ସୁଭଦ୍ରାକୁ ନେଇ ବଡ଼ ଅପଡେଟ୍: ପଢ଼ନ୍ତୁ, କ’ଣ କହିଛନ୍ତି ଉପମୁଖ୍ୟମନ୍ତ୍ରୀ

ବର୍ତ୍ତମାନ ସୁଦ୍ଧା ତିନିଟି ପର୍ଯ୍ୟାୟରେ ୮୦ ଲକ୍ଷରୁ ଅଧିକ ହିତାଧିକାରୀଙ୍କୁ ସୁଭଦ୍ରା ଯୋଜନାର ପ୍ରଥମ କିସ୍ତି ସହାୟତା ରାଶି ପ୍ରଦାନ କରାଯାଇ ସାରିଲାଣି।

ସୁଭଦ୍ରାକୁ ନେଇ ବଡ଼ ଅପଡେଟ୍: ପଢ଼ନ୍ତୁ, କ’ଣ କହିଛନ୍ତି ଉପମୁଖ୍ୟମନ୍ତ୍ରୀ

ଆସନ୍ତା ଜାନୁଆରୀ ମାସରେ ପ୍ରଦାନ କରାଯିବ ସୁଭଦ୍ରା ଟଙ୍କା। ସୁଭଦ୍ରା ଯୋଜନାର ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟର ହିତାଧିକାରୀଙ୍କୁ ଏହି ସହାୟତା ପ୍ରଦାନ କରାଯିବା ନେଇ ଆଜି ସୂଚନା ଦେଇଛନ୍ତି ଉପମଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ଏଥିପାଇଁ ଡିସେମ୍ବର ୩୦ ସୁଦ୍ଧା ଯାଞ୍ଚ ପ୍ରକ୍ରିୟା ସରିବ ବୋଲି ସେ କହିଛନ୍ତି।

ଏହି ପର୍ଯ୍ୟାୟରେ ୨୦ ଲକ୍ଷ ମହିଳାଙ୍କୁ ସୁଭଦ୍ରା ଯୋଜନାରେ ଯୋଡ଼ିବାକୁ ଲକ୍ଷ୍ୟ ରଖିଛନ୍ତି ରାଜ୍ୟ ସରକାର। ବର୍ତ୍ତମାନ ସୁଦ୍ଧା ତିନିଟି ପର୍ଯ୍ୟାୟରେ ୮୦ ଲକ୍ଷରୁ ଅଧିକ ହିତାଧିକାରୀଙ୍କୁ ସୁଭଦ୍ରା ଯୋଜନାର ପ୍ରଥମ କିସ୍ତି ସହାୟତା ରାଶି ପ୍ରଦାନ କରାଯାଇ ସାରିଲାଣି।

ସୁଭଦ୍ରା ଯୋଜନାର ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟର ସହାୟତା ଚଳିତ ମାସରେ ଦିଆଯିବା ପାଇଁ କୁହାଯାଇଥିଲା। କିନ୍ତୁ ଯାଞ୍ଚ ପ୍ରକ୍ରିୟା ଚାଲିଥିବାରୁ ଏହାକୁ ସ୍ଥଗିତ ରଖାଯାଇଥିଲା। ଏନେଇ ୫ ଦିନ ତଳେ ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପରିଡ଼ା ସୂଚନା ଦେଇଥିଲେ। ସେ ସେତେବେଳେ କହିଥିଲେ ଯେ ସବୁ ପ୍ରକାର ଯାଞ୍ଚ ସରିଲେ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରାଯାଇ ୪ର୍ଥ ପର୍ଯ୍ୟାୟ ସୁଭଦ୍ରା ଟଙ୍କା ପ୍ରଦାନ କରାଯିବ।