ସିବିଆଇ ରୁଜୁ କଲା ମାମଲା, ଗିରଫ ହେବେ ପୂର୍ବତନ ପ୍ରିନ୍ସିପାଲ ସନ୍ଦୀପ ଘୋଷ!

କୋଲକାତା,୨୪।୮: ଆର ଜି କର ମେଡିକାଲ କଲେଜ ଓ ହସ୍ପିଟାଲର ପୂର୍ବତନ ପ୍ରିନ୍ସିପାଲ ସନ୍ଦୀପ ଘୋଷ ଏବେ ଅଡୁଆରେ। ନିଜ ହସ୍ପିଟାଲର ସେମିନାର ରୁମରୁ ଟ୍ରେନି ମହିଳା ଡାକ୍ତରଙ୍କ କ୍ଷତାକ୍ତ ମୃତଦେହ ମିଳିବା ଦିନ ଠାରୁ ସନ୍ଦୀପ ବିବାଦରେ ରହିଛନ୍ତି। ସିବିଆଇ ତାଙ୍କୁ ମାରାଥନ ଜେରା କରିବାରେ ଲାଗିଛି। ଏବେ ସିବିଆଇ ତାଙ୍କ ନାଁରେ ଆର୍ଥିକ ଅନିୟମିତତା ମାମଲା ରୁଜୁ କରିଛି। ତାଙ୍କ କାର୍ଯ୍ୟକାଳ ସମୟରେ ହସ୍ପିଟାଲରେ ବ୍ୟାପକ ଆର୍ଥିକ ଅନିୟମିତତା ହୋଇଥିବା ସିବିଆଇ ଜାଣିବାକୁ ପାଇଛି। […] The post ସିବିଆଇ ରୁଜୁ କଲା ମାମଲା, ଗିରଫ ହେବେ ପୂର୍ବତନ ପ୍ରିନ୍ସିପାଲ ସନ୍ଦୀପ ଘୋଷ! appeared first on Dharitri Odia News.

ସିବିଆଇ ରୁଜୁ କଲା ମାମଲା, ଗିରଫ ହେବେ ପୂର୍ବତନ ପ୍ରିନ୍ସିପାଲ ସନ୍ଦୀପ ଘୋଷ!

କୋଲକାତା,୨୪।୮: ଆର ଜି କର ମେଡିକାଲ କଲେଜ ଓ ହସ୍ପିଟାଲର ପୂର୍ବତନ ପ୍ରିନ୍ସିପାଲ ସନ୍ଦୀପ ଘୋଷ ଏବେ ଅଡୁଆରେ। ନିଜ ହସ୍ପିଟାଲର ସେମିନାର ରୁମରୁ ଟ୍ରେନି ମହିଳା ଡାକ୍ତରଙ୍କ କ୍ଷତାକ୍ତ ମୃତଦେହ ମିଳିବା ଦିନ ଠାରୁ ସନ୍ଦୀପ ବିବାଦରେ ରହିଛନ୍ତି। ସିବିଆଇ ତାଙ୍କୁ ମାରାଥନ ଜେରା କରିବାରେ ଲାଗିଛି।

ଏବେ ସିବିଆଇ ତାଙ୍କ ନାଁରେ ଆର୍ଥିକ ଅନିୟମିତତା ମାମଲା ରୁଜୁ କରିଛି। ତାଙ୍କ କାର୍ଯ୍ୟକାଳ ସମୟରେ ହସ୍ପିଟାଲରେ ବ୍ୟାପକ ଆର୍ଥିକ ଅନିୟମିତତା ହୋଇଥିବା ସିବିଆଇ ଜାଣିବାକୁ ପାଇଛି। ଏକଥା ଜଣାପଡିବା ପରେ ସିବିଆର ଦୁର୍ନୀତି ନିବାରଣ ଶାଖା ପକ୍ଷରୁ ତାଙ୍କ ନାଁରେ ଏତଲା ଦାଏର କରାଯାଇଛି। ଏତଲା କପି ସିଜେଏମ କୋର୍ଟରେ ସିବିଆଇ ଦାଖଲ କରିଛି। କୋର୍ଟରେ ସିବିଆଇ ଏତଲା ଦାଖଲ କରିଥିବାରୁ ସନ୍ଦୀପ ଗିରଫ ହୋଇପାରନ୍ତି ବୋଲି ସମ୍ଭାବନା ରହିଛି।

ମେଡିକାଲ କଲେଜର ପୂର୍ବତନ ଡେପୁଟି ଅଧ୍ୟକ୍ଷ ଅଖତର ଅଲୀ ପ୍ରଥମେ ସନ୍ଦୀଙ୍କ ବିରୋଧରେ ଆର୍ଥିକ ଅନିୟମିତତାର ଅଭିଯୋଗ ଆଣିଥିଲେ। ଆର ଜି କର ମେଡିକାଲ କଲେଜରେ ସନ୍ଦୀପ ପ୍ରିନ୍ସିପାଲ ହେବା ଦିନ ଠାରୁ ନିଜର ମନମାନୀ କରିବା ସହ ଆର୍ଥିକ ହେରଫେର କରିଚାଲିଥିଲେ। ତେଣୁ ଏହାର ତଦନ୍ତ ଇଡି ଦ୍ୱାରା କରିବାକୁ ସେ ଦାବି କରିଥିଲେ। ମହିଳା ଡାକ୍ତରଙ୍କ ବଳାତ୍କାର ଓ ହତ୍ୟା ଘଟଣା ସହ ସିବିଆଇ ସନ୍ଦୀପଙ୍କ ଆର୍ଥିକ ଦୁର୍ନୀତିର ମଧ୍ୟ ଖୋଳତାଡ କରୁଥିଲା। ଏବେ ତାଙ୍କ ନାଁରେ ମାମଲା ହୋଇଛି। ଏସଆଇଟି ଆଜି ସମସ୍ତ ଆବଶ୍ୟକ ଦସ୍ତାବିଜ ସିବିଆଇକୁ ହସ୍ତାନ୍ତର କରିଛି। ସିବିଆଇ ଦସ୍ତାବିଜ ପାଇବା ପରେ ପୁଣିଥରେ ଗୋଟିଏ ଏଫଆଇଆର ରୁଜୁ କରିଛି।

The post ସିବିଆଇ ରୁଜୁ କଲା ମାମଲା, ଗିରଫ ହେବେ ପୂର୍ବତନ ପ୍ରିନ୍ସିପାଲ ସନ୍ଦୀପ ଘୋଷ! appeared first on Dharitri Odia News.