ସୃଷ୍ଟି ହେଲା ଲଘୁଚାପ; ଅତି ଭୀଷଣ ବର୍ଷା ନେଇ ୪ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ

ଭୁବନେଶ୍ୱର : ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଲଘୁଚାପ। ଆସନ୍ତା ୨୪ ଘଣ୍ଟାରେ ରାଜ୍ୟରେ ଭୀଷଣ ବର୍ଷା ସମ୍ଭାବନା ରହିଛି। ଅତି ଭୀଷଣ ବର୍ଷା ନେଇ ୪ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ସବୁ ଜିଲ୍ଲା ମଧ୍ୟରେ  ସମ୍ବଲପୁର, ସୁନ୍ଦରଗଡ଼, କେନ୍ଦୁଝର ଓ ମୟୁରଭଞ୍ଜ ରହିଛି। ସେହିପରି ଭୀଷଣ ବର୍ଷା ନେଇ ୧୨ ଜିଲ୍ଲାକୁ ଅରେଞ୍ଜ୍ ୱାର୍ଣ୍ଣିଂ ଜାରି କରାଯାଇଛି।  ସମୁଦ୍ର ଅଶାନ୍ତ ଥିବାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ଯିବାକୁ ବାରଣ କରାଯାଇଛି।  ଅନ୍ୟପଟେ  ଚଳିତବର୍ଷ ପ୍ରଥମ ଥର ପାଇଁ ଛଡ଼ାଗଲା ହୀରାକୁଜ ଜଳଭଣ୍ଡାରର ଗେଟ୍‌ । ୭ ନମ୍ବର ଗେଟ୍‌ ଦେଇ ଜଳ ନିଷ୍କାସନ ଜାରି ରହିଛି। ପରେ ପର୍ଯ୍ୟାୟକ୍ରମେ ଅନ୍ୟ ଗେଟ୍‌ ସବୁ ଖୋଲାଯିବ ବୋଲି ଜଳଭଣ୍ଡାର କର୍ତ୍ତୃପକ୍ଷଙ୍କ ପକ୍ଷରୁ ସୂଚନା ଦିଆଯାଇଛି । ଉପରମୁଣ୍ଡରେ ଲଗାଣ ବର୍ଷା ଲାଗି ହୀରାକୁଦ ଜଳଭଣ୍ଡାରରେ ଜଳସ୍ତର ବଢିବାରେ ଲାଗିଥିଲା । ଯାହାକୁ ଦୃଷ୍ଟିରେ ରଖି ୨ ଦିନ ତଳେ ଡାକବାଜି ଯନ୍ତ୍ର ଜରିଆରେ ହୀରାକୁଦ ଜଳଭଣ୍ଡାରରୁ ପାଣି ଛାଡିବା ନେଇ ପ୍ରଚାର କରାଯାଇଥିଲା। ପାଣି ଛାଡ଼ିବା ପୂର୍ବରୁ ତଳିଆ ଅଞ୍ଚଳ ଲୋକଙ୍କୁ ସତର୍କ କରାଯାଇଥିଲା। ରବିବାର ହୀରାକୁଦ ଡ୍ୟାମ୍‌ ଜଳସ୍ତର ବଢ଼ୁଥିବାରୁ ୧୨ଟି ଗେଟ୍‌ ଖାଲା ଯାଇଥିଲା। ଏବେ ଆଉ ୮ଟି ଖୋଲିଛି। ଉପରମୁଣ୍ଡରେ ବର୍ଷା ପାଇଁ ୨୦ଟି ଗେଟ୍‌ ଦେଇ ହେଉଛି ଜଳ ନିଷ୍କାସନ 

ସୃଷ୍ଟି ହେଲା ଲଘୁଚାପ; ଅତି ଭୀଷଣ ବର୍ଷା ନେଇ ୪ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ

ଭୁବନେଶ୍ୱର : ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଲଘୁଚାପ। ଆସନ୍ତା ୨୪ ଘଣ୍ଟାରେ ରାଜ୍ୟରେ ଭୀଷଣ ବର୍ଷା ସମ୍ଭାବନା ରହିଛି। ଅତି ଭୀଷଣ ବର୍ଷା ନେଇ ୪ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ସବୁ ଜିଲ୍ଲା ମଧ୍ୟରେ  ସମ୍ବଲପୁର, ସୁନ୍ଦରଗଡ଼, କେନ୍ଦୁଝର ଓ ମୟୁରଭଞ୍ଜ ରହିଛି। ସେହିପରି ଭୀଷଣ ବର୍ଷା ନେଇ ୧୨ ଜିଲ୍ଲାକୁ ଅରେଞ୍ଜ୍ ୱାର୍ଣ୍ଣିଂ ଜାରି କରାଯାଇଛି।  ସମୁଦ୍ର ଅଶାନ୍ତ ଥିବାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ଯିବାକୁ ବାରଣ କରାଯାଇଛି।  

ଅନ୍ୟପଟେ  ଚଳିତବର୍ଷ ପ୍ରଥମ ଥର ପାଇଁ ଛଡ଼ାଗଲା ହୀରାକୁଜ ଜଳଭଣ୍ଡାରର ଗେଟ୍‌ । ୭ ନମ୍ବର ଗେଟ୍‌ ଦେଇ ଜଳ ନିଷ୍କାସନ ଜାରି ରହିଛି। ପରେ ପର୍ଯ୍ୟାୟକ୍ରମେ ଅନ୍ୟ ଗେଟ୍‌ ସବୁ ଖୋଲାଯିବ ବୋଲି ଜଳଭଣ୍ଡାର କର୍ତ୍ତୃପକ୍ଷଙ୍କ ପକ୍ଷରୁ ସୂଚନା ଦିଆଯାଇଛି । ଉପରମୁଣ୍ଡରେ ଲଗାଣ ବର୍ଷା ଲାଗି ହୀରାକୁଦ ଜଳଭଣ୍ଡାରରେ ଜଳସ୍ତର ବଢିବାରେ ଲାଗିଥିଲା । ଯାହାକୁ ଦୃଷ୍ଟିରେ ରଖି ୨ ଦିନ ତଳେ ଡାକବାଜି ଯନ୍ତ୍ର ଜରିଆରେ ହୀରାକୁଦ ଜଳଭଣ୍ଡାରରୁ ପାଣି ଛାଡିବା ନେଇ ପ୍ରଚାର କରାଯାଇଥିଲା। ପାଣି ଛାଡ଼ିବା ପୂର୍ବରୁ ତଳିଆ ଅଞ୍ଚଳ ଲୋକଙ୍କୁ ସତର୍କ କରାଯାଇଥିଲା। ରବିବାର ହୀରାକୁଦ ଡ୍ୟାମ୍‌ ଜଳସ୍ତର ବଢ଼ୁଥିବାରୁ ୧୨ଟି ଗେଟ୍‌ ଖାଲା ଯାଇଥିଲା। ଏବେ ଆଉ ୮ଟି ଖୋଲିଛି। ଉପରମୁଣ୍ଡରେ ବର୍ଷା ପାଇଁ ୨୦ଟି ଗେଟ୍‌ ଦେଇ ହେଉଛି ଜଳ ନିଷ୍କାସନ