ସାଲୁଜାଙ୍କୁ ହତ୍ୟା ଧମକ; ୧୫ ଦିନରେ ଖେଳ ସାରିଦେବେ !
ସାଲୁଜାଙ୍କୁ ହତ୍ୟା ଧମକ ନେଇ ସହରର ବିଭିନ୍ନ ସ୍ଥାନରେ ବ୍ୟାନର ଲଗାଯାଇଛି।
କଣ୍ଟାବାଞ୍ଜି ବିଧାୟକ ସନ୍ତୋଷ ସିଂ ସାଲୁଜାଙ୍କୁ ହତ୍ୟା ଧମକ। ସାଲୁଜାଙ୍କୁ ହତ୍ୟା ଧମକ ନେଇ ସହରର ବିଭିନ୍ନ ସ୍ଥାନରେ ବ୍ୟାନର ଲଗାଯାଇଛି। ୧୫ ଦିନ ମଧ୍ୟରେ ସାଲୁଜାଙ୍କୁ ହତ୍ୟା ନେଇ ପୋଷ୍ଟରରେ ଉଲ୍ଲେଖ ଅଛି। ହତ୍ୟା ଧମକ ନେଇ କିଏ ବ୍ୟାନର ଲଗାଇଛି ଜଣାପଡ଼ିନି।
ଏଥିରେ ଜଣେ ଯୁବକଙ୍କ ଫଟୋ ମଧ୍ୟ ରହିଛି। ସେଥିରେ ଲେଖାଯାଇଛି ‘ସନ୍ତୋଷ ସିଂ ସାଲୁଜାଙ୍କୁ ମୁଁ ୧୫ ଦିନ ଭିତରେ ମାରିଦେବି’ । ବ୍ୟାନର ଜବତ ସହ କଣ୍ଟାବାଞ୍ଜି ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି। ଏନେଇ ଘଟଣାକୁ ନେଇ କଣ୍ଟାବାଞ୍ଜି ବିଧାୟକଙ୍କର କୌଣସି ପ୍ରତିକ୍ରିୟା ମିଳିନାହିଁ।