ସୃଷ୍ଟିହେଲା ୨ଟି ଘୂର୍ଣ୍ଣିବଳୟ, ୧୨ଜିଲାରେ ଅତି ପ୍ରବଳ ବର୍ଷିବ
ଭୁବନେଶ୍ୱର,୨୧।୯: ବଙ୍ଗୋପସାଗର ଓ ତତ୍ ସଂଲଗ୍ନ ଅଞ୍ଚଳରେ ୨ଟି ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହାର ପ୍ରଭାବରେ ୨୩ ତାରିଖ ସୁଦ୍ଧା ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ । ଉତ୍ତରପଶ୍ଚିମ ଓ ସଂଲଗ୍ନ କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଲଘୁଚାପ ସୃଷ୍ଟି ସମ୍ଭାବନା ରହିଛି । ଏହାର ପ୍ରଭାବରେ ଆସନ୍ତା ୨୬ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଲାଗି ରହିବ। ରବିବାର ଦକ୍ଷିଣ ଓଡ଼ିଶା, ଉତ୍ତର ଉପକୂଳବର୍ତ୍ତୀ ଓଡ଼ିଶା ଏବଂ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାରେ ଘଡ଼ଘଡ଼ି ସହ ବର୍ଷା […] The post ସୃଷ୍ଟିହେଲା ୨ଟି ଘୂର୍ଣ୍ଣିବଳୟ, ୧୨ଜିଲାରେ ଅତି ପ୍ରବଳ ବର୍ଷିବ appeared first on Dharitri Odia News.
ଭୁବନେଶ୍ୱର,୨୧।୯: ବଙ୍ଗୋପସାଗର ଓ ତତ୍ ସଂଲଗ୍ନ ଅଞ୍ଚଳରେ ୨ଟି ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହାର ପ୍ରଭାବରେ ୨୩ ତାରିଖ ସୁଦ୍ଧା ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ । ଉତ୍ତରପଶ୍ଚିମ ଓ ସଂଲଗ୍ନ କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଲଘୁଚାପ ସୃଷ୍ଟି ସମ୍ଭାବନା ରହିଛି । ଏହାର ପ୍ରଭାବରେ ଆସନ୍ତା ୨୬ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଲାଗି ରହିବ।
ରବିବାର ଦକ୍ଷିଣ ଓଡ଼ିଶା, ଉତ୍ତର ଉପକୂଳବର୍ତ୍ତୀ ଓଡ଼ିଶା ଏବଂ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାରେ ଘଡ଼ଘଡ଼ି ସହ ବର୍ଷା ହୋବର ସମ୍ଭାବନା ରହିଛି। ଏହିକ୍ରମରେ ପ୍ରବଳ ବର୍ଷା ନେଇ ପୁରୀ, ଖୋର୍ଦ୍ଧା, ନୟାଗଡ଼ ଗଞ୍ଜାମ ସମେତ ୧୨ ଜିଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହିପରି ୨୩ ତାରିଖ ପାଇଁ ୧୭ ଜିଲା ପାଇଁ ଜାରି ହୋଇଛି ୟେଲୋ ଆଲର୍ଟ କରାଯାଇଛି। ୨୫ ତାରିଖ ପର୍ଯ୍ୟନ୍ତ ବିଭିନ୍ନ ଜିଲାକୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ୟେଲୋ ଆଲର୍ଟ ଜାରି କରିଛି ।
The post ସୃଷ୍ଟିହେଲା ୨ଟି ଘୂର୍ଣ୍ଣିବଳୟ, ୧୨ଜିଲାରେ ଅତି ପ୍ରବଳ ବର୍ଷିବ appeared first on Dharitri Odia News.