ସୁରମା ପାଢ଼ୀ ହେଲେ ବାଚସ୍ପତି

ଭୁବନେଶ୍ୱର,୨୦ା୬: ରଣପୁର ବିଧାୟିକା ସୁରମା ପାଢ଼ୀ ଗୁରୁବାର ଓଡ଼ିଶା ବିଧାନସଭାର ବାଚସ୍ପତି ଭାବେ ନିର୍ବାଚିତ ହୋଇଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ମାଝି ପ୍ରସ୍ତାବ ଦେଇଥିଲେ। ଏହି ପ୍ରସ୍ତାବକୁ ସମର୍ଥନ ଜଣାଇଥିଲେ ସଂସଦୀୟ ବ୍ୟାପାର ମନ୍ତ୍ରୀ। ସର୍ବସମ୍ମତି କ୍ରମେ ସୁରମା ନିର୍ଦ୍ୱନ୍ଦ୍ୱରେ ବାଚସ୍ପତି ନିର୍ବାଚିତ ହୋଇଛନ୍ତି। କାମଚଳା ବାଚସ୍ପତି ରଣେନ୍ଦ୍ର ପ୍ରତାପ ସ୍ବାଇଁଙ୍କଠାରୁ ସେ ଆଜି ଦାୟିତ୍ୱ ଗ୍ରହଣ କରିଛନ୍ତି। ଦାୟିତ୍ବ ଗ୍ରହଣ ପରେ ବାଚସ୍ପତି ଗୃହ ପରିଚାଳନା କରିଛନ୍ତି। ସୁରମା ଭାଜପାର ଜଣେ ବରିଷ୍ଠ ଏବଂ ଅଭିଜ୍ଞ ନେତ୍ରୀ […] The post ସୁରମା ପାଢ଼ୀ ହେଲେ ବାଚସ୍ପତି appeared first on Dharitri Odia News.

ସୁରମା ପାଢ଼ୀ ହେଲେ ବାଚସ୍ପତି

ଭୁବନେଶ୍ୱର,୨୦ା୬: ରଣପୁର ବିଧାୟିକା ସୁରମା ପାଢ଼ୀ ଗୁରୁବାର ଓଡ଼ିଶା ବିଧାନସଭାର ବାଚସ୍ପତି ଭାବେ ନିର୍ବାଚିତ ହୋଇଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ମାଝି ପ୍ରସ୍ତାବ ଦେଇଥିଲେ। ଏହି ପ୍ରସ୍ତାବକୁ ସମର୍ଥନ ଜଣାଇଥିଲେ ସଂସଦୀୟ ବ୍ୟାପାର ମନ୍ତ୍ରୀ। ସର୍ବସମ୍ମତି କ୍ରମେ ସୁରମା ନିର୍ଦ୍ୱନ୍ଦ୍ୱରେ ବାଚସ୍ପତି ନିର୍ବାଚିତ ହୋଇଛନ୍ତି। କାମଚଳା ବାଚସ୍ପତି ରଣେନ୍ଦ୍ର ପ୍ରତାପ ସ୍ବାଇଁଙ୍କଠାରୁ ସେ ଆଜି ଦାୟିତ୍ୱ ଗ୍ରହଣ କରିଛନ୍ତି। ଦାୟିତ୍ବ ଗ୍ରହଣ ପରେ ବାଚସ୍ପତି ଗୃହ ପରିଚାଳନା କରିଛନ୍ତି।

Image

ସୁରମା ଭାଜପାର ଜଣେ ବରିଷ୍ଠ ଏବଂ ଅଭିଜ୍ଞ ନେତ୍ରୀ ଭାବେ ଜଣାଶୁଣା। ସେ ପୂର୍ବରୁ ମଧ୍ୟ ବିଜେଡି-ଭାଜପା ମେଣ୍ଟ ସରକାର ସମୟରେ ନିର୍ବାଚିତ ହୋଇ ମନ୍ତ୍ରୀ ଥିଲେ। ତେଣୁ ସେହି ଦୃଷ୍ଟିରୁ ଦଳ ଜଣେ ମହିଳା ଏବଂ ଅଭିଜ୍ଞତା ଦୃଷ୍ଟିରୁ ତାଙ୍କ ଉପରେ ଭରସା କରି ଏହି ପଦବୀରେ ଅଧିଷ୍ଠିତ କରିଛି।

ବାଚସ୍ପତିଙ୍କୁ ଗୃହରେ ମୁଖ୍ୟମନ୍ତ୍ରୀ, ଦୁଇ ଉପମୁଖ୍ୟମନ୍ତ୍ରୀ, ବିରୋଧୀଦଳ ନେତା, କଂଗ୍ରେସ ବିଧାୟକ ଦଳ ସଦସ୍ୟ ଶୁଭେଚ୍ଛା ଜଣାଇଛନ୍ତି।

The post ସୁରମା ପାଢ଼ୀ ହେଲେ ବାଚସ୍ପତି appeared first on Dharitri Odia News.