ସେପ୍ଟେମ୍ବର ୧୭ରେ ସୁଭଦ୍ରା ଯୋଜନା ଶୁଭାରମ୍ଭ

ନୂଆଦିଲ୍ଲୀ, ୨୯।୬: ସେପ୍ଟେମ୍ବର ୧୭ରେ ରାଜ୍ୟରେ ଶୁଭାରମ୍ଭ ହେବ ସୁଭଦ୍ରା ଯୋଜନା। ପ୍ରଧାନମନ୍ତ୍ରୀ ମୋଦିଙ୍କ ଜନ୍ମଦିନ ଅବସରରେ ହେବ ସୁଭଦ୍ରା ଟଙ୍କା ରିଲିଜ। ଏନେଇ ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଘୋଷଣା କରିଛନ୍ତି। ପ୍ରଧାନମନ୍ତ୍ରୀ ମୋଦି ଓଡ଼ିଶା ଆସି ସୁଭଦ୍ରା ଯୋଜନା ଲଞ୍ଚ୍ କରିବେ। ଓଡ଼ିଶାରେ ଭାଜପା ସରକାର ଗଢ଼ିବା ପରେ ପ୍ରଥମ କ୍ୟାବିନେଟ୍‌ ବୈଠକରେ ମହିଳାଙ୍କ ପାଇଁ ବଡ଼ ଘୋଷଣା କରାଯାଇଛି। ନିର୍ବାଚନ ପୂର୍ବରୁ ଦଳ ପକ୍ଷରୁ ଦିଆଯାଇଥିବା ପ୍ରତିଶ୍ରୁତି ଅନୁଯାୟୀ ଆଗାମୀ ୧୦୦ ଦିନ […] The post ସେପ୍ଟେମ୍ବର ୧୭ରେ ସୁଭଦ୍ରା ଯୋଜନା ଶୁଭାରମ୍ଭ appeared first on Dharitri Odia News.

ସେପ୍ଟେମ୍ବର ୧୭ରେ ସୁଭଦ୍ରା ଯୋଜନା ଶୁଭାରମ୍ଭ

ନୂଆଦିଲ୍ଲୀ, ୨୯।୬: ସେପ୍ଟେମ୍ବର ୧୭ରେ ରାଜ୍ୟରେ ଶୁଭାରମ୍ଭ ହେବ ସୁଭଦ୍ରା ଯୋଜନା। ପ୍ରଧାନମନ୍ତ୍ରୀ ମୋଦିଙ୍କ ଜନ୍ମଦିନ ଅବସରରେ ହେବ ସୁଭଦ୍ରା ଟଙ୍କା ରିଲିଜ। ଏନେଇ ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଘୋଷଣା କରିଛନ୍ତି। ପ୍ରଧାନମନ୍ତ୍ରୀ ମୋଦି ଓଡ଼ିଶା ଆସି ସୁଭଦ୍ରା ଯୋଜନା ଲଞ୍ଚ୍ କରିବେ।

ଓଡ଼ିଶାରେ ଭାଜପା ସରକାର ଗଢ଼ିବା ପରେ ପ୍ରଥମ କ୍ୟାବିନେଟ୍‌ ବୈଠକରେ ମହିଳାଙ୍କ ପାଇଁ ବଡ଼ ଘୋଷଣା କରାଯାଇଛି। ନିର୍ବାଚନ ପୂର୍ବରୁ ଦଳ ପକ୍ଷରୁ ଦିଆଯାଇଥିବା ପ୍ରତିଶ୍ରୁତି ଅନୁଯାୟୀ ଆଗାମୀ ୧୦୦ ଦିନ ମଧ୍ୟରେ ରାଜ୍ୟରେ ସୁଭଦ୍ରା ଯୋଜନା ଲାଗୁ ହେବ ବୋଲି କୁହାଯାଇଛି।

ଏହି ସୁଭଦ୍ରା ଯୋଜନାରେ ଆବେଦନ ଉଭୟ ଅନଲାଇନ ଓ ଅଫଲାଇନ ମାଧ୍ୟମରେ ହୋଇପାରିବ । ମହିଳାମାନଙ୍କୁ ସଶକ୍ତ କରିବା ଏହି ଯୋଜନାର ମୁଖ୍ୟ ଉଦ୍ଦେଶ୍ୟ। ବିବାହିତ ମହିଳାମାନେ ଏହି ବ୍ୟବସ୍ଥା ଅନୁଯାୟୀ ୫୦,୦୦୦ ଟଙ୍କାର କୁପନ ପାଇବେ ।

ଏହି ଯୋଜନାରେ ଆବେଦନ କରିବା ପାଇଁ ଅନେକ ଡକ୍ୟୁମେଣ୍ଟ ସବୁ ଆବଶ୍ୟକ । ଅଧାରକାର୍ଡ, ବ୍ୟାଙ୍କ ଆକାଉଣ୍ଟ, ଠିକଣା ପ୍ରମାଣପତ୍ର, ମୋବାଇଲ ନମ୍ବର, ପାସପୋର୍ଟ ଫଟୋ, ଇନ୍‌କମ ସାର୍ଟିଫିକେଟ, ରାସନ କାର୍ଡ ଆଦି ଆବଶ୍ୟକ ।

ଏହି ଯୋଜନାର ଲାଭ ଉଠାଇବାକୁ ହେଲେ. ଆପଣ ଓଡ଼ିଶାର ବାସିନ୍ଦା ହୋଇଥିବା ଆବଶ୍ୟକ । ତେବେ କେବଳ ବିବାହିତ ମହିଳା ଏହି ଯୋଜନାର ଲାଭ ଉଠାଇପାରିବେ । ପ୍ରତି ପରିବାରର ଜଣଙ୍କୁ ଏହି ଯୋଜନାର ଲାଭ ମିଳିବ । ମହିଳାଙ୍କ ବୟସ ୨୩ରୁ ୫୯ ହୋଇଥିବା ଆବଶ୍ୟକ ।

ସବୁଠାରୁ ବଡ଼ କଥା ହେଉଛି, ସରକାରୀ ଚାକିରି କରିଥିବା ମହିଳା ଏହି ଯୋଜନାର ଲାଭ ଉଠାଇପାରିବେ ନାହିଁ । ପରବର୍ତ୍ତୀ ସମୟରେ ଅଙ୍ଗନବାଡ଼ି କର୍ମୀଙ୍କୁ ମଧ୍ୟ ଏହି ଯୋଜନାରେ ସାମିଲ କରାଯିବ ବୋଲି କୁହାଯାଉଛି ।
ତେବେ ଏଯାବତ ସରକାରଙ୍କ ପକ୍ଷରୁ କୌଣସି ଅଫିସିଆଲ ୱେବସାଇଟ ଲଞ୍ଚ କରିନାହାନ୍ତି । ଖୁବଶୀଘ୍ର ଏନେଇ ମହିଳା ଓ ଶିଶୁ ବିକାଶ ବିଭାଗ ପକ୍ଷରୁ ଗାଇଡଲାଇନ ଆସିବ ବୋଲି କୁହାଯାଉଛି ।

The post ସେପ୍ଟେମ୍ବର ୧୭ରେ ସୁଭଦ୍ରା ଯୋଜନା ଶୁଭାରମ୍ଭ appeared first on Dharitri Odia News.