ସାହି ଯାତ ପାଇଁ ଚଳଞ୍ଚଚଳ ଶ୍ରୀକ୍ଷେତ୍ର, ଶେଷ ପର୍ଯ୍ୟାୟରେ ପହଞ୍ଚିଛି ପ୍ରସ୍ତୁତି

ସାହି ଯାତ ପାଇଁ ଜାଗା ଆଖଡ଼ା ଗୁଡ଼ିକରେ ସକାଳେ ଏବଂ ଅପରାହ୍ନରେ ଚାଲୁଛି ଜୋରଦାର ଅଭ୍ୟାସ । କଳାକାରମାନେ ଖଣ୍ଡା ଓ ଲାଠି ଚାଳନା ଶିଖୁଥିବା ବେଳେ ରାବଣ, ସପ୍ତସିରା, ପର୍ଶୁରାମ, ନାଗା ଓ ମେଢ଼ ଆଦି ନୃତ୍ୟାଭାସ ମଧ୍ୟ ଜୋରସୋରରେ ଚାଲିଛି । ଆସନ୍ତା ୬ ତାରିଖରେ ପବିତ୍ର ଶ୍ରୀରାମ ନବମୀ ଠାରୁ ଶ୍ରୀକ୍ଷେତ୍ରରେ ଆରମ୍ଭ ହେବ ପ୍ରସିଦ୍ଧ ସାହି ଯାତ । ପ୍ରଭୁ ଶ୍ରୀରାମଙ୍କ ଲୀଳା ଏବଂ କଥାବସ୍ତୁ କଳାକାରମାନେ ବିଭିନ୍ନ ଜାଗା ଆଖଡ଼ା, […] The post ସାହି ଯାତ ପାଇଁ ଚଳଞ୍ଚଚଳ ଶ୍ରୀକ୍ଷେତ୍ର, ଶେଷ ପର୍ଯ୍ୟାୟରେ ପହଞ୍ଚିଛି ପ୍ରସ୍ତୁତି appeared first on KNews Odisha.

ସାହି ଯାତ ପାଇଁ ଚଳଞ୍ଚଚଳ ଶ୍ରୀକ୍ଷେତ୍ର, ଶେଷ ପର୍ଯ୍ୟାୟରେ ପହଞ୍ଚିଛି ପ୍ରସ୍ତୁତି
srimandir

ସାହି ଯାତ ପାଇଁ ଜାଗା ଆଖଡ଼ା ଗୁଡ଼ିକରେ ସକାଳେ ଏବଂ ଅପରାହ୍ନରେ ଚାଲୁଛି ଜୋରଦାର ଅଭ୍ୟାସ । କଳାକାରମାନେ ଖଣ୍ଡା ଓ ଲାଠି ଚାଳନା ଶିଖୁଥିବା ବେଳେ ରାବଣ, ସପ୍ତସିରା, ପର୍ଶୁରାମ, ନାଗା ଓ ମେଢ଼ ଆଦି ନୃତ୍ୟାଭାସ ମଧ୍ୟ ଜୋରସୋରରେ ଚାଲିଛି । ଆସନ୍ତା ୬ ତାରିଖରେ ପବିତ୍ର ଶ୍ରୀରାମ ନବମୀ ଠାରୁ ଶ୍ରୀକ୍ଷେତ୍ରରେ ଆରମ୍ଭ ହେବ ପ୍ରସିଦ୍ଧ ସାହି ଯାତ । ପ୍ରଭୁ ଶ୍ରୀରାମଙ୍କ ଲୀଳା ଏବଂ କଥାବସ୍ତୁ କଳାକାରମାନେ ବିଭିନ୍ନ ଜାଗା ଆଖଡ଼ା, ସାହି ଓ ବଡ଼ଦାଣ୍ଡରେ ପରିବେଷଣ କରିବେ । ଏଣୁ ସାହିଯାତ ୨୦୨୫ ପାଇଁ ଶ୍ରୀକ୍ଷେତ୍ର ଏବେ ଚଳଚଞ୍ଚଳ । ଏନେଇ ପୁରାତନ ଆଠ ସାହି ପକ୍ଷରୁ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଁଚିଛି । ବିଭିନ୍ନ ସାହିରେ ଥିବା ଜାଗା ଆଖଡ଼ା ପରିସରରେ ସାହି ଯାତ ପାଇଁ ସମସ୍ତ ପାରମ୍ପରିକ ନୃତ୍ୟ ଏବଂ ବାଦ୍ୟର ପ୍ରସ୍ତୁତି ଜୋରସୋରରେ ଚାଲିଛି । ପୁରୀର ପ୍ରସିଦ୍ଧ ସାହି ଯାତରେ ପ୍ରଭୁ ଶ୍ରୀରାମଙ୍କ କଥାବସ୍ତୁ ଅତି ଚମତ୍କାର ଭାବେ ପରିବେଷିତ ହୋଇଥାଏ । ତେବେ ସାହି ଯାତକୁ ସଫଳ କରିବା ପାଇଁ ଜିଲ୍ଲା ଓ ପୋଲିସ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ହୋଇଥିବା ବେଳେ ଏହାକୁ ଦେଖିବା ପାଇଁ ଅତି ଉତ୍କଣ୍ଠାର ସହ ଅପେକ୍ଷା କରିଛନ୍ତି ଭକ୍ତ ଓ ଶ୍ରୀକ୍ଷେତ୍ର ବାସି ।

ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଧାମ ଶ୍ରୀକ୍ଷେତ୍ର ହେଉଛି ବହୁ ପ୍ରାଚୀନ ସାଂସ୍କୃତିକ ପୀଠ । ଶ୍ରୀକ୍ଷେତ୍ରର ପ୍ରାଚୀନ ଆଠ ସାହି ପକ୍ଷରୁ କାହିଁ କେଉଁ କାଳରୁ ଶ୍ରୀରାମ ନବମୀ ଠାରୁ ପ୍ରଭୁ ଶ୍ରୀରାମଙ୍କ କଥାବସ୍ତୁ ଥିବା ସାହିଯାତ ଉତ୍ସବ ଅନୁଷ୍ଠିତ ହୋଇଆସୁଛି । ସମୟ ବହୁତ ବଦଳିଛି ସତ କିନ୍ତୁ ଶ୍ରୀକ୍ଷେତ୍ର ବାସୀ ତାଙ୍କ ପରମ୍ପରାକୁ ଭୁଲି ନାହାଁନ୍ତି । ଜାଗା ଆଖଡ଼ାର କଳାକାରମାନେ ସାହିଯାତ ଅବସରରେ ପାରମ୍ପରିକ ନୃତ୍ୟ କଳା ପ୍ରଦର୍ଶନ କରିଥାନ୍ତି । ଏଥିସହ ଶ୍ରୀଜଗନ୍ନାଥଙ୍କ ରୀତିନୀତି ସହ ଜଡ଼ିତ ଥିବା ସାହିଯାତରେ ବାହାରୁଥିବା ଠାକୁରଙ୍କ ନୀତି ମଧ୍ୟ ଜଗନ୍ନାଥ ବଲ୍ଲଭ ମଠ ପରିସରରେ ଅନୁଷ୍ଠିତ ହେବ । ସେପଟେ ସାହିଯାତ ଉତ୍ସବକୁ ସଫଳ କରିବା ପାଇଁ ଜିଲ୍ଲା ଓ ପୋଲିସ ପ୍ରଶାସନ ପକ୍ଷରୁ ସମସ୍ତ ବ୍ୟବସ୍ଥା ଗ୍ରହଣ କରାଯାଇଥିବା ବେଳେ କୌଣସି ବିଶୃଙ୍ଖଳା ଯେଭଳି ନହୁଏ ସେନେଇ ବିଶେଷ ଧ୍ୟାନ ଦିଆଯାଇଛି ବୋଲି କହିଛନ୍ତି ପୁରୀ ଜିଲ୍ଲାପାଳ l

ଆସନ୍ତା ୬ ତାରିଖରେ ରାମନବମୀ ଅବସରରେ ରାମଜନ୍ମ ନୀତି ଅନୁଷ୍ଠିତ ହେବାକୁ ଥିବାବେଳେ ଯଜ୍ଞ ରକ୍ଷା ନୀତି, ପର୍ଶୁରାମ କଳାହରଣ ଓ ସୀତା ବିବାହ,  ରାମ ବନବାସ,  ସୀତା ଚୋରି, ଲଙ୍କା ପୋଡ଼ି,  ସେତୁ ବନ୍ଧ ନୀତି ସହ ରାବଣ ବଦ୍ଧ ଓ  ରାମାଭିଷେକ ଓ ପତିଆରା ହନୁମାନ ନୀତି ଅନୁଷ୍ଠିତ ହେବ ।

Also Read: ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପାଇଁ ପ୍ରସ୍ତୁତି, ବରଗଡ଼ରୁ ପୁରୀ ଯିବ ରଥକାଠ

The post ସାହି ଯାତ ପାଇଁ ଚଳଞ୍ଚଚଳ ଶ୍ରୀକ୍ଷେତ୍ର, ଶେଷ ପର୍ଯ୍ୟାୟରେ ପହଞ୍ଚିଛି ପ୍ରସ୍ତୁତି appeared first on KNews Odisha.