ସୃଷ୍ଟି ହୋଇପାରେ ଆଉ ଏକ ଘୂର୍ଣ୍ଣିବଳୟ ! ରାଜ୍ୟରେ ୨୩ରୁ ପ୍ରବଳ ବର୍ଷା

ଭୁବନେଶ୍ୱର ୨୨।୦୮: ଆସନ୍ତା ୨୪ ତାରିଖରେ ରାଜ୍ୟରେ ପୁଣି ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ । ବାଲେଶ୍ୱର,ପଶ୍ଚିମବଙ୍ଗ ଓ ଝାଡ଼ଖଣ୍ଡ ଉପରେ ଏହି ଘୂର୍ଣ୍ଣିବଳୟ ରହିବ । ଏହା ପ୍ରଭାବରେ ୨୩ରୁ ଉତ୍ତର ଓଡ଼ିଶାରେ ବର୍ଷା ହେବ । ଦିନବେଳା ଖରା ହେଉଥିବାରୁ ଅପରାହ୍ନରେ ଘଡ଼ଘଡ଼ି ହୋଇପାରେ ବୋଲି ସୋଆ ଜଳବାୟୁ ଓ ପରିବେଶ କେନ୍ଦ୍ର ନିର୍ଦ୍ଦେଶକ ଡ. ଶରତ ସାହୁ ପୂର୍ବାନୁମାନ କରିଛନ୍ତି ।ପାଣିପାଗ ବିଭାଗର ପୂର୍ବାନୁମାନ କହୁଛି, ଉତ୍ତର ବଙ୍ଗୋପସାଗର ଓ ସଂଲଗ୍ନ ଅଞ୍ଚଳରେ ୨୪ ତାରିଖରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବ । ଏହା ପ୍ରଭାବରେ ଓଡ଼ିଶା  ଉପକୂଳରେ ୨୨ରୁ ୨୫ ତାରିଖ ଯାଏ ୩୫ରୁ ୪୫ କିମି ବେଗରେ ପବନ ବହିବ । ଏଥିପାଇଁ ମତ୍ସଜୀବୀମାନେ      ସମୁଦ୍ରକୁ ନ ଯିବାକୁ ସ୍ୱତନ୍ତ୍ର ରିଲିଫ କମିଶନର(ଏସ୍‌ଆରସି) ସତର୍କତା ଜାରି କରିଛନ୍ତି।ଘୂର୍ଣ୍ଣିବଳୟ ପ୍ରଭାବରେ ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ଭଦ୍ରକ ଓ ଯାଜପୁରରେ ବର୍ଷା ହେବ । ଏବେ ଦିନବେଳା ବାୟୁମଣ୍ଡଳରେ ଜଳୀୟବାଷ୍ପ ଅଧିକ ରହୁଛି । ଖରା ବି ହେଉଛି । ଏଥିପାଇଁ ଘଡ଼ଘଡ଼ିର ତୀବ୍ରତା ବଢ଼ିବ ବୋଲି ଡ. ସାହୁ ପୂର୍ବାନୁମାନ କରିଛନ୍ତି । ନୟାଗଡ଼ ଜିଲ୍ଲାରେ ଆଜି ୩୯ମିମି ବର୍ଷା ହୋଇଛି । ଭଦ୍ରକରେ ୩୪, ବାଲେଶ୍ୱରରେ ୨୫.୬ ଓ ବାରିପଦାରେ ୧୭ମିମି ବର୍ଷା ହୋଇଛି ।

ସୃଷ୍ଟି ହୋଇପାରେ ଆଉ ଏକ ଘୂର୍ଣ୍ଣିବଳୟ ! ରାଜ୍ୟରେ ୨୩ରୁ ପ୍ରବଳ ବର୍ଷା

ଭୁବନେଶ୍ୱର ୨୨।୦୮: ଆସନ୍ତା ୨୪ ତାରିଖରେ ରାଜ୍ୟରେ ପୁଣି ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ । ବାଲେଶ୍ୱର,ପଶ୍ଚିମବଙ୍ଗ ଓ ଝାଡ଼ଖଣ୍ଡ ଉପରେ ଏହି ଘୂର୍ଣ୍ଣିବଳୟ ରହିବ । ଏହା ପ୍ରଭାବରେ ୨୩ରୁ ଉତ୍ତର ଓଡ଼ିଶାରେ ବର୍ଷା ହେବ । ଦିନବେଳା ଖରା ହେଉଥିବାରୁ ଅପରାହ୍ନରେ ଘଡ଼ଘଡ଼ି ହୋଇପାରେ ବୋଲି ସୋଆ ଜଳବାୟୁ ଓ ପରିବେଶ କେନ୍ଦ୍ର ନିର୍ଦ୍ଦେଶକ ଡ. ଶରତ ସାହୁ ପୂର୍ବାନୁମାନ କରିଛନ୍ତି ।

ପାଣିପାଗ ବିଭାଗର ପୂର୍ବାନୁମାନ କହୁଛି, ଉତ୍ତର ବଙ୍ଗୋପସାଗର ଓ ସଂଲଗ୍ନ ଅଞ୍ଚଳରେ ୨୪ ତାରିଖରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବ । ଏହା ପ୍ରଭାବରେ ଓଡ଼ିଶା  ଉପକୂଳରେ ୨୨ରୁ ୨୫ ତାରିଖ ଯାଏ ୩୫ରୁ ୪୫ କିମି ବେଗରେ ପବନ ବହିବ । ଏଥିପାଇଁ ମତ୍ସଜୀବୀମାନେ      ସମୁଦ୍ରକୁ ନ ଯିବାକୁ ସ୍ୱତନ୍ତ୍ର ରିଲିଫ କମିଶନର(ଏସ୍‌ଆରସି) ସତର୍କତା ଜାରି କରିଛନ୍ତି।

ଘୂର୍ଣ୍ଣିବଳୟ ପ୍ରଭାବରେ ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ଭଦ୍ରକ ଓ ଯାଜପୁରରେ ବର୍ଷା ହେବ । ଏବେ ଦିନବେଳା ବାୟୁମଣ୍ଡଳରେ ଜଳୀୟବାଷ୍ପ ଅଧିକ ରହୁଛି । ଖରା ବି ହେଉଛି । ଏଥିପାଇଁ ଘଡ଼ଘଡ଼ିର ତୀବ୍ରତା ବଢ଼ିବ ବୋଲି ଡ. ସାହୁ ପୂର୍ବାନୁମାନ କରିଛନ୍ତି । ନୟାଗଡ଼ ଜିଲ୍ଲାରେ ଆଜି ୩୯ମିମି ବର୍ଷା ହୋଇଛି । ଭଦ୍ରକରେ ୩୪, ବାଲେଶ୍ୱରରେ ୨୫.୬ ଓ ବାରିପଦାରେ ୧୭ମିମି ବର୍ଷା ହୋଇଛି ।