ସୁଧାଂଶୁଙ୍କୁ ଗୁରୁଦାୟିତ୍ୱ ଦେଲା କଂଗ୍ରେସ
ରୂପସା,୨୮।୩(ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା କଂଗ୍ରେସ କମିଟି ସାଧାରଣ ସମ୍ପାଦକ ଓ ମୁଖ୍ୟ ମୁଖପାତ୍ର ସୁଧାଂଶୁ ଶେଖର ଜେନାଙ୍କୁ ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ଭଦ୍ରକ ଲୋକସଭା ନିର୍ବାଚନ ମଣ୍ଡଳୀ ପାଇଁ କଂଗ୍ରେସ ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତି ଦିଆଯାଇଛି। ଦଳର ଜଣେ ଦକ୍ଷ ତଥା ସକ୍ରିୟ ଯୁବନେତା ଭାବେ ସୁଧାଂଶୁ ଜିଲା ସମେତ ତଥା ରାଜ୍ୟରେ ପରିଚିତ। ସେ ପୂର୍ବରୁ ବାଲେଶ୍ୱର ଜିଲା ଛାତ୍ର କଂଗ୍ରେସ ସଭାପତି, ବସ୍ତା ନିର୍ବାଚନମଣ୍ଡଳୀ ଯୁବ କଂଗ୍ରେସ ସଭାପତି, ଜିଲା କଂଗ୍ରେସ […] The post ସୁଧାଂଶୁଙ୍କୁ ଗୁରୁଦାୟିତ୍ୱ ଦେଲା କଂଗ୍ରେସ appeared first on Dharitri Odia News.
ରୂପସା,୨୮।୩(ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା କଂଗ୍ରେସ କମିଟି ସାଧାରଣ ସମ୍ପାଦକ ଓ ମୁଖ୍ୟ ମୁଖପାତ୍ର ସୁଧାଂଶୁ ଶେଖର ଜେନାଙ୍କୁ ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ଭଦ୍ରକ ଲୋକସଭା ନିର୍ବାଚନ ମଣ୍ଡଳୀ ପାଇଁ କଂଗ୍ରେସ ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତି ଦିଆଯାଇଛି।
ଦଳର ଜଣେ ଦକ୍ଷ ତଥା ସକ୍ରିୟ ଯୁବନେତା ଭାବେ ସୁଧାଂଶୁ ଜିଲା ସମେତ ତଥା ରାଜ୍ୟରେ ପରିଚିତ। ସେ ପୂର୍ବରୁ ବାଲେଶ୍ୱର ଜିଲା ଛାତ୍ର କଂଗ୍ରେସ ସଭାପତି, ବସ୍ତା ନିର୍ବାଚନମଣ୍ଡଳୀ ଯୁବ କଂଗ୍ରେସ ସଭାପତି, ଜିଲା କଂଗ୍ରେସ କମିଟି ସାଧାରଣ ସମ୍ପାଦକ ତଥା ମୁଖ୍ୟ ମୁଖପାତ୍ର ସମେତ ବିଜେପୁର ଓ ବାଲେଶ୍ୱର ଉପନିର୍ବାଚନରେ ବହୁ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱରେ ରହି କାର୍ଯ୍ୟ ସମ୍ପାଦନ କରିଥିଲେ। ନୂତନ ଦାୟିତ୍ୱ ପାଇଁ ତାଙ୍କୁ ବିଭିନ୍ନ ମହଲରୁ ଶୁଭେଚ୍ଛା ଜ୍ଞାପନ କରାଯାଇଛି।
ସେ ପିସିସି ସଭାପତି ଶରତ ପଟ୍ଟନାୟକ, ପ୍ରଭାରୀ ଡ. ଅଜୟ କୁମାର, କଂଗ୍ରେସ ନେତା ନବଜ୍ୟୋତି ପଟ୍ଟନାୟକ, ଜିଲା କଂଗ୍ରେସ ସଭାପତି ସଞ୍ଜୀବ ଗିରି, ବସ୍ତା ବିଧାନସଭା କ୍ଷେତ୍ର ନେତା ବିଜନ ନାୟକ, ବସ୍ତା ବ୍ଲକ ସଭାପତି ସତ୍ୟନାରାୟଣ ଗୁପ୍ତାଙ୍କ ସମେତ ପ୍ରଦେଶ କଂଗ୍ରେସ କମିଟିର ନେତୃତ୍ୱଙ୍କୁ କୃତଜ୍ଞତା ଜ୍ଞାପନ କରିଛନ୍ତି।
The post ସୁଧାଂଶୁଙ୍କୁ ଗୁରୁଦାୟିତ୍ୱ ଦେଲା କଂଗ୍ରେସ appeared first on Dharitri Odia News.