ସାଲେପୁରରେ ଆରମ୍ଭରୁ ବର୍ଷିଲେ ରାହୁଲ, କହିଲେ…
ସାଲେପୁର,୨୮ା୪: କଂଗ୍ରେସ ନେତା ରାହୁଲ ଗାନ୍ଧୀ ରବିବାର ଏକ ସ୍ବତନ୍ତ୍ର ବିମାନରେ ଆସି ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ମଧୁବାବୁଙ୍କ ଜନ୍ମସ୍ଥାନ କଟକର ସତ୍ୟଭାମାପୁରରେ ପହଞ୍ଚିଥିଲେ। ମଧୁବାବୁଙ୍କ ଜୟନ୍ତୀ ଉପଲକ୍ଷେ ତାଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଥିଲେ ରାହୁଲ। ଏହାପରେ କସ୍ତୁରବା ଆଶ୍ରମ ଯାଇ ସେଠାରେ ଛାତ୍ରୀଛାତ୍ରଙ୍କୁ ଭେଟିବା ସହ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଥିଲେ। ସତ୍ୟଭାମାପୁରରେ କିଛି ସମୟ ବିତାଇବା ପରେ ରାହୁଲ ସ୍ୱତନ୍ତ୍ର ହେଲିକପ୍ଟର ଯୋଗେ ସାଲେପୁରର କୁଳିଆରେ ପହଞ୍ଚିଥିଲେ। ରାହୁଲ ପହଞ୍ଚିବା ପରେ ରାଜ୍ୟ […] The post ସାଲେପୁରରେ ଆରମ୍ଭରୁ ବର୍ଷିଲେ ରାହୁଲ, କହିଲେ… appeared first on Dharitri Odia News.
ସାଲେପୁର,୨୮ା୪: କଂଗ୍ରେସ ନେତା ରାହୁଲ ଗାନ୍ଧୀ ରବିବାର ଏକ ସ୍ବତନ୍ତ୍ର ବିମାନରେ ଆସି ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ମଧୁବାବୁଙ୍କ ଜନ୍ମସ୍ଥାନ କଟକର ସତ୍ୟଭାମାପୁରରେ ପହଞ୍ଚିଥିଲେ। ମଧୁବାବୁଙ୍କ ଜୟନ୍ତୀ ଉପଲକ୍ଷେ ତାଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଥିଲେ ରାହୁଲ। ଏହାପରେ କସ୍ତୁରବା ଆଶ୍ରମ ଯାଇ ସେଠାରେ ଛାତ୍ରୀଛାତ୍ରଙ୍କୁ ଭେଟିବା ସହ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଥିଲେ। ସତ୍ୟଭାମାପୁରରେ କିଛି ସମୟ ବିତାଇବା ପରେ ରାହୁଲ ସ୍ୱତନ୍ତ୍ର ହେଲିକପ୍ଟର ଯୋଗେ ସାଲେପୁରର କୁଳିଆରେ ପହଞ୍ଚିଥିଲେ।
ରାହୁଲ ପହଞ୍ଚିବା ପରେ ରାଜ୍ୟ କଂଗ୍ରେସ ପକ୍ଷରୁ ବିପୁଳ ସମ୍ବର୍ଦ୍ଧନା ଦିଆଯାଇଛି। ସାଲେପୁରସ୍ଥିତ କୁଳିଆରେ ଆୟୋଜିତ ବିଶାଳ ଜନସମାବେଶକୁ ଉଦ୍ବୋଧନ ଦେଇ ରାହୁଲ କହିଛନ୍ତି, ଏତେ ଖରାରେ ଆପଣମାନେ ବହୁ ସଂଖ୍ୟାରେ ଯୋଗ ଦେଇଥିବାରୁ ମୁଁ ଆପଣମାନଙ୍କୁ ଧନ୍ୟବାଦ ଜଣାଉଛି। ରାହୁଲ ଏହି ସମାବେଶରେ ତାଙ୍କର ୫ ଗ୍ୟାରେଣ୍ଟି କଥା କହିଛନ୍ତି। ଏଥିସହିତ ରାହୁଲ ରାଜ୍ୟ ସରକାରଙ୍କ ଉପରେ ପ୍ରବଳ ବର୍ଷିଛନ୍ତି। ସେ କହିଛନ୍ତି, ନବୀନ ଏଠାରେ କିଛି ନିର୍ଦ୍ଦିଷ୍ଟ ଲୋକଙ୍କୁ ନେଇ ସରକାର ଚଳାଇଛନ୍ତି। ଅଳ୍ପ କିଛି ଲୋକ ହିଁ ସବୁ ଫାଇଦା ଉଠାଉଛନ୍ତି। ଏଠାରେ ବିଜେଡି-ଭାଜପାର ବାହାଘର ହୋଇଯାଉଛି। ଓଡ଼ିଶାକୁ ପାଣ୍ଡିଆନ ଚଳାଉଛନ୍ତି। ସେ ପାଣ୍ଡିଆନକୁ କଟାକ୍ଷ କରି କହିଛନ୍ତି,ଏଠାରେ ଆଉ ପାନ ଶାସନ ଚଳିବନି। ଏଥର କଂଗ୍ରେସ ଆସିଲେ ଓଡ଼ିଶାରେ ବହୁତ କିଛି ପରିବର୍ତ୍ତନ ହେବ। ସେ ଆହୁରି କହିଛନ୍ତି, ପେହଲି ନୌକରୀ ପକ୍କି’ ଯୋଜନା ଆଣିବ କଂଗ୍ରେସ। ସମସ୍ତ ବେକାର ଯୁବତୀଯୁବକଙ୍କୁ ଚାକିରି ଗ୍ୟାରେଣ୍ଟି ଦେଉଛୁ। ସରକାରଙ୍କୁ କେହି ଚାକିରି ମାଗିଲେ ନିଶ୍ଚିତ ଚାକିରି ମିଳିବ। ଚାକିରି ମାଗିବା କ୍ଷଣି ବର୍ଷକ ପାଇଁ ଆପ୍ରେଣ୍ଟିସିପ୍ ଦିଆଯିବ। ଦେଶର ସବୁ ଗରିବ ପରିବାରର ଜଣେ ଜଣେ ମହିଳାଙ୍କୁ ବଛାଯିବ। ଉକ୍ତ ମହିଳାଙ୍କ ବ୍ୟାଙ୍କ ଖାତାକୁ ୧ ଲକ୍ଷ ଟଙ୍କା ପ୍ରଦାନ କରାଯିବ। ପ୍ରତି ମାସରେ ୮ ହଜାର ୫ ଶହ ଟଙ୍କା ମହିଳାଙ୍କ ଖାତାକୁ ଯିବ ବୋଲି ରାହୁଲ ପ୍ରତିଶ୍ରୁତି ଦେଇଛନ୍ତି।
The post ସାଲେପୁରରେ ଆରମ୍ଭରୁ ବର୍ଷିଲେ ରାହୁଲ, କହିଲେ… appeared first on Dharitri Odia News.