ସୁଭଦ୍ରାରୁ ମୁଦ୍ରା କାର୍ଯ୍ୟକ୍ରମ: ୩ଟି ପଦକ୍ଷେପ ନେଇ ଉପମୁଖ୍ୟମନ୍ତ୍ରୀଙ୍କ ଘୋଷଣା

ଭୁବନେଶ୍ୱର:ଓଡ଼ିଶାରେ ଶିଳ୍ପ ମହାକୁମ୍ଭ। ଉତ୍କର୍ଷ ଓଡ଼ିଶା କନକ୍ଲେଭର ଆଜି ଦ୍ବିତୀୟ ଦିନ। ସମ୍ମିଳନୀର ପ୍ରଥମ ଦିନରେ ଦେଶ ଓ ବିଦେଶର ବଡ଼ ବଡ଼ ଶିଳ୍ପପତିଙ୍କ କୋଟି କୋଟି ଟଙ୍କାର ନିବେଶ ପ୍ରତିଶ୍ରୁତି ଓଡ଼ିଶାକୁ ଶିଳ୍ପ ସମୃଦ୍ଧ ଭାବେ ଗଢିତୋଳିବାକୁ ବଳ ଦେଇଛି। ଓଡ଼ିଶା କନକ୍ଲେଭ୍‌ର ଦ୍ଵିତୀୟ ଦିନରେ ପର୍ଯ୍ୟଟନରେ ୧୨୧ଟି ପ୍ରୋଜେକ୍ଟ ଉପରେ ପୁଞ୍ଜି ପ୍ରସ୍ତାବ ଆସିଛି ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି। ଏହା ସହ ଉତ୍କର୍ଷ ଓଡ଼ିଶାରେ ସୁଭଦ୍ରାରୁ ମୁଦ୍ରା କାର୍ଯ୍ୟକ୍ରମରେ ବଡ଼ […]

ସୁଭଦ୍ରାରୁ ମୁଦ୍ରା କାର୍ଯ୍ୟକ୍ରମ: ୩ଟି ପଦକ୍ଷେପ ନେଇ ଉପମୁଖ୍ୟମନ୍ତ୍ରୀଙ୍କ ଘୋଷଣା

ଭୁବନେଶ୍ୱର:ଓଡ଼ିଶାରେ ଶିଳ୍ପ ମହାକୁମ୍ଭ। ଉତ୍କର୍ଷ ଓଡ଼ିଶା କନକ୍ଲେଭର ଆଜି ଦ୍ବିତୀୟ ଦିନ। ସମ୍ମିଳନୀର ପ୍ରଥମ ଦିନରେ ଦେଶ ଓ ବିଦେଶର ବଡ଼ ବଡ଼ ଶିଳ୍ପପତିଙ୍କ କୋଟି କୋଟି ଟଙ୍କାର ନିବେଶ ପ୍ରତିଶ୍ରୁତି ଓଡ଼ିଶାକୁ ଶିଳ୍ପ ସମୃଦ୍ଧ ଭାବେ ଗଢିତୋଳିବାକୁ ବଳ ଦେଇଛି। ଓଡ଼ିଶା କନକ୍ଲେଭ୍‌ର ଦ୍ଵିତୀୟ ଦିନରେ ପର୍ଯ୍ୟଟନରେ ୧୨୧ଟି ପ୍ରୋଜେକ୍ଟ ଉପରେ ପୁଞ୍ଜି ପ୍ରସ୍ତାବ ଆସିଛି ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି। ଏହା ସହ ଉତ୍କର୍ଷ ଓଡ଼ିଶାରେ ସୁଭଦ୍ରାରୁ ମୁଦ୍ରା କାର୍ଯ୍ୟକ୍ରମରେ ବଡ଼ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା। ଆଉ ୩ଟି ପଦକ୍ଷେପ ନେଇ ଉପମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି।
ଶୁଣ ସୁଭଦ୍ରା, କୁହ ସୁଭଦ୍ରା ଓ ସୁଭଦ୍ରା ସେତୁ ଘୋଷଣା। ଶୁଣ ସୁଭଦ୍ରାରେ କିଛି ସନ୍ଦେହ ଥିଲେ ପଚାରି ପାରିବେ ବିଭାଗକୁ।ଯୋଗାଯୋଗ କରି ଋଣ କେମିତି ନେବେ ଜାଣି ପାରିବେ। କୁହ ସୁଭଦ୍ରାରେ ବିଭାଗ ହିତାଧିକାରୀଙ୍କୁ ଡାଏଲ୍‌ କରି ଅସୁବିଧା ବୁଝିବ।ସୁଭଦ୍ରା ସେତୁ ଦ୍ବାରା ୨୧ ବର୍ଷ ହେବାକୁ ଥିବା ହିତାଧିକାରୀଙ୍କୁ ଯୋଡ଼ିବା ଭଳି କାର୍ଯ୍ୟକ୍ରମ ରହିଛି।