ସିପିଆଇ ନେତା ଅତୁଲ କୁମାର ଅଞ୍ଜାନଙ୍କ ପରଲୋକ
ଲକ୍ଷ୍ନୌ,୩।୫: ଦୀର୍ଘ ଦିନ ଧରି କର୍କଟ ରୋଗ ସହ ସଂଗ୍ରାମ ପରେ କମ୍ୟୁନିଷ୍ଟ ପାର୍ଟି ଅଫ ଇଣ୍ଡିଆ (ସିପିଆଇ) ର ଜାତୀୟ ସଚିବ ଅତୁଲ କୁମାର ଅଞ୍ଜାନଙ୍କ ଦେହାନ୍ତ ହୋଇଛି। ମୃତ୍ୟୁବେଳକୁ ତାଙ୍କୁ ୭୦ ବର୍ଷ ବୟସ ହୋଇଥିଲା। ଗତ ଏକ ମାସ ଧରି ସେ ଲକ୍ଷ୍ନୌର ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି। ସୂଚନାଯୋଗ୍ୟ, ଅତୁଲ ଅଞ୍ଜାନ ୧୯୭୭ ରେ ତାଙ୍କର ରାଜନୈତିକ ଯାତ୍ରା ଆରମ୍ଭ କରିଥିଲେ। ସେ ପ୍ରଥମେ ଲକ୍ଷ୍ନୌ ବିଶ୍ୱବିଦ୍ୟାଳୟ ଛାତ୍ର ସଂଘର […] The post ସିପିଆଇ ନେତା ଅତୁଲ କୁମାର ଅଞ୍ଜାନଙ୍କ ପରଲୋକ appeared first on Dharitri Odia News.
ଲକ୍ଷ୍ନୌ,୩।୫: ଦୀର୍ଘ ଦିନ ଧରି କର୍କଟ ରୋଗ ସହ ସଂଗ୍ରାମ ପରେ କମ୍ୟୁନିଷ୍ଟ ପାର୍ଟି ଅଫ ଇଣ୍ଡିଆ (ସିପିଆଇ) ର ଜାତୀୟ ସଚିବ ଅତୁଲ କୁମାର ଅଞ୍ଜାନଙ୍କ ଦେହାନ୍ତ ହୋଇଛି। ମୃତ୍ୟୁବେଳକୁ ତାଙ୍କୁ ୭୦ ବର୍ଷ ବୟସ ହୋଇଥିଲା। ଗତ ଏକ ମାସ ଧରି ସେ ଲକ୍ଷ୍ନୌର ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି।
ସୂଚନାଯୋଗ୍ୟ, ଅତୁଲ ଅଞ୍ଜାନ ୧୯୭୭ ରେ ତାଙ୍କର ରାଜନୈତିକ ଯାତ୍ରା ଆରମ୍ଭ କରିଥିଲେ। ସେ ପ୍ରଥମେ ଲକ୍ଷ୍ନୌ ବିଶ୍ୱବିଦ୍ୟାଳୟ ଛାତ୍ର ସଂଘର ସଭାପତି ଭାବରେ ନିର୍ବାଚିତ ହୋଇଥିଲେ। ସେ ଜଣେ ଦକ୍ଷ ତଥା ସକ୍ରିୟ କମ୍ୟୁନିଷ୍ଟ ନେତାଙ୍କ ମଧ୍ୟରୁ ଜଣେ ଥିଲେ। ସେ ଜଣେ ସାମାଜିକ କର୍ମୀ ଭାବରେ ସମାଜରେ ନିଜର ପରିଚୟ ମଧ୍ୟ ଦେଇଥିଲେ।
The post ସିପିଆଇ ନେତା ଅତୁଲ କୁମାର ଅଞ୍ଜାନଙ୍କ ପରଲୋକ appeared first on Dharitri Odia News.