ ହୋଇଛନ୍ତି । ସମସ୍ତ ଆହତଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । 

ଖବର ଅନୁଯାୟୀ, ଶନିବାର ବିଳମ୍ବିତ ରାତିରେ ଦୁଇ ଗୋଷ୍ଠୀ ମଧ୍ୟରେ କୌଣସି କାରଣକୁ ନେଇ ଗୋଷ୍ଠୀ ସଂଘର୍ଷ ହୋଇଥିଲା । ପ୍ରଥମେ ହାତାହାତ ଏବଂ ପରେ ଢେଲା ପଥର ମାଡ଼ ହୋଇଥିଲା । ସାମାନ୍ୟ ବଚସାରୁ ଗୋଷ୍ଠୀ ସଂଘର୍ଷ ହୋଇଥିବା ବେଳେ ଉଭୟ ପକ୍ଷରୁ ୮ ଜଣ ପୁରୁଷ ଏବଂ ମହିଳା ଆହତ ହୋଇଛି । ସମସ୍ତ ଆହତଙ୍କୁ ଉଦ୍ଧାର କରି ତିଗିରିଆ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଛି । ହେଲେ ସେମାନଙ୍କ ମଧ୍ୟରୁ ୩ ଜଣ ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ କଟକ ସ୍ଥାନାନ୍ତରିତ କରାଯାଇଛି । ଏବେବି ଗାଁରେ ଚାପା ଉତ୍ତେଜନା ଲାଗି ରହିଥିବା ବେଳେ ପୋଲିସ ପହଞ୍ଚି ସ୍ଥିତିକୁ ନିୟନ୍ତ୍ରଣରେ ରଖିଛି । ଘଟଣାସ୍ଥଳରେ ଆଠଗଡ଼ ଉପଖଣ୍ଡ ଆରକ୍ଷୀ ଅଧିକ୍ଷକ ରବିନ୍ଦ୍ର କୁମାର ମଲ୍ଲିକଙ୍କ ସମେତ ଆଠଗଡ଼ ଓ ତିଗିରିଆ ଥାନା ଅଧିକାରୀ ଙ୍କ ସହିତ ଏକ ପ୍ଲାଟୁନ ଫୋର୍ସ ମୁତୟନ ହୋଇଛନ୍ତି । ସ୍ଥିତି ନିୟନ୍ତ୍ରଣ ଥିବା ଆଠଗଡ଼ ଉପଖଣ୍ଡ ଆରକ୍ଷୀ ଅଧିକ୍ଷକ ରବିନ୍ଦ୍ର କୁମାର ମଲ୍ଲିକଙ୍କ ସୂଚନା ।