ସୁରକ୍ଷା ବ୍ୟବସ୍ଥା କଡାକଡ଼ି: ମୁତୟନ ହେବେ ୧୨୧ କମ୍ପାନୀ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବାହିନୀ

ଭୁବନେଶ୍ୱର,୨୪।୫: ଶନିବାର ଦେଶରେ ଷଷ୍ଠ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରସ୍ତୁତି ପ୍ରାୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଏହି ପରିପ୍ରେକ୍ଷୀରେ ଓଡ଼ିଶାରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରସ୍ତୁତି ଚୂଡ଼ାନ୍ତ ହୋଇଛି। ରାଜ୍ୟର ୬ଟି ଲୋକସଭା ଆସନ ଏବଂ ୪୨ଟି ବିଧାନସଭାର ୯୪ଲକ୍ଷ ୪୮ହଜାର ୫୫୩ ଭୋଟର ୪୪୭ଜଣ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ। ନିର୍ବାଚନକୁ ଶାନ୍ତି ଶୃଙ୍ଖଳାର ସହ ପରିଚାଳନା କରିବା ପାଇଁ ପ୍ରଶାସନ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି। ହେଲେ ନିର୍ବାଚନ ପୂର୍ବରୁ ଅଳ୍ପ […] The post ସୁରକ୍ଷା ବ୍ୟବସ୍ଥା କଡାକଡ଼ି: ମୁତୟନ ହେବେ ୧୨୧ କମ୍ପାନୀ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବାହିନୀ appeared first on Dharitri Odia News.

ସୁରକ୍ଷା ବ୍ୟବସ୍ଥା କଡାକଡ଼ି: ମୁତୟନ ହେବେ ୧୨୧ କମ୍ପାନୀ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବାହିନୀ

ଭୁବନେଶ୍ୱର,୨୪।୫: ଶନିବାର ଦେଶରେ ଷଷ୍ଠ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରସ୍ତୁତି ପ୍ରାୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଏହି ପରିପ୍ରେକ୍ଷୀରେ ଓଡ଼ିଶାରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରସ୍ତୁତି ଚୂଡ଼ାନ୍ତ ହୋଇଛି। ରାଜ୍ୟର ୬ଟି ଲୋକସଭା ଆସନ ଏବଂ ୪୨ଟି ବିଧାନସଭାର ୯୪ଲକ୍ଷ ୪୮ହଜାର ୫୫୩ ଭୋଟର ୪୪୭ଜଣ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ। ନିର୍ବାଚନକୁ ଶାନ୍ତି ଶୃଙ୍ଖଳାର ସହ ପରିଚାଳନା କରିବା ପାଇଁ ପ୍ରଶାସନ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି।

ହେଲେ ନିର୍ବାଚନ ପୂର୍ବରୁ ଅଳ୍ପ କେତୋଟି ଅଞ୍ଚଳରୁ ରାଜନୈତିକ ହିଂସା ଓ ଆଇନଶୃଙ୍ଖଳା ଭଳି ପରିସ୍ଥିତି ଉପୁଜିଛି। ଏନେଇ ଭାରତ ନିର୍ବାଚନ ଆୟୋଗ ରାଜନୈତିକ ହିଂସା ଓ ଆଇନଶୃଙ୍ଖଳା ପରିସ୍ଥିତି ପାଇଁ ‘ଶୂନ୍ୟ ସହନଶୀଳତା ନୀତି’ ଅବଲମ୍ବନ କରି ଆସୁଛନ୍ତି। ଶାନ୍ତିଶୃଙ୍ଖଳା ବଜାୟ ରଖି ଗଣତନ୍ତ୍ରର ମହାପର୍ବରେ ସାମିଲ ହେବା ପାଇଁ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳ ସମସ୍ତ ରାଜନୈତିକ ଦଳ ଓ ରାଜ୍ୟବାସୀଙ୍କୁ ଅନୁରୋଧ କରିଛନ୍ତି । ଏହି ଅବସରରେ ମୁଖ୍ୟ ନିର୍ବାଚନ ଅଧିକାରୀ ରାଜ୍ୟରେ ସୁରକ୍ଷା ବ୍ୟବସ୍ଥା ନେଇ ସମସ୍ତଙ୍କୁ ଆଶ୍ୱସ୍ତ କରିଛନ୍ତି। ୬ ଲୋକସଭା ଏବଂ ୪୨ ବିଧାନସଭା କ୍ଷେତ୍ରରେ ମତଦାନ ପ୍ରକ୍ରିୟାରେ ୧୨୧ କମ୍ପାନୀ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବାହିନୀ(ସିଏପିଏଫ୍‌) ମୁତୟନ କରାଯାଇଥିବା ସେ ସୂଚନା ଦେଇଛନ୍ତି।

The post ସୁରକ୍ଷା ବ୍ୟବସ୍ଥା କଡାକଡ଼ି: ମୁତୟନ ହେବେ ୧୨୧ କମ୍ପାନୀ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବାହିନୀ appeared first on Dharitri Odia News.