ସୁପ୍ରିମକୋର୍ଟ ପହଞ୍ଚିଲେ ହେମନ୍ତ ସୋରେନ

ରାଞ୍ଚି,୬।୫: ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ଏନଫୋର୍ସମେଣ୍ଟ ନିର୍ଦ୍ଦେଶାଳୟ (ଇଡି) ଗିରଫକୁ ଚ୍ୟାଲେଞ୍ଜ କରି ହାଇକୋର୍ଟରେ କରିଥିବା ଆବେଦନକୁ କୋର୍ଟ ପ୍ରତ୍ୟାଖ୍ୟାନ କରିବା ପରେ ଏବେ ସେ ସୁପ୍ରିମକୋର୍ଟଙ୍କ ନିକଟରେ ପହଞ୍ଚିଛନ୍ତି। ନିର୍ବାଚନକୁ ଦୃଷ୍ଟିରେ ରଖି ବରିଷ୍ଠ ଓକିଲ କପିଲ ସିବଲ ସୋରେନଙ୍କ ଏହି ଆବେଦନ ଉପରେ ଶୀଘ୍ର ଶୁଣାଣି କରିବାକୁ ଅନୁରୋଦ କରିଥିଲେ। ଏହା ଉପରେ ପ୍ରଧାନ ବିଚାରପତି ଡଓ୍ବାଇ ଚନ୍ଦ୍ରଚୁଡ କହିଥିଲେ ଏହା ସଞ୍ଜିବ ଖାନ୍ନାଙ୍କ ପୀଠରେ ଅଛି, ଏହା ଉପରେ ଶୀଘ୍ର […] The post ସୁପ୍ରିମକୋର୍ଟ ପହଞ୍ଚିଲେ ହେମନ୍ତ ସୋରେନ appeared first on Dharitri Odia News.

ସୁପ୍ରିମକୋର୍ଟ ପହଞ୍ଚିଲେ ହେମନ୍ତ ସୋରେନ

ରାଞ୍ଚି,୬।୫: ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ଏନଫୋର୍ସମେଣ୍ଟ ନିର୍ଦ୍ଦେଶାଳୟ (ଇଡି) ଗିରଫକୁ ଚ୍ୟାଲେଞ୍ଜ କରି ହାଇକୋର୍ଟରେ କରିଥିବା ଆବେଦନକୁ କୋର୍ଟ ପ୍ରତ୍ୟାଖ୍ୟାନ କରିବା ପରେ ଏବେ ସେ ସୁପ୍ରିମକୋର୍ଟଙ୍କ ନିକଟରେ ପହଞ୍ଚିଛନ୍ତି। ନିର୍ବାଚନକୁ ଦୃଷ୍ଟିରେ ରଖି ବରିଷ୍ଠ ଓକିଲ କପିଲ ସିବଲ ସୋରେନଙ୍କ ଏହି ଆବେଦନ ଉପରେ ଶୀଘ୍ର ଶୁଣାଣି କରିବାକୁ ଅନୁରୋଦ କରିଥିଲେ। ଏହା ଉପରେ ପ୍ରଧାନ ବିଚାରପତି ଡଓ୍ବାଇ ଚନ୍ଦ୍ରଚୁଡ କହିଥିଲେ ଏହା ସଞ୍ଜିବ ଖାନ୍ନାଙ୍କ ପୀଠରେ ଅଛି, ଏହା ଉପରେ ଶୀଘ୍ର ଶୁଣାଯିବ ହେବ।
ମେ ୩ରେ, ଝାଡଖଣ୍ଡ ହାଇକୋର୍ଟ ହେମନ୍ତ ସୋରେନଙ୍କ ଲିଖିତ ଆବେଦନକୁ ପ୍ରତ୍ୟାଖ୍ୟାନ କରିଥିଲେ ଯେଉଁଥିରେ ସେ ଇଡି ଗିରଫକୁ ଚ୍ୟାଲେଞ୍ଜ କରିଥିଲେ। ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କୁ ଜାମିନ ଦେବାକୁ କୋର୍ଟ ମଧ୍ୟ ମନା କରିଦେଇଥିଲେ। ତାଙ୍କ ପିଟିସନରେ ସୋରେନ ଦାବି କରିଛନ୍ତି ଯେ ତାଙ୍କ ଗିରଫଦାରୀ ଅଯୌକ୍ତିକ ଏବଂ ଏହି ମାମଲାରେ ତାଙ୍କୁ ରିମାଣ୍ଡରେ ନେବା ବେଆଇନ ଏବଂ ଅନୁଚିତ। ଜାନୁଆରୀରେ ଜମି ସ୍କାମ ମାମଲାରେ ହେମନ୍ତ ସୋରେନଙ୍କୁ ଇଡି ଗିରଫ କରିଥିଲା। ବର୍ତ୍ତମାନ ନ୍ୟାୟିକ ହେପାଜତରେ ଥିବା ସୋରେନଙ୍କୁ ରାଞ୍ଚିର ବିର୍ସା ମୁଣ୍ଡା ସେଣ୍ଟ୍ରାଲ ଜେଲରେ ରଖାଯାଇଛି।

The post ସୁପ୍ରିମକୋର୍ଟ ପହଞ୍ଚିଲେ ହେମନ୍ତ ସୋରେନ appeared first on Dharitri Odia News.