ସୃଷ୍ଟି ହେଲା ଯୋଡ଼ା ଲଘୁଚାପ: ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା
ଭୁବନେଶ୍ୱର,୧୩।୭: ଉତ୍ତର ବଙ୍ଗୋପସାଗର ଓ ମଧ୍ୟପ୍ରଦେଶରେ ଦୁଇଟି ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିବା ନେଇ ଭାରତୀୟ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଏହାର ପ୍ରଭାବରେ ଓଡ଼ିଶା ସମେତ ପଶ୍ଚିମବଙ୍ଗ ଓ ବାଂଲାଦେଶରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ରବିବାର ସନ୍ଧ୍ୟା ସମୟରେ ଉତ୍ତର ବଙ୍ଗୋପସାଗରର ପୂର୍ବ ଭାଗରେ ବାଂଲାଦେଶ, ପଶ୍ଚିମବଙ୍ଗ ଏବଂ ଉତ୍ତର ଓଡ଼ିଶା ଉପକୂଳ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ଆଗାମୀ କିଛି ଘଣ୍ଟା […] The post ସୃଷ୍ଟି ହେଲା ଯୋଡ଼ା ଲଘୁଚାପ: ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା appeared first on Dharitri Odia News.
ଭୁବନେଶ୍ୱର,୧୩।୭: ଉତ୍ତର ବଙ୍ଗୋପସାଗର ଓ ମଧ୍ୟପ୍ରଦେଶରେ ଦୁଇଟି ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିବା ନେଇ ଭାରତୀୟ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଏହାର ପ୍ରଭାବରେ ଓଡ଼ିଶା ସମେତ ପଶ୍ଚିମବଙ୍ଗ ଓ ବାଂଲାଦେଶରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।
ରବିବାର ସନ୍ଧ୍ୟା ସମୟରେ ଉତ୍ତର ବଙ୍ଗୋପସାଗରର ପୂର୍ବ ଭାଗରେ ବାଂଲାଦେଶ, ପଶ୍ଚିମବଙ୍ଗ ଏବଂ ଉତ୍ତର ଓଡ଼ିଶା ଉପକୂଳ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ଆଗାମୀ କିଛି ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହୋଇ ସ୍ପଷ୍ଟ ଲଘୁଚାପରେ ପରିଣତ ହେବାର ସମ୍ଭାବନା ରହିଛି। ଏହା ପଶ୍ଚିମବଙ୍ଗ ଆଡ଼କୁ ଗତି କରିପାରେ, ଯାହା ଫଳରେ ଉତ୍ତର ଓ ଉପକୂଳ ଓଡ଼ିଶାରେ ଆସନ୍ତାକାଲି ପର୍ଯ୍ୟନ୍ତ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହା ପରବର୍ତ୍ତୀ ସମୟରେ ପଶ୍ଚିମ ଓଡ଼ିଶାରେ ମଧ୍ୟ ବର୍ଷାର ବିସ୍ତୃତି ବୃଦ୍ଧି କରିପାରେ।
The post ସୃଷ୍ଟି ହେଲା ଯୋଡ଼ା ଲଘୁଚାପ: ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା appeared first on Dharitri Odia News.