ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର, ଆହୁରି ଘନୀଭୂତ ହୋଇ କରିବ ଗତି

ଭୁବନେଶ୍ୱର,୨ା୮: ଗାଙ୍ଗେୟ ପଶ୍ଚିମବଙ୍ଗ ଉପତ୍ୟକା ଏବଂ ଦକ୍ଷିଣ ବାଂଲାଦେଶ ନିକଟରେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଶୁକ୍ରବାର ଗାଙ୍ଗେୟ ପଶ୍ଚିମବଙ୍ଗ ଉପତ୍ୟକା ଏବଂ ପାର୍ଶ୍ୱବର୍ତ୍ତୀ ଝାଡ଼ଖଣ୍ଡ ପାଖାପାଖି ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ସହ ଜଡ଼ିତ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନରୁ ବାୟୁମଣ୍ଡଳରେ ୭.୬ କିମି ଉଚ୍ଚତା ପର୍ଯ୍ୟନ୍ତ ଲମ୍ବିଛି। ଏହା ଆଗାମୀ ୨୪ ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହେବା ସହ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରିବାରେ ସମ୍ଭାବନା ରହିଛି। ଏହାର ପ୍ରଭାବରେ ଆଜି […] The post ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର, ଆହୁରି ଘନୀଭୂତ ହୋଇ କରିବ ଗତି appeared first on Dharitri Odia News.

ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର, ଆହୁରି ଘନୀଭୂତ ହୋଇ କରିବ ଗତି

ଭୁବନେଶ୍ୱର,୨ା୮: ଗାଙ୍ଗେୟ ପଶ୍ଚିମବଙ୍ଗ ଉପତ୍ୟକା ଏବଂ ଦକ୍ଷିଣ ବାଂଲାଦେଶ ନିକଟରେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଶୁକ୍ରବାର ଗାଙ୍ଗେୟ ପଶ୍ଚିମବଙ୍ଗ ଉପତ୍ୟକା ଏବଂ ପାର୍ଶ୍ୱବର୍ତ୍ତୀ ଝାଡ଼ଖଣ୍ଡ ପାଖାପାଖି ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ସହ ଜଡ଼ିତ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନରୁ ବାୟୁମଣ୍ଡଳରେ ୭.୬ କିମି ଉଚ୍ଚତା ପର୍ଯ୍ୟନ୍ତ ଲମ୍ବିଛି। ଏହା ଆଗାମୀ ୨୪ ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହେବା ସହ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରିବାରେ ସମ୍ଭାବନା ରହିଛି। ଏହାର ପ୍ରଭାବରେ ଆଜି ପଶ୍ଚିମ ଓଡ଼ିଶାର କିଛି ଜିଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ଭାରି ବର୍ଷା ସମ୍ଭାବନା ରହିଛି। କିନ୍ତୁ ଲଘୁଚାପ କ୍ଷେତ୍ର ଓଡ଼ିଶାଠାରୁ ଯଥେଷ୍ଟ ଦୂରରେ ସକ୍ରିୟ ରହିଥିବାରୁ ଏବଂ ଧିରେ ଧିରେ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରି ରାଜ୍ୟଠାରୁ ଦୂରେଇ ଯାଉଥିବାରୁ ରାଜ୍ୟରେ ଆସନ୍ତାକାଲିଠାରୁ ବର୍ଷାର ପ୍ରଭାବ କମିବାର ସମ୍ଭାବନା ରହିଛି।

The post ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର, ଆହୁରି ଘନୀଭୂତ ହୋଇ କରିବ ଗତି appeared first on Dharitri Odia News.