ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା: ୨ ମହିଳାଙ୍କ ସମେତ ୭ ନକ୍ସଲ ସଫା

ରାୟପୁର,୩୦।୪: ଛତିଶଗଡର ନାରାୟଣପୁର ଏବଂ କାଙ୍କରେ ସୀମାରେ ସୁରକ୍ଷା ବାହିନୀ ଦ୍ୱାରା ହୋଇଥିବା ଏନକାଉଣ୍ଟରରେ ୭ ଜଣ ନକ୍ସଲଙ୍କ ମୃତ୍ୟୁ ଘଟିଛି। ନାରାୟଣପୁର ଆବୁଜମାଡ ଜଙ୍ଗଲରେ ହୋଇଥିବା ଏନକାଉଣ୍ଟରରେ ଦୁଇ ମହିଳାଙ୍କ ସମେତ ମୋଟ ୭ ନକ୍ସଲଙ୍କ ମୃତଦେହ ଉଦ୍ଧାର କରାଯାଇଛି। ଘଟଣାସ୍ଥଳରୁ ବହୁ ପରିମାଣର ଗୁଳି ଓ ଅନ୍ୟାନ୍ୟ ସାମଗ୍ରୀ ସହିତ ଏକ ଏକେ୪୭ ଅସ୍ତ୍ର ଜବତ କରାଯାଇଛି। ଛତିଶଗଡ ଏବଂ ମହାରାଷ୍ଟ୍ରର ସୀମାନ୍ତବର୍ତ୍ତୀ ଆବୁଜମାଡ, ଟେକମେଟା ଏବଂ କାଙ୍କରେ ଜଙ୍ଗଲରେ ଏନକାଉଣ୍ଟର ହୋଇଥିଲା। ୧୫ […] The post ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା: ୨ ମହିଳାଙ୍କ ସମେତ ୭ ନକ୍ସଲ ସଫା appeared first on Dharitri Odia News.

ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା: ୨ ମହିଳାଙ୍କ ସମେତ ୭ ନକ୍ସଲ ସଫା

ରାୟପୁର,୩୦।୪: ଛତିଶଗଡର ନାରାୟଣପୁର ଏବଂ କାଙ୍କରେ ସୀମାରେ ସୁରକ୍ଷା ବାହିନୀ ଦ୍ୱାରା ହୋଇଥିବା ଏନକାଉଣ୍ଟରରେ ୭ ଜଣ ନକ୍ସଲଙ୍କ ମୃତ୍ୟୁ ଘଟିଛି। ନାରାୟଣପୁର ଆବୁଜମାଡ ଜଙ୍ଗଲରେ ହୋଇଥିବା ଏନକାଉଣ୍ଟରରେ ଦୁଇ ମହିଳାଙ୍କ ସମେତ ମୋଟ ୭ ନକ୍ସଲଙ୍କ ମୃତଦେହ ଉଦ୍ଧାର କରାଯାଇଛି। ଘଟଣାସ୍ଥଳରୁ ବହୁ ପରିମାଣର ଗୁଳି ଓ ଅନ୍ୟାନ୍ୟ ସାମଗ୍ରୀ ସହିତ ଏକ ଏକେ୪୭ ଅସ୍ତ୍ର ଜବତ କରାଯାଇଛି।
ଛତିଶଗଡ ଏବଂ ମହାରାଷ୍ଟ୍ରର ସୀମାନ୍ତବର୍ତ୍ତୀ ଆବୁଜମାଡ, ଟେକମେଟା ଏବଂ କାଙ୍କରେ ଜଙ୍ଗଲରେ ଏନକାଉଣ୍ଟର ହୋଇଥିଲା। ୧୫ ଦିନ ମଧ୍ୟରେ ନକ୍ସଲମାନଙ୍କ ଉପରେ ସୁରକ୍ଷା ବାହିନୀର ଏହା ହେଉଛି ଦ୍ୱିତୀୟ ପ୍ରମୁଖ ଷ୍ଟ୍ରାଇକ୍‌।
ଜଣେ ବରିଷ୍ଠ ପୋଲିସ ଅଧିକାରୀ କହିଛନ୍ତି, ଏହା ଏକ ନକ୍ସଲ ବିରୋଧୀ ଅପରେଶନ। ଏହି ଅଞ୍ଚଳରେ ସର୍ଚ୍ଚ ଅପରେଶନ ଜାରି ରହିଛି। ମୃତ ନକ୍ସଲମାନଙ୍କ ପରିଚୟ ଏପର୍ଯ୍ୟନ୍ତ ସ୍ଥିର ହୋଇନାହିଁ।
ଏପ୍ରିଲ ୧୬ରେ, କାଙ୍କରେ ଜିଲାରେ ସୁରକ୍ଷା ବାହିନୀ ସହିତ ହୋଇଥିବା ଏନକାଉଣ୍ଟରରେ ୨୯ ଜଣ ନକ୍ସଲଙ୍କ ମୃତ୍ୟୁ ଘଟିଥିଲା।

The post ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା: ୨ ମହିଳାଙ୍କ ସମେତ ୭ ନକ୍ସଲ ସଫା appeared first on Dharitri Odia News.