ସୁରକ୍ଷା କର୍ମୀଙ୍କ ଗୁଳିରେ ୧୬ ମାଓବାଦୀ ନିପାତ

ମାଲକାନଗିରି : ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା । ମାଲକାନଗିରି ଛତିଶଗଡ ସିମାନ୍ତ ସୁକୁମା ଜିଲ୍ଲା ଅପମ୍ପଲି ଜଙ୍ଗଲରେ ସୁରକ୍ଷା କର୍ମୀଙ୍କ ଗୁଳିରେ ୧୬ ଜଣ ମାଓବାଦୀ ନିହତ ହୋଇଛନ୍ତି । ମୃତ୍ୟୁ ସଂଖ୍ୟା ଆହୁରି ବଢିବାର ଆଶଙ୍କା କରାଯାଉଛି। ବର୍ତ୍ତମାନ ସୁଦ୍ଧା ଡିଆରଜି ଓ ସିଆରପିଏଫ ବାହିନୀ ପକ୍ଷରୁ ସର୍ଚ୍ଚ ଅପରେସନ ଜାରି ରହିଛି। ସୁକୁମା ଜିଲ୍ଲାର ଅପମ୍ପଲି ଗାଁ ନିକଟସ୍ଥ ଗୋଗୁଣ୍ଡା ପାହାଡ ଉପରେ ମାଓବାଦୀ ମାନେ ଏକ କ୍ୟାମ୍ପ କରି ରହିଥିବା ନେଇ ପୋଲିସର […]

ସୁରକ୍ଷା କର୍ମୀଙ୍କ ଗୁଳିରେ ୧୬ ମାଓବାଦୀ ନିପାତ
ସୁରକ୍ଷା କର୍ମୀଙ୍କ ଗୁଳିରେ ୧୬ ମାଓବାଦୀ ନିପାତ

ମାଲକାନଗିରି : ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା । ମାଲକାନଗିରି ଛତିଶଗଡ ସିମାନ୍ତ ସୁକୁମା ଜିଲ୍ଲା ଅପମ୍ପଲି ଜଙ୍ଗଲରେ ସୁରକ୍ଷା କର୍ମୀଙ୍କ ଗୁଳିରେ ୧୬ ଜଣ ମାଓବାଦୀ ନିହତ ହୋଇଛନ୍ତି । ମୃତ୍ୟୁ ସଂଖ୍ୟା ଆହୁରି ବଢିବାର ଆଶଙ୍କା କରାଯାଉଛି। ବର୍ତ୍ତମାନ ସୁଦ୍ଧା ଡିଆରଜି ଓ ସିଆରପିଏଫ ବାହିନୀ ପକ୍ଷରୁ ସର୍ଚ୍ଚ ଅପରେସନ ଜାରି ରହିଛି।

ସୁକୁମା ଜିଲ୍ଲାର ଅପମ୍ପଲି ଗାଁ ନିକଟସ୍ଥ ଗୋଗୁଣ୍ଡା ପାହାଡ ଉପରେ ମାଓବାଦୀ ମାନେ ଏକ କ୍ୟାମ୍ପ କରି ରହିଥିବା ନେଇ ପୋଲିସର ଗୁଇନ୍ଦା ବିଭାଗକୁ ମିଳିଥିଲା ସୂଚନା। ଯାହାକୁ ଆଧାର କରି ଡିଆରଜି ଓ ସିଆରପିଏଫ ବାହିନୀ ପକ୍ଷରୁ ଆଜି ସକାଳୁ ସେଠାରେ କମ୍ବିଂ ଅପରେସନ ଆରମ୍ଭ ହୋଇଥିଲା। ଦୀର୍ଘ ଚାରି ଘଣ୍ଟା ଧରି ଗୁଳି ବିନିମୟ ପରେ ନକ୍ସଲମାନେ ଘଟଣାସ୍ଥଳରୁ ଛତ୍ରଭଂଗ ଦେଇଥିଲେ। ଅଧିକ ସଂଖ୍ୟକ ନକ୍ସଲଙ୍କ ଉପସ୍ଥିତି ସନ୍ଦେହରେ ଚାଲିଛି ସର୍ଚ୍ଚ ଅପରେସନ। ବର୍ତ୍ତମାନ ସୁଦ୍ଧା ୧୬ ଜଣ ମାଓବାଦୀଙ୍କ ମୃତ ଦେହ ଠାବ ହୋଇଥିବା ବେଳେ ଘଟଣାସ୍ଥଳରୁ ବନ୍ଧୁକ ସହ ଭାରିମାତ୍ରାରେ ବିସ୍ଫୋରକ ସାମଗ୍ରୀ ଜବତ ହୋଇଛି ।