ସୂର୍ଯ୍ୟମନ୍ଦିର ପରିସରରେ ଫୁଟେ ଉଚ୍ଚର ପାଣି, ପର୍ଯ୍ୟଟକ ହନ୍ତସନ୍ତ
କୋଣାର୍କ,୨୬ା୯: ସାରା ରାଜ୍ୟରେ ଲଘୁଚାପ ଜନିତ ବର୍ଷା ଲାଗି ରହିଛି। ଏହାର ପ୍ରଭାବରେ ବିଶ୍ୱ ପ୍ରସିଦ୍ଧ ସୂର୍ଯ୍ୟମନ୍ଦିର ପରିସରରେ ଫୁଟେ ଉଚ୍ଚର ପାଣି ଜମିରହିଛି। ଫଳରେ କୋଣାର୍କ ବୁଲିବାକୁ ଆସିଥିବା ଶହଶହ ପର୍ଯ୍ୟଟକ ହନ୍ତସନ୍ତ ହୋଇଛନ୍ତି। ପମ୍ପ୍ସେଟ୍ ଲଗାଇ ପାଣି ନିଷ୍କାସନ ପାଇଁ ଉଦ୍ୟମ ଜାରି ରହିଛି। ସୂଚନାଯୋଗ୍ୟ, ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ଲାଗିରହିଛି। ଗୁରୁବାର ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ ଘଡଘଡ଼ି ସହ ବର୍ଷା ନେଇ ସତର୍କ ସୂଚନା ଜାରି […] The post ସୂର୍ଯ୍ୟମନ୍ଦିର ପରିସରରେ ଫୁଟେ ଉଚ୍ଚର ପାଣି, ପର୍ଯ୍ୟଟକ ହନ୍ତସନ୍ତ appeared first on Dharitri Odia News.
କୋଣାର୍କ,୨୬ା୯: ସାରା ରାଜ୍ୟରେ ଲଘୁଚାପ ଜନିତ ବର୍ଷା ଲାଗି ରହିଛି। ଏହାର ପ୍ରଭାବରେ ବିଶ୍ୱ ପ୍ରସିଦ୍ଧ ସୂର୍ଯ୍ୟମନ୍ଦିର ପରିସରରେ ଫୁଟେ ଉଚ୍ଚର ପାଣି ଜମିରହିଛି। ଫଳରେ କୋଣାର୍କ ବୁଲିବାକୁ ଆସିଥିବା ଶହଶହ ପର୍ଯ୍ୟଟକ ହନ୍ତସନ୍ତ ହୋଇଛନ୍ତି। ପମ୍ପ୍ସେଟ୍ ଲଗାଇ ପାଣି ନିଷ୍କାସନ ପାଇଁ ଉଦ୍ୟମ ଜାରି ରହିଛି।
ସୂଚନାଯୋଗ୍ୟ, ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ଲାଗିରହିଛି। ଗୁରୁବାର ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ ଘଡଘଡ଼ି ସହ ବର୍ଷା ନେଇ ସତର୍କ ସୂଚନା ଜାରି କରାଯାଇଛି। ଏନେଇ ପୁରୀ ଜିଲାରେ ସବୁ ସ୍କୁଲ ଛୁଟି ଘୋଷଣା କରିଛନ୍ତି ଜିଲାପାଳ। ପ୍ରବଳ ବର୍ଷା ହେଉଥିବାର ଛୁଟି ଘୋଷଣା ହୋଇଛି।
ତେବେ ଆଜି ବୌଦ୍ଧ ଓ ଅନୁଗୋଳ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାକୁ ଥିବାରୁ ଉଭୟ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି। ଏହି ଦୁଇ ଜିଲାରେ ୭ରୁ ୨୦ ସେମି ପର୍ଯ୍ୟନ୍ତ ବର୍ଷା ହୋଇପାରେ। ଏ ନେଇ ସତର୍କ ରହିବା ପାଇଁ ପାଣିପାଗ କେନ୍ଦ୍ର ଅବଗତ କରାଇଛି। ଅନ୍ୟପଟେ ବାଲେଶ୍ୱର, ଭଦ୍ରକ, ଦେବଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼ ସମେତ ୨୧ ଜିଲାକୁ ବର୍ଷା ନେଇ ୟେଲୋ ଓ୍ବାର୍ନିଂ ରହିଛି।
The post ସୂର୍ଯ୍ୟମନ୍ଦିର ପରିସରରେ ଫୁଟେ ଉଚ୍ଚର ପାଣି, ପର୍ଯ୍ୟଟକ ହନ୍ତସନ୍ତ appeared first on Dharitri Odia News.