‘ସୁଭଦ୍ରା’ ଯୋଜନାର ପ୍ରଥମ କିସ୍ତି ପାଇ ନ ଥିବା ମହିଳାଙ୍କ ପାଇଁ ବଡ଼ ଖବର
ଭୁବନେଶ୍ୱର,୨୭।୯: ‘ସୁଭଦ୍ରା’ ସହାୟତା କିସ୍ତି ଅପେକ୍ଷାରେ ଥିବା ମହିଳାଙ୍କ ପାଇଁ ବଡ଼ ଖବର। କେଉଁ ଦିନ ସୁଭଦ୍ରା ସହାୟତା ମିଳିବ ସେନେଇ ଆଜି ତାରିଖ ଆସିପାରେ। ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଏନେଇ ତାରିଖ ଘୋଷଣା କରିପାରନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସେପ୍ଟେମ୍ବର ୧୭ ତାରିଖରେ ସୁଭଦ୍ରା ଶୁଭାରମ୍ଭ କରିଥିଲେ। ସେଦିନ ୨୫ ଲକ୍ଷରୁ ଅଧିକ ମହିଳାଙ୍କୁ ପ୍ରଥମ କିସ୍ତି ଟଙ୍କା ମିଳିଥିଲା। ଏବେ ଆବେଦନ ୯୨ ଲକ୍ଷ ଟପିଥିବା ବେଳେ ହିତାଧିକାରୀ କିସ୍ତି ଅପେକ୍ଷାରେ ଅଛନ୍ତି। ସୁଭଦ୍ରା […] The post ‘ସୁଭଦ୍ରା’ ଯୋଜନାର ପ୍ରଥମ କିସ୍ତି ପାଇ ନ ଥିବା ମହିଳାଙ୍କ ପାଇଁ ବଡ଼ ଖବର appeared first on Dharitri Odia News.
ଭୁବନେଶ୍ୱର,୨୭।୯: ‘ସୁଭଦ୍ରା’ ସହାୟତା କିସ୍ତି ଅପେକ୍ଷାରେ ଥିବା ମହିଳାଙ୍କ ପାଇଁ ବଡ଼ ଖବର। କେଉଁ ଦିନ ସୁଭଦ୍ରା ସହାୟତା ମିଳିବ ସେନେଇ ଆଜି ତାରିଖ ଆସିପାରେ। ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଏନେଇ ତାରିଖ ଘୋଷଣା କରିପାରନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସେପ୍ଟେମ୍ବର ୧୭ ତାରିଖରେ ସୁଭଦ୍ରା ଶୁଭାରମ୍ଭ କରିଥିଲେ। ସେଦିନ ୨୫ ଲକ୍ଷରୁ ଅଧିକ ମହିଳାଙ୍କୁ ପ୍ରଥମ କିସ୍ତି ଟଙ୍କା ମିଳିଥିଲା। ଏବେ ଆବେଦନ ୯୨ ଲକ୍ଷ ଟପିଥିବା ବେଳେ ହିତାଧିକାରୀ କିସ୍ତି ଅପେକ୍ଷାରେ ଅଛନ୍ତି।
ସୁଭଦ୍ରା ଯୋଜନା ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବଡ଼ ସୂଚନା ଦେଇ କହିଥିଲେ ଆଗକୁ ଆସୁଥିବା ମହିଳାଙ୍କ ପର୍ବରେ ଆଉ ଏକ ପର୍ଯ୍ୟାୟ ସୁଭଦ୍ରା ଟଙ୍କା ପ୍ରଦାନ କରାଯିବ। ପର୍ଯ୍ୟାୟ କ୍ରମେ ୧ କୋଟି ମହିଳାଙ୍କୁ ସରକାର ସୁଭଦ୍ରା ଟଙ୍କା ଦେବେ। ଏଥିସହିତ ମୁଖ୍ୟମନ୍ତ୍ରୀ କହିଛନ୍ତି, ଆସନ୍ତା ୨୦୨୫ ମାର୍ଚ୍ଚ ୮ ତାରିଖ ପୂର୍ବରୁ ସମସ୍ତ ହିତାଧିକାରୀଙ୍କୁ ସୁଭଦ୍ରା ଯୋଜନାର ପ୍ରଥମ କିସ୍ତି ଦିଆଯିବ। କିନ୍ତୁ ଦ୍ବିତୀୟ କିସ୍ତି ଏକକାଳୀନ ମହିଳା ଦିବସରେ ପ୍ରଦାନ କରାଯିବ।
ନିକଟରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା କହିଥିଲେ, କିଛି ଦିନ ଭିତରେ ସୁଭଦ୍ରା ଯୋଜନାରେ ଆଉ ୨୫ ଲକ୍ଷ ମହିଳାଙ୍କୁ ସହାୟତା ରାଶି ମିଳିବ । ପର୍ଯ୍ୟାୟକ୍ରମେ ମୋଟ ୧ କୋଟି ମହିଳାଙ୍କୁ ସୁଭଦ୍ରା ସହାୟତା ଦିଆଯିବ। ସୁଭଦ୍ରା ଯୋଜନାରେ ଏ ପର୍ଯ୍ୟନ୍ତ ୯୨ ଲକ୍ଷ ଆବେଦନ କରିସାରିଲେଣି। ଆଉ ସପ୍ତାହେ ଭିତରେ ଏହା ୧ କୋଟିରେ ପହଞ୍ଚିବ। ୧ କୋଟି ମହିଳାଙ୍କୁ ସୁନିଶ୍ଚିତ ଟଙ୍କା ମିଳିବ।
The post ‘ସୁଭଦ୍ରା’ ଯୋଜନାର ପ୍ରଥମ କିସ୍ତି ପାଇ ନ ଥିବା ମହିଳାଙ୍କ ପାଇଁ ବଡ଼ ଖବର appeared first on Dharitri Odia News.