ସୁରକ୍ଷା କର୍ମୀଙ୍କ ଗୁଳିରେ ୧୬ ମାଓବାଦୀ ନିହତ
ନନ୍ଦିଘୋଷ ବ୍ୟୁରୋ: ମାଲକାନଗିରି ଛତିଶଗଡ ସିମାନ୍ତ ସୁକୁମାରେ ମାଓ ଏନକାଣ୍ଟର। ସୁରକ୍ଷା କର୍ମୀଙ୍କ ଗୁଳିରେ ୧୬ ଜଣ ମାଓବାଦୀ ନିହତ।... The post ସୁରକ୍ଷା କର୍ମୀଙ୍କ ଗୁଳିରେ ୧୬ ମାଓବାଦୀ ନିହତ appeared first on .
ନନ୍ଦିଘୋଷ ବ୍ୟୁରୋ: ମାଲକାନଗିରି ଛତିଶଗଡ ସିମାନ୍ତ ସୁକୁମାରେ ମାଓ ଏନକାଣ୍ଟର। ସୁରକ୍ଷା କର୍ମୀଙ୍କ ଗୁଳିରେ ୧୬ ଜଣ ମାଓବାଦୀ ନିହତ। ମୃତ୍ୟୁ ସଂଖ୍ୟା ବଢିବାର ଆଶଙ୍କା କରାଯାଉଛି। ଡିଆରଜି ଓ ସିଆରପିଏଫ ବାହିନୀ ପକ୍ଷରୁ ସର୍ଚ୍ଚ ଅପରେସନ ଜାରି ରହିଛି। ସୁକୁମା ଜିଲ୍ଲାର ଉପାମପାଲି ଗାଁ ନିକଟସ୍ଥ ଗୋଗୁଣ୍ଡା ପାହାଡ ଉପରେ ମାଓବାଦୀ ମାନେ ଏକ କ୍ୟାମ୍ପ କରି ରହିଥିବା ନେଇ ପୋଲିସର ଗୁଇନ୍ଦା ବିଭାଗକୁ ମିଳିଥିଲା ସୂଚନା। ଯାହାକୁ ଆଧାର କରି ଡିଆରଜି ଓ ସିଆରପିଏଫ ବାହିନୀ ପକ୍ଷରୁ ଆଜି ସକାଳୁ ସେଠାରେ କମ୍ବିଂ ଅପରେସନ ଆରମ୍ଭ ହୋଇଥିଲା। ଦୀର୍ଘ ଚାରି ଘଣ୍ଟା ଧରି ଗୁଳି ବିନିମୟ ପରେ ନକ୍ସଲମାନେ ଘଟଣାସ୍ଥଳରୁ ଛତ୍ରଭଂଗ ଦେଇଥିଲେ। ଅଧିକ ସଂଖ୍ୟକ ନକ୍ସଲଙ୍କ ଉପସ୍ଥିତି ସନ୍ଦେହରେ ଚାଲିଛି ସର୍ଚ୍ଚ ଅପରେସନ। ବର୍ତ୍ତମାନ ସୁଦ୍ଧା ୧୬ ଜଣ ମାଓବାଦୀଙ୍କ ମୃତ ଦେହ ଠାବ ହୋଇଥିବା ବେଳେ ଘଟଣାସ୍ଥଳରୁ ବନ୍ଧୁକ ସହ ଭାରିମାତ୍ରାରେ ବିସ୍ଫୋରକ ସାମଗ୍ରୀ ଜବତ ହୋଇଛି ।
The post ସୁରକ୍ଷା କର୍ମୀଙ୍କ ଗୁଳିରେ ୧୬ ମାଓବାଦୀ ନିହତ appeared first on .