ସୃଷ୍ଟି ହେଲା ଆଉ ଏକ ଲଘୁଚାପ, ପ୍ରବଳ ବର୍ଷିବ

ଭୁବନେଶ୍ୱର, ୨୬ା୭(ଅନୁରାଧା ମହାରଣା) – ଲଘୁଚାପ ପ୍ରଭାବରେ ଓଡ଼ିଶାରେ ତୁହାକୁ ତୁହା ବର୍ଷା ଲାଗିରହିଥିବାବେଳେ ପ୍ରାୟ ସବୁ ଜିଲାରେ ସ୍ଥିତି ବିଗିଡ଼ିବାରେ ଲାଗିଛି। ବର୍ଷା ଯୋଗୁ ବିଲବାଡ଼ି ଜଳାର୍ଣ୍ଣବ ହେବା ସହ ନଦୀନାଳରେ ଜଳସ୍ତର ବଢ଼ୁଛି। ଏପରି ସ୍ଥିତିରେ ଶୁକ୍ରବାର ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହୋଇଛି। ମାସକରେ ୪ଟି ଲଘୁଚାପ ଯୋଗୁ ଓଡ଼ିଶା ସମେତ ପଡୋଶୀ ରାଜ୍ୟରେ ମଧ୍ୟ ବର୍ଷା ହେଉଛି। ଉପରମୁଣ୍ଡରେ ପ୍ରବଳ ବର୍ଷା ଜାରି ରହିଥିବାରୁ ରାଜ୍ୟର ଜଳଭଣ୍ଡାରଗୁଡିକ ଉଛୁଳିବାରେ ଲାଗିଛି। […] The post ସୃଷ୍ଟି ହେଲା ଆଉ ଏକ ଲଘୁଚାପ, ପ୍ରବଳ ବର୍ଷିବ appeared first on Dharitri Odia News.

ସୃଷ୍ଟି ହେଲା ଆଉ ଏକ ଲଘୁଚାପ, ପ୍ରବଳ ବର୍ଷିବ

ଭୁବନେଶ୍ୱର, ୨୬ା୭(ଅନୁରାଧା ମହାରଣା) – ଲଘୁଚାପ ପ୍ରଭାବରେ ଓଡ଼ିଶାରେ ତୁହାକୁ ତୁହା ବର୍ଷା ଲାଗିରହିଥିବାବେଳେ ପ୍ରାୟ ସବୁ ଜିଲାରେ ସ୍ଥିତି ବିଗିଡ଼ିବାରେ ଲାଗିଛି। ବର୍ଷା ଯୋଗୁ ବିଲବାଡ଼ି ଜଳାର୍ଣ୍ଣବ ହେବା ସହ ନଦୀନାଳରେ ଜଳସ୍ତର ବଢ଼ୁଛି। ଏପରି ସ୍ଥିତିରେ ଶୁକ୍ରବାର ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହୋଇଛି। ମାସକରେ ୪ଟି ଲଘୁଚାପ ଯୋଗୁ ଓଡ଼ିଶା ସମେତ ପଡୋଶୀ ରାଜ୍ୟରେ ମଧ୍ୟ ବର୍ଷା ହେଉଛି। ଉପରମୁଣ୍ଡରେ ପ୍ରବଳ ବର୍ଷା ଜାରି ରହିଥିବାରୁ ରାଜ୍ୟର ଜଳଭଣ୍ଡାରଗୁଡିକ ଉଛୁଳିବାରେ ଲାଗିଛି। ଆସନ୍ତା ୨୮ ତାରିଖରେ ହୀରାକୁଦ ଜଳଭଣ୍ଡାରରୁ ପ୍ରଥମ ବନ୍ୟାଜଳ ନିଷ୍କାସନ ହେବ। ଏଥିସହ ରାଜ୍ୟରେ ଆହୁରି ୫ଦିନ ବର୍ଷା ହେବାକୁ ଥିବାରୁ ମହାନଦୀ ସମେତ ବିଭିନ୍ନ ନଦୀରେ ବନ୍ୟା ଆସିବା ଆଶଙ୍କା ସୃଷ୍ଟି ହୋଇଛି।

ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ସୂଚନାନୁସାରେ, ଶୁକ୍ରବାର ବାଂଲାଦେଶ ନିକଟବର୍ତ୍ତୀ ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ରମେ ପଶ୍ଚିମ-ଉତ୍ତର ଓ ପଶ୍ଚିମ ଦିଗରେ ଗତି କରୁଛି। ଆସନ୍ତା ୨ ଦିନ ମଧ୍ୟରେ ଲଘୁଚାପ ପଶ୍ଚିମବଙ୍ଗ ଓ ଝାଡ଼ଖଣ୍ଡ ଅତିକ୍ରମ କରିବ। ଲଘୁଚାପ ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ବିଶେଷକରି ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ହେବ। ଏବେ ନଦୀଗୁଡିକ ଫୁଲୁଥିବା ବେଳେ ଆଗାମୀ ଦିନରେ ବନ୍ୟା ଆଶଙ୍କାକୁ ଏଡାଇ ଦିଆଯାଇ ନ ପାରେ। ପ୍ରଥମେ ନଦୀକୂଳିଆ ଅଞ୍ଚଳରେ ବନ୍ୟା ଆଶଙ୍କା ରହିଛି। ସେହିପରି ଉପକୂଳବର୍ତ୍ତୀ ଜିଲାଗୁଡିକରେ ମଧ୍ୟ ପ୍ରବଳ ବର୍ଷାର ସମ୍ଭାବନା ରହିଥିବାରୁ ସେଠାକାର ନଦୀରେ ମଧ୍ୟ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇପାରେ ବୋଲି ପାଣିପାଗ କେନ୍ଦ୍ର ଆଶଙ୍କା କରିଛି।

The post ସୃଷ୍ଟି ହେଲା ଆଉ ଏକ ଲଘୁଚାପ, ପ୍ରବଳ ବର୍ଷିବ appeared first on Dharitri Odia News.