ସାମ୍ବାଦିକ ବିଭାଗରେ ପାଠପଢ଼ୁଥିବ ଛାତ୍ରଛାତ୍ରୀଙ୍କୁ ଦକ୍ଷ କରିବ ଆଲୁମିନା ଆସୋସିଏସନ୍

ଭୁବନେଶ୍ୱର: ବିଜେବି ଏମ୍.ଏ.ଜେ.ଏମ୍.ସି ବିଭାଗର ପୁରାତନ ଛାତ୍ରଛାତ୍ରୀ ମାନଙ୍କ ଦ୍ୱାରା ଗଠନ ହୋଇଥିବା ଆଲୁମିନା ଆସୋସିଏସନର ପ୍ରଥମ ବନ୍ଧୁ ମିଳନ କାର୍ଯ୍ୟକ୍ରମ ଅକ୍ଟୋବର ୨୦ ତାରିଖ ରବିବାର ଦିନ ଅନୁଷ୍ଠିତ ହୋଇଯାଇଛି। ଭୁବନେଶ୍ୱର ଖଣ୍ଡଗିରି ନିକଟସ୍ଥ ଜୟଦେବ ବାଟିକାରେ ଆୟୋଜିତ ଏହି ମିଳନ ପର୍ବରେ ୨ ଶହରୁ ଉର୍ଦ୍ଧ୍ବ ପୁରାତନ ଛାତ୍ରଛାତ୍ରୀ ଯୋଗ ଦେଇଥିଲେ। ଏହି ଅବସରରେ ସମସ୍ତେ ନିଜ ନିଜର ଅଭିଜ୍ଞତା ଆଦାନ ପ୍ରଦାନ କରିବା ସହ କଲେଜରେ ବିତିଥିବା ସ୍ମରଣୀୟ ମୁହୂର୍ତ୍ତକୁ ପୁନଃ ସ୍ମରଣ […]

ସାମ୍ବାଦିକ ବିଭାଗରେ ପାଠପଢ଼ୁଥିବ ଛାତ୍ରଛାତ୍ରୀଙ୍କୁ ଦକ୍ଷ କରିବ ଆଲୁମିନା ଆସୋସିଏସନ୍
1 18

ଭୁବନେଶ୍ୱର: ବିଜେବି ଏମ୍.ଏ.ଜେ.ଏମ୍.ସି ବିଭାଗର ପୁରାତନ ଛାତ୍ରଛାତ୍ରୀ ମାନଙ୍କ ଦ୍ୱାରା ଗଠନ ହୋଇଥିବା ଆଲୁମିନା ଆସୋସିଏସନର ପ୍ରଥମ ବନ୍ଧୁ ମିଳନ କାର୍ଯ୍ୟକ୍ରମ ଅକ୍ଟୋବର ୨୦ ତାରିଖ ରବିବାର ଦିନ ଅନୁଷ୍ଠିତ ହୋଇଯାଇଛି। ଭୁବନେଶ୍ୱର ଖଣ୍ଡଗିରି ନିକଟସ୍ଥ ଜୟଦେବ ବାଟିକାରେ ଆୟୋଜିତ ଏହି ମିଳନ ପର୍ବରେ ୨ ଶହରୁ ଉର୍ଦ୍ଧ୍ବ ପୁରାତନ ଛାତ୍ରଛାତ୍ରୀ ଯୋଗ ଦେଇଥିଲେ। ଏହି ଅବସରରେ ସମସ୍ତେ ନିଜ ନିଜର ଅଭିଜ୍ଞତା ଆଦାନ ପ୍ରଦାନ କରିବା ସହ କଲେଜରେ ବିତିଥିବା ସ୍ମରଣୀୟ ମୁହୂର୍ତ୍ତକୁ ପୁନଃ ସ୍ମରଣ କରିଥିଲେ ଏବଂ ନାଚଗୀତ ଓ ଭୋଜିଭାତର ମଜା ନେଇଥିଲେ। ଏହି ଦିବସ ଆଲୁମିନାର ସମସ୍ତ ସଦସ୍ୟଙ୍କ ପାଇଁ ଏକ ସୁବର୍ଣ୍ଣ ଦିନ ଥିଲା । ଏହି ଅବସରରେ ସବୁଜ ପରିବେଶ ଲକ୍ଷ୍ୟରେ ‘ବୃକ୍ଷ ବନ୍ଧୁ’ କାର୍ଯ୍ୟକ୍ରମ ଜରିଆରେ ଆଲୁମିନାର ଶତାଧିକ ସଦସ୍ୟ ମାନଙ୍କୁ ଉପସ୍ଥିତ ଅତିଥିମାନେ ବୃକ୍ଷ ଚାରା ବଣ୍ଟନ କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ ସମ୍ପୂର୍ଣ୍ଣ ରୂପେ ଏକକ ବ୍ୟବହୃତ ପ୍ଲାଷ୍ଟିକ ବର୍ଜନ କରାଯାଇଥିଲା । ତେବେ ଆଗାମୀ ଦିନରେ ସାମ୍ବାଦିକତା ଓ ଗଣଯୋଗାଯୋଗ ବିଭାଗରେ ଅଧ୍ୟୟନରତ ଛାତ୍ରଛାତ୍ରୀମାନଙ୍କୁ ସ୍ବେଚ୍ଛାକୃତ ଭାବେ ଦକ୍ଷ କରିବା ଦିଗରେ ଏହି ଅନୁଷ୍ଠାନ କାର୍ଯ୍ୟ କରିବ ବୋଲି ନିଷ୍ପତ୍ତି ନେଇଛି।

2ff854fe d2a9 43c4 b24b 852e0827368f

ଆୟୋଜିତ ଏହାର ଏକ ସ୍ବତନ୍ତ୍ର ଉତ୍ସବରେ ମୁଖ୍ୟ ଅତିଥି ଭାବେ ବିଜେବି କଲେଜର ସାମ୍ବାଦିକତା ଓ ଗଣଯୋଗାଯୋଗ ବିଭାଗୀୟ ମୁଖ୍ୟ ପ୍ରଫେସର ନଳୀନ କୁମାର ପାତ୍ର ଯୋଗ ଦେଇଥିଲେ। ଉପଦେଷ୍ଟା ସ୍ବୟଂ ପ୍ରକାଶ ମହାପାତ୍ର, ସଭାପତି ଦିଲ୍ଲୀପ କୁମାର ରାଉତ, ସାଧାରଣ ସମ୍ପାଦକ ଲିପୁନ କୁମାର ପରିଡ଼ାଙ୍କ ସମେତ ଆଲୁମିନା ଆସୋସିଏସନ୍ ର ବରିଷ୍ଠ ସଦସ୍ୟ ପ୍ରମୁଖ ଉପସ୍ଥିତ ଥିଲେ, ବୈଠକକୁ ଯୁଗ୍ମ ସମ୍ପାଦକ ବିବର୍ତ୍ତନ ପଣ୍ଡା ପରିଚାଳନା କରିଥିଲେ।