ସୀମାବର୍ତ୍ତୀ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ଶାହଙ୍କ ଜରୁରୀ ବୈଠକ: ସୁରକ୍ଷା ପାଇଁ ସଜାଗ ରହିବାକୁ ନିର୍ଦ୍ଦେଶ
ନୂଆଦିଲ୍ଲୀ,୭ା୫: ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଆଜି ପାକିସ୍ତାନ ଓ ନେପାଳ ସହ ସୀମା ସଂଲଗ୍ନ ରାଜ୍ୟଗୁଡ଼ିକର ମୁଖ୍ୟମନ୍ତ୍ରୀ, ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ଏବଂ ମୁଖ୍ୟ ସଚିବଙ୍କ ସହ ଏକ ଉଚ୍ଚସ୍ତରୀୟ ବୈଠକ ଡାକିଛନ୍ତି। ଏହି ବୈଠକ ଭିଡିଓ କନଫରେନ୍ସିଂ ଜରିଆରେ ଅପରାହ୍ନ ୨ଟାରେ ଅନୁଷ୍ଠିତ ହୋଇଥିଲା। ଜମ୍ମୁ-କଶ୍ମୀର, ପଞ୍ଜାବ, ରାଜସ୍ଥାନ, ଗୁଜରାଟ, ଉତ୍ତରାଖଣ୍ଡ, ଉତ୍ତର ପ୍ରଦେଶ, ବିହାର, ସିକ୍କିମ, ପଶ୍ଚିମବଙ୍ଗ ଏବଂ ଲଦାଖର ମୁଖ୍ୟମନ୍ତ୍ରୀ ତଥା ଉପରାଜ୍ୟପାଳମାନେ ଏହି ବୈଠକରେ ଉପସ୍ଥିତ ଥିଲେ। ବୈଠକରେ ରାଷ୍ଟ୍ରୀୟ […] The post ସୀମାବର୍ତ୍ତୀ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ଶାହଙ୍କ ଜରୁରୀ ବୈଠକ: ସୁରକ୍ଷା ପାଇଁ ସଜାଗ ରହିବାକୁ ନିର୍ଦ୍ଦେଶ appeared first on Dharitri Odia News.
ନୂଆଦିଲ୍ଲୀ,୭ା୫: ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଆଜି ପାକିସ୍ତାନ ଓ ନେପାଳ ସହ ସୀମା ସଂଲଗ୍ନ ରାଜ୍ୟଗୁଡ଼ିକର ମୁଖ୍ୟମନ୍ତ୍ରୀ, ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ଏବଂ ମୁଖ୍ୟ ସଚିବଙ୍କ ସହ ଏକ ଉଚ୍ଚସ୍ତରୀୟ ବୈଠକ ଡାକିଛନ୍ତି।
ଏହି ବୈଠକ ଭିଡିଓ କନଫରେନ୍ସିଂ ଜରିଆରେ ଅପରାହ୍ନ ୨ଟାରେ ଅନୁଷ୍ଠିତ ହୋଇଥିଲା। ଜମ୍ମୁ-କଶ୍ମୀର, ପଞ୍ଜାବ, ରାଜସ୍ଥାନ, ଗୁଜରାଟ, ଉତ୍ତରାଖଣ୍ଡ, ଉତ୍ତର ପ୍ରଦେଶ, ବିହାର, ସିକ୍କିମ, ପଶ୍ଚିମବଙ୍ଗ ଏବଂ ଲଦାଖର ମୁଖ୍ୟମନ୍ତ୍ରୀ ତଥା ଉପରାଜ୍ୟପାଳମାନେ ଏହି ବୈଠକରେ ଉପସ୍ଥିତ ଥିଲେ।
ବୈଠକରେ ରାଷ୍ଟ୍ରୀୟ ସୁରକ୍ଷା ଏବଂ ସୀମା ସମ୍ପର୍କିତ ଗୁରୁତ୍ୱପୂର୍ଣ୍ଣ ବିଷୟଗୁଡ଼ିକ ଉପରେ ଆଲୋଚନା ହୋଇଥିଲା। ଅମିତ ଶାହ ସୀମାବର୍ତ୍ତୀ ରାଜ୍ୟଗୁଡ଼ିକୁ ଯେକୌଣସି ପରିସ୍ଥିତିର ମୁକାବିଲା ପାଇଁ ସଜାଗ ଏବଂ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି।
ସୂତ୍ର ଅନୁସାରେ, ଏହି ବୈଠକ ଅପରେସନ ‘ସିନ୍ଦୁର’ର ସଫଳତା ପରେ ଆୟୋଜିତ ହୋଇଥିଲା। ଏହି ଅପରେସନକୁ ନେଇ ବୈଠକରେ ଉପସ୍ଥିତ ସମସ୍ତ ମୁଖ୍ୟମନ୍ତ୍ରୀ ଓ ଉପରାଜ୍ୟପାଳମାନେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ତିନି ସୈନ୍ୟବାହିନୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି।
ଶାହ ରାଷ୍ଟ୍ରୀୟ ସୁରକ୍ଷାକୁ ସର୍ବୋଚ୍ଚ ପ୍ରାଥମିକତା ଦେବାକୁ ଏବଂ ସୀମା ଅଞ୍ଚଳରେ ସୁରକ୍ଷା ବ୍ୟବସ୍ଥାକୁ ଅଧିକ ଦୃଢ଼ କରିବା ପାଇଁ ରାଜ୍ୟ ସରକାରମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏହି ବୈଠକ ପରେ ରାଜ୍ୟଗୁଡ଼ିକରେ ଉଚ୍ଚପଦସ୍ଥ ଅଧିକାରୀମାନଙ୍କ ସହ ଅନୁଷ୍ଠିତ ହୋଇଥିବା ଉଚ୍ଚସ୍ତରୀୟ ବୈଠକରେ ମଧ୍ୟ ଏହି ନିର୍ଦ୍ଦେଶଗୁଡ଼ିକୁ କାର୍ଯ୍ୟକାରୀ କରିବା ଉପରେ ଗୁରୁତ୍ୱ ଦିଆଯାଇଛି।
The post ସୀମାବର୍ତ୍ତୀ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ଶାହଙ୍କ ଜରୁରୀ ବୈଠକ: ସୁରକ୍ଷା ପାଇଁ ସଜାଗ ରହିବାକୁ ନିର୍ଦ୍ଦେଶ appeared first on Dharitri Odia News.