‘ସୁଭଦ୍ରା’ ଯୋଜନାରେ ସଂଶୋଧନ ପାଇଁ କ୍ୟାବିନେଟ୍‌ରେ ବଡ଼ ନିଷ୍ପତ୍ତି

ଭୁବନେଶ୍ୱର,୨୩ା୧୦: ସମ୍ଭାବ୍ୟ ବାତ୍ୟା ‘ଦାନା’ ଓଡ଼ିଶା ଅଭିମୁଖେ ଆସୁଥିବାବେଳେ ବୁଧବାର ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ରାଜ୍ୟ କ୍ୟାବିନେଟ୍‌ର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଥିଲା। ମୁଖ୍ୟ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟାଳୟ ପକ୍ଷରୁ ଜାରି ସୂଚନା ଅନୁସାରେ, ଏହି ବୈଠକରେ ମୋଟ୍‌ ୬ଟି ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି । ୨୦୨୪-୨୫ ଖରିଫ ବିପଣନ ବର୍ଷ ପାଇଁ ନୂଆ ଖାଦ୍ୟ ଓ ଧାନ ସଂଗ୍ରହଣ ନୀତି ସମେତ ସୁଭଦ୍ରା ଗାଇଡ୍‌ଲାଇନରେ ସଂଶୋଧନ, ‘ସମୃଦ୍ଧ […] The post ‘ସୁଭଦ୍ରା’ ଯୋଜନାରେ ସଂଶୋଧନ ପାଇଁ କ୍ୟାବିନେଟ୍‌ରେ ବଡ଼ ନିଷ୍ପତ୍ତି appeared first on Dharitri Odia News.

‘ସୁଭଦ୍ରା’ ଯୋଜନାରେ ସଂଶୋଧନ ପାଇଁ କ୍ୟାବିନେଟ୍‌ରେ ବଡ଼ ନିଷ୍ପତ୍ତି

ଭୁବନେଶ୍ୱର,୨୩ା୧୦: ସମ୍ଭାବ୍ୟ ବାତ୍ୟା ‘ଦାନା’ ଓଡ଼ିଶା ଅଭିମୁଖେ ଆସୁଥିବାବେଳେ ବୁଧବାର ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ରାଜ୍ୟ କ୍ୟାବିନେଟ୍‌ର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଥିଲା। ମୁଖ୍ୟ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟାଳୟ ପକ୍ଷରୁ ଜାରି ସୂଚନା ଅନୁସାରେ, ଏହି ବୈଠକରେ ମୋଟ୍‌ ୬ଟି ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି । ୨୦୨୪-୨୫ ଖରିଫ ବିପଣନ ବର୍ଷ ପାଇଁ ନୂଆ ଖାଦ୍ୟ ଓ ଧାନ ସଂଗ୍ରହଣ ନୀତି ସମେତ ସୁଭଦ୍ରା ଗାଇଡ୍‌ଲାଇନରେ ସଂଶୋଧନ, ‘ସମୃଦ୍ଧ କୃଷକ ଯୋଜନା’ର କାର୍ଯ୍ୟାନ୍ବୟନ, ଓ ଏୟାର କନେକ୍ଟିଭିଟି ପଲିସି ଓ ଓ ଜିଏସ୍‌ଟି ଆଇନ୍‌-୨୦୧୭ରେ ସଂଶୋଧନ ପାଇଁ ଅଧ୍ୟାଦେଶ ପ୍ରସ୍ତାବକୁ ରାଜ୍ୟ କ୍ୟାବିନେଟ୍‌ ମଞ୍ଜୁରୀ ଦେଇଛନ୍ତି।

ରାଜ୍ୟ କ୍ୟାବିନେଟ୍‌ରେ  ପାରିତ ପ୍ରସ୍ତାବରେ ‘ସୁଭଦ୍ରା’ ଯୋଜନାରେ ସଂଶୋଧନ ପାଇଁ ନିଷ୍ପତ୍ତି ହୋଇଛି। ଏହି ଯୋଜନାରୁ ବାଦ୍‌ ପଡ଼ିଥିବା ୨ ଲକ୍ଷ ୬୭ ହଜାର ଆବେଦନର ସାନି ବିଚାର ପାଇଁ ନିଷ୍ପତ୍ତି ନିଆଯାଇଛି। ବର୍ତ୍ତମାନ ପର୍ଯ୍ୟନ୍ତ ୧ କୋଟି ୨ ଲକ୍ଷ ଆବେଦନ ଆସିଥିବାବେଳେ ୬୦ ଲକ୍ଷ ଆବେଦନକାରୀ ଟଙ୍କା ପାଇ ସାରିଛନ୍ତି।

ମହିଳାମାନଙ୍କୁ ଆର୍ଥିକ ଭାବେ ସଶକ୍ତ କରିବା ଏବଂ ସେମାନଙ୍କ ପରିବାରକୁ ଆର୍ଥିକ ସୁରକ୍ଷା ପ୍ରଦାନ କରିବା ପାଇଁ ଏହି ଯୋଜନାରେ ୫ ବର୍ଷ ବଜେଟ୍‌ରେ ୫୫.୮୨୫ କୋଟି ଟଙ୍କାର ବ୍ୟୟ ବରାଦ କରାଯାଇଛି।

ବର୍ତ୍ତମାନ ସୁଦ୍ଧା ଏହି ପୋର୍ଟାଲରେ ୧ କୋଟିରୁ ଅଧିକ ଆବେଦକାରୀ ନାମ ପଞ୍ଜୀକରଣ କରିସାରିଛନ୍ତି। ମୋଟ୍‌ ୨ଟି ପର୍ଯ୍ୟାୟରେ ୬୦ ଲକ୍ଷରୁ ଅଧିକ ହିତାଧିକାରୀଙ୍କୁ ଅନୁମୋଦନ କରାଯାଇଛି।

The post ‘ସୁଭଦ୍ରା’ ଯୋଜନାରେ ସଂଶୋଧନ ପାଇଁ କ୍ୟାବିନେଟ୍‌ରେ ବଡ଼ ନିଷ୍ପତ୍ତି appeared first on Dharitri Odia News.