ସୁଭଦ୍ରା ଏସଓପି ଆଣିଲେ ସରକାର: ଜାଣନ୍ତୁ କେଉଁମାନଙ୍କୁ ମିଳିବ ଟଙ୍କା
ଭୁବନେଶ୍ୱର,୨୩।୮: ସରକାରଙ୍କ ବହୁ ପ୍ରତିକ୍ଷିତ ଯୋଜନା ସୁଭଦ୍ରା ଏସଓପି ଜାରି ହୋଇଛି। ବିଧାନସଭାରେ ଏନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଘୋଷଣା କରିଛନ୍ତି। ଗୃହରେ ‘ସୁଭଦ୍ରା’ ଯୋଜନା SOP ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ଗତକାଲି କ୍ୟାବିନେଟ୍ରେ SOP ପାରିତ ହୋଇଥିବା ସେ ସୂଚନା ଦେଇଛନ୍ତି। ଏହି ଯୋଜନା ଅଧୀନରେ ୨୧ରୁ ୬୦ ବର୍ଷର ମହିଳାଙ୍କୁ ଆର୍ଥିକ ସହାୟତା ମିଳିବ। ଡିବିଟି ମାଧ୍ୟମରେ ୨୧ରୁ ୬୦ ବର୍ଷ ମହିଳାଙ୍କ ଆକାଉଣ୍ଟକୁ ସିଧାସଳଖ ୫ ହଜାର ଟଙ୍କା ପ୍ରଦାନ କରାଯିବ। […] The post ସୁଭଦ୍ରା ଏସଓପି ଆଣିଲେ ସରକାର: ଜାଣନ୍ତୁ କେଉଁମାନଙ୍କୁ ମିଳିବ ଟଙ୍କା appeared first on Dharitri Odia News.
ଭୁବନେଶ୍ୱର,୨୩।୮: ସରକାରଙ୍କ ବହୁ ପ୍ରତିକ୍ଷିତ ଯୋଜନା ସୁଭଦ୍ରା ଏସଓପି ଜାରି ହୋଇଛି। ବିଧାନସଭାରେ ଏନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଘୋଷଣା କରିଛନ୍ତି। ଗୃହରେ ‘ସୁଭଦ୍ରା’ ଯୋଜନା SOP ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ଗତକାଲି କ୍ୟାବିନେଟ୍ରେ SOP ପାରିତ ହୋଇଥିବା ସେ ସୂଚନା ଦେଇଛନ୍ତି। ଏହି ଯୋଜନା ଅଧୀନରେ ୨୧ରୁ ୬୦ ବର୍ଷର ମହିଳାଙ୍କୁ ଆର୍ଥିକ ସହାୟତା ମିଳିବ।
ଡିବିଟି ମାଧ୍ୟମରେ ୨୧ରୁ ୬୦ ବର୍ଷ ମହିଳାଙ୍କ ଆକାଉଣ୍ଟକୁ ସିଧାସଳଖ ୫ ହଜାର ଟଙ୍କା ପ୍ରଦାନ କରାଯିବ। ପ୍ରତିବର୍ଷ ରାକ୍ଷୀ ପୂର୍ଣ୍ଣିମା ଓ ମହିଳା ଦିବସରେ ଏହି ଟଙ୍କା ପ୍ରଦାନ କରାଯିବ। ଅର୍ଥାତ ପ୍ରତିବର୍ଷ ୨ଥର, ୫ ବର୍ଷ ପର୍ଯ୍ୟନ୍ତ ଏହି ସହାୟତା ରାଶି ମିଳିବ। ଏହାଦ୍ୱାରା ରାଜ୍ୟର ୧ କୋଟିରୁ ଅଧିକ ମହିଳା ଉପକୃତ ହେବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଏହି ଯୋଜନା ପାଇଁ ସରକାର ହିତାଧିକାରୀଙ୍କୁ ସୁଭଦ୍ରା ଡେବିଟ୍ କାର୍ଡ ପ୍ରଦାନ କରିବେ।
ଏଥିସହିତ ରାଜ୍ୟରେ ଡିଜିଟାଲ କାରବାରକୁ ପ୍ରୋତ୍ସାହନ ପାଇଁ ସରକାର ଅତିରିକ୍ତ ସହାୟତା ପ୍ରଦାନ କରିବେ। ସର୍ବାଧିକ ଡିଜିଟାଲ କାରବାର କରିଥିବା ହିତାଧିକାରୀଙ୍କୁ ଅତିରିକ୍ତ ୫ଶହ ପୁରସ୍କାର ସ୍ୱରୂପ ମିଳିବ। ପ୍ରତି ପଞ୍ଚାୟତର ୧୦୦ ଜଣ ହିତାଧିକାରୀଙ୍କୁ ଏହି ଅତିରିକ୍ତ ୫ଶହ ଟଙ୍କା ପାଇବେ।
ତେବେ ଏହି ଯୋଜନାର ଲାଭ କେଉଁମାନେ ପାଇବେ ଏବଂ କେଉଁମନେ ବାଦ ପଡ଼ିବେ ସେନେଇ ମଧ୍ୟ ମୁଖ୍ୟମନ୍ତ୍ରୀ ସ୍ପଷ୍ଟ କରିଛନ୍ତି। ଆର୍ଥିକ ସ୍ବଚ୍ଛଳ ବର୍ଗର ମହିଳା ଏହି ଯୋଜନାରୁ ବଞ୍ଚିତ ହେବେ। ସରକାରୀ ଚାକିରି କରୁଥିବା ମହିଳା ଏବଂ ଘରୋଇ କ୍ଷେତ୍ରରେ ଚାକିରି କରୁଥିବା ମହିଳା ପାଇବେନି ସୁଭଦ୍ରା ସହାୟତା। କାରଣ ଆୟକର ପ୍ରଦାନ କରୁଥିବା ମହିଳାମାନେ ଏହି ସହାୟତା ପାଇବେ ନାହିଁ ବୋଲି ସରକାର ସୂଚନା ଦେଇଛନ୍ତି। ସେହିପରି ଅନ୍ୟ ସରକାରୀ ଯୋଜନାରେ ସହାୟତା ପାଉଥିଲେ ମଧ୍ୟ ସହାୟତା ମିଳିବନି। ଏପରିକି ମାସିକ ୧୫ଶହ ବା ବାର୍ଷିକ ୧୮ ହଜାର ପାଉଥିଲେ ମଧ୍ୟ ସୁଭଦ୍ରା ଯୋଜନାରେ ସହାୟତା ମିଳିବନି। ଏହାର କାର୍ଯ୍ୟକାରିତା ତଦାରଖ କରିବାକୁ ମହିଳା ଓ ଶିଶୁ ବିକାଶ ବିଭାଗ ଏକ ସୁଭଦ୍ରା ସମିତି ସୋସାଇଟି ଗଠନ କରାଯିବ।
The post ସୁଭଦ୍ରା ଏସଓପି ଆଣିଲେ ସରକାର: ଜାଣନ୍ତୁ କେଉଁମାନଙ୍କୁ ମିଳିବ ଟଙ୍କା appeared first on Dharitri Odia News.