ସୁଭଦ୍ରା ଯୋଜନା ପାଇଁ କିପରି କରିବେ ଆବେଦନ ? ଘୋଷଣା କଲେ ସରକାର

ଭୁବନେଶ୍ୱର,୨୩।୮: ସୁଭଦ୍ରା ଯୋଜନାରେ ମହିଳା ମାନଙ୍କୁ ୫୦ ହଜାର ଟଙ୍କା ପ୍ରଦାନ କରିବାକୁ ପ୍ରତିଶ୍ରୁତି ଦେଇ ରାଜ୍ୟରେ କ୍ଷମତାକୁ ଆସିଥିବା ଭାଜପା ସରକାର ଏହି ଯୋଜନାର ଏସଓପି ଆଣିଛନ୍ତି। ଏହି ଯୋଜନା ଅଧୀନରେ ୨୧ରୁ ୬୦ ବର୍ଷର ମହିଳାଙ୍କୁ ଆର୍ଥିକ ସହାୟତା ମିଳିବ। ପ୍ରତିବର୍ଷ ରାକ୍ଷୀ ପୂର୍ଣ୍ଣିମା ଓ ମହିଳା ଦିବସରେ ଏହି ଟଙ୍କା ପ୍ରଦାନ କରାଯିବ। ଆସନ୍ତା ୫ ବର୍ଷ ପର୍ଯ୍ୟନ୍ତ ଏହି ସହାୟତା ରାଶି ମିଳିବ। ଏହି ଯୋଜନାରେ ରାଜ୍ୟର ୧ କୋଟିରୁ ଅଧିକ […] The post ସୁଭଦ୍ରା ଯୋଜନା ପାଇଁ କିପରି କରିବେ ଆବେଦନ ? ଘୋଷଣା କଲେ ସରକାର appeared first on Dharitri Odia News.

ସୁଭଦ୍ରା ଯୋଜନା ପାଇଁ କିପରି କରିବେ ଆବେଦନ ? ଘୋଷଣା କଲେ ସରକାର

ଭୁବନେଶ୍ୱର,୨୩।୮: ସୁଭଦ୍ରା ଯୋଜନାରେ ମହିଳା ମାନଙ୍କୁ ୫୦ ହଜାର ଟଙ୍କା ପ୍ରଦାନ କରିବାକୁ ପ୍ରତିଶ୍ରୁତି ଦେଇ ରାଜ୍ୟରେ କ୍ଷମତାକୁ ଆସିଥିବା ଭାଜପା ସରକାର ଏହି ଯୋଜନାର ଏସଓପି ଆଣିଛନ୍ତି। ଏହି ଯୋଜନା ଅଧୀନରେ ୨୧ରୁ ୬୦ ବର୍ଷର ମହିଳାଙ୍କୁ ଆର୍ଥିକ ସହାୟତା ମିଳିବ। ପ୍ରତିବର୍ଷ ରାକ୍ଷୀ ପୂର୍ଣ୍ଣିମା ଓ ମହିଳା ଦିବସରେ ଏହି ଟଙ୍କା ପ୍ରଦାନ କରାଯିବ। ଆସନ୍ତା ୫ ବର୍ଷ ପର୍ଯ୍ୟନ୍ତ ଏହି ସହାୟତା ରାଶି ମିଳିବ। ଏହି ଯୋଜନାରେ ରାଜ୍ୟର ୧ କୋଟିରୁ ଅଧିକ ମହିଳା ଉପକୃତ ହେବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ତେବେ ଆସନ୍ତୁ ଏହି ଯୋଜନାର ଲାଭ ପାଇବା ପାଇଁ କିପରି ଆବେଦନ କରିବେ।

ସରକାର ପ୍ରକାଶ କରିଥିବା ବିସ୍ତୃତ ଏସଓପିରେ ସୁଭଦ୍ରା ଯୋଜନା ପାଇଁ କିଭଳି ଆବେଦନ କରିବେ ସେନେଇ ସୂଚନା ଦେଇଛନ୍ତି। ରାଜ୍ୟର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର, ବ୍ଲକ କାର୍ଯ୍ୟାଳୟରେ ଯୋଗ୍ୟ ହିତାଧିକାରୀମାନେ ଆବେଦନ କରିପାରିବେ। ଏଥିସହିତ ମୋ ସେବା କେନ୍ଦ୍ର, ଜନ ସେବା କେନ୍ଦ୍ରରେ ମଧ୍ୟ ଆବେଦନ କରିହେବ। ଏସବୁ ଜାଗାରେ ମାଗଣାରେ ଫର୍ମ ମିଳିବ, ଯେଉଁଥିରେ ଲୋକେ ଆବେଦନ କରିବେ। ସେହିପରି ଯୋଜନା ସମ୍ପର୍କିତ ସୂଚନା ପାଇଁ ଏକ କଲ୍ ସେଣ୍ଟର ମଧ୍ୟ କାର୍ଯ୍ୟକ୍ଷମ ହେବ।

ତେବେ ଏହି ଯୋଜନାର ଲାଭ କେଉଁମାନେ ପାଇବେ ଏବଂ କେଉଁମନେ ବାଦ ପଡ଼ିବେ ସେନେଇ ମଧ୍ୟ ମୁଖ୍ୟମନ୍ତ୍ରୀ ସ୍ପଷ୍ଟ କରିଛନ୍ତି। ଆର୍ଥିକ ସ୍ବଚ୍ଛଳ ବର୍ଗର ମହିଳା ଏହି ଯୋଜନାରୁ ବଞ୍ଚିତ ହେବେ। ସରକାରୀ ଚାକିରି କରୁଥିବା ମହିଳା ଏବଂ ଘରୋଇ କ୍ଷେତ୍ରରେ ଚାକିରି କରୁଥିବା ମହିଳା ପାଇବେନି ସୁଭଦ୍ରା ସହାୟତା। କାରଣ ଆୟକର ପ୍ରଦାନ କରୁଥିବା ମହିଳାମାନେ ଏହି ସହାୟତା ପାଇବେ ନାହିଁ ବୋଲି ସରକାର ସୂଚନା ଦେଇଛନ୍ତି। ସେହିପରି ଅନ୍ୟ ସରକାରୀ ଯୋଜନାରେ ସହାୟତା ପାଉଥିଲେ ମଧ୍ୟ ସହାୟତା ମିଳିବନି। ଏପରିକି ମାସିକ ୧୫ଶହ ବା ବାର୍ଷିକ ୧୮ ହଜାର ପାଉଥିଲେ ମଧ୍ୟ ସୁଭଦ୍ରା ଯୋଜନାରେ ସହାୟତା ମିଳିବନି। ଏହାର କାର୍ଯ୍ୟକାରିତା ତଦାରଖ କରିବାକୁ ମହିଳା ଓ ଶିଶୁ ବିକାଶ ବିଭାଗ ଏକ ସୁଭଦ୍ରା ସମିତି ସୋସାଇଟି ଗଠନ କରାଯିବ।

The post ସୁଭଦ୍ରା ଯୋଜନା ପାଇଁ କିପରି କରିବେ ଆବେଦନ ? ଘୋଷଣା କଲେ ସରକାର appeared first on Dharitri Odia News.